ମଦ୍ୟପ ବାପାଙ୍କୁ ହତ୍ୟା କଲା ପୁଅ

ବୌଦ୍ଧ, ୮ା୬(ସ୍ବ.ପ୍ର): ବୌଦ୍ଧ ଥାନା ଅନ୍ତର୍ଗତ ସରଣ୍ଡା ଗ୍ରାମରେ ଗୁରୁବାର ଏକ ହତ୍ୟା ଘଟଣା ଘଟିଛି । ମଦ୍ୟପ ବାପାଙ୍କ ନିର୍ଯାତନା ଅସହ୍ୟ ହେବାରୁ ପୁଅ ତାଙ୍କୁ ହତ୍ୟା କରିଛି । ମୃତକ ହେଲେ ସଦାଶିବ ପାତ୍ର(୪୩) । ପୋଲିସ ହତ୍ୟାକାରୀ ପୁଅ ଆଶିଷଙ୍କୁ ଗିରଫ କରିଛି । ହତ୍ୟାକାଣ୍ଡରେ ବ୍ୟବହୃତ ଲୁହାଛଡ ଓ ଛୁରିକୁ ପୋଲିସ ଜବତ କରିଛି । ଏ ନେଇ ବୌଦ୍ଧ ଥାନାରେ ଏକ ମାମଲା (ନଂ.୧୩୦/୧୯) ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି ।
ସରଣ୍ଡା ଗ୍ରାମର ସଦାଶିବ ସବୁଦିନ ମଦପିଇ ଘର ଲୋକଙ୍କ ସହିତ ଗଣ୍ଡଗୋଳ କରିବା ସହ ମାରପିଟ କରିଆସୁଥିଲେ। ଗତ ଗୁରୁବାର ସକାଳେ ସଦାଶିବ ମଦ ପିଇ ଘରେ ପହଞ୍ଚତ୍ ଥିଲେ ।
କୌଣସି କାରଣ ନ ଥାଇ ସେ ନିଜ ବୁଢୀ ମା (୮୦ ବର୍ଷ)ଙ୍କୁ ମାରପିଟ କରିଥିଲେ । ଆଶିଷ ଏହାକୁ ବିରୋଧ କରିବା ସହ ଅସନ୍ତୋଷ ପ୍ରକାଶ କରିଥିଲେ । ରାତି ପ୍ରାୟ ୧୦ଟାରେ ସଦାଶିବ ପୁଣି ଥରେ ନିଶାସକ୍ତ ଅବସ୍ଥାରେ ଘରକୁ ଫେରିଥିଲେ ।
ସେ ଏକ ଲୁହାଛଡ ଧରି ସ୍ତ୍ରୀ ଦଶବନ୍ତୀଙ୍କୁ ଜୀବନରୁ ମାରିଦେବାକୁ ଧମକ ଦେବା ସହିତ ମାରପିଟ୍‌ କରିଥିଲେ । ମା’ଙ୍କୁ ବାପା ଆକ୍ରମଣ କରୁଥିବା ଦେଖି ପୁଅ ଆଶିଷ ଉତ୍ତ୍ୟକ୍ତ ହୋଇ ଉଠିଥିଲେ । ସେ ସଦାଶବଙ୍କ ହାତରୁ ଲୁହାଛଡ ଛଡାଇ ନେଇ ତାଙ୍କ ପେଟକୁ ଦୁଇଥର ଭୂସିି ଦେଇଥିଲେ । ସଦାଶିବ ତଳେ ପଡି ଛଟପଟ ହେଉଥିବାବେଳେ ଆଶିଷ ଘରୁ ଏକ ଛୁରି ଆଣି ତାଙ୍କ ଗଳାକୁ କାଟି ଦେଇଥିଲେ । ମା’ ଦଶବନ୍ତୀ ପୁଅ ହାତରୁ ଛୁରି ଛଡାଇବାକୁ ଉଦ୍ୟମ କରିଥିଲେ ମଧ୍ୟ ସେଥିରେ ବିଫଳ ହୋଇଥିଲେ । ଫଳରେ ଘଟଣାସ୍ଥଳରେ ସଦାଶିବଙ୍କ ମୃତ୍ୟୁ ଘଟିଥିଲେ । ଆଶିଷ ଏ ସମ୍ପର୍କରେ ଫୋନ ଯୋଗେ ବୌଦ୍ଧ ଥାନାକୁ ଜଣାଇଥିଲେ ।
ସୂଚନା ପାଇ ପୋଲିସ ତୁରନ୍ତ ସରଣ୍ଡା ଗ୍ରାମରେ ପହଞ୍ଚତ୍ ସଦାଶିବଙ୍କ ମୃତଦେହ ଘରେ ପଡିଥିବା ଦେଖିବାକୁ ପାଇଥିଲା ।
ପରେ ପୋଲିସ ଆଶିଷଙ୍କୁ ଥାନାକୁ ଆଣି ପଚରାଉଚୁରା କରିବାରେ ସେ ନିଜ ବାପାଙ୍କୁ ହତ୍ୟା କରିଥିବା ସ୍ବୀକାର କରିଥିବା ବୌଦ୍ଧ ଥାନା ଅଧିକାରୀ ତପସ୍ବିନୀ କହଁର ପ୍ରକାଶ କରିଛନ୍ତି । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri