‘ମଧୁ ଆପ୍‌’ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଉତ୍କଳଗୌରବ ମଧୁସୂଦନ ଦାସଙ୍କ ନାମରେ ନାମିତ ‘ମଧୁ ଆପ୍‌’କୁ ମଙ୍ଗଳବାର ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ପିଲାମାନଙ୍କୁ ସହଜରେ ପାଠ ବୁଝାଇବା ଏବଂ ବିଭିନ୍ନ ପ୍ରଶ୍ନର ଅଭ୍ୟାସ କରାଇବା ଲକ୍ଷ୍ୟ ନେଇ ଗଞ୍ଜାମ ଜିଲା ପ୍ରଶାସନ ଏହି ଆପ୍‌ ଆରମ୍ଭ କରିଛନ୍ତି। ଛାତ୍ରୀଛାତ୍ର ‘ମଧୁ ଆପ୍‌’ମୋବାଇଲରେ ଡାଉନ୍‌ଲୋଡ୍‌ କରି ସେଥିରୁ ଭିଡିଓ ଦ୍ୱାରା ଶ୍ରେଣୀରେ ପଢ଼ା ଯାଇଥିବା ପାଠ ବୁଝି ପାରିବେ।
ଏହି ଅବସରରେ ଆୟୋଜିତ ଭିଡିଓ କନ୍‌ଫରେନ୍‌ସିଂ କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲା ୨୨ଟି ବ୍ଲକର ଛାତ୍ରୀଛାତ୍ରଙ୍କ ସହିତ ମୁଖ୍ୟମନ୍ତ୍ରୀ ‘ମଧୁ ଆପ୍‌’ ସମ୍ପର୍କରେ ଆଜି କଥାବାର୍ତ୍ତା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପିଲାମାନଙ୍କ ପାଇଁ ଶିକ୍ଷାର ବିକଳ୍ପ ନାହିଁ। ତେଣୁ ଭଲ ପାଠ ପଢ଼ି ଦେଶର ଗୌରବ ବୃଦ୍ଧି ପାଇଁ କାମ କରିବାକୁ ସେ ପିଲାମାନଙ୍କୁ ପରାମର୍ଶ ଦେଇଛନ୍ତି। ଓଡ଼ିଆ ଜାତି ପାଇଁ ଉତ୍କଳଗୌରବ ମଧୁସୂଦନଙ୍କ ତ୍ୟାଗ ବିଷୟରେ ଆଲୋଚନା କରି ମଧୁ ବାବୁ ସମସ୍ତଙ୍କ ପାଇଁ ପ୍ରେରଣା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ଆଦର୍ଶ ବିଦ୍ୟାଳୟ ସଂଗଠନ ଅଧ୍ୟକ୍ଷ, ମୁଖ୍ୟ ଶାସନ ସଚିବ, ଗଞ୍ଜାମ ଜିଲାପାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri