‘ମଧୁ ଆପ୍‌’ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଉତ୍କଳଗୌରବ ମଧୁସୂଦନ ଦାସଙ୍କ ନାମରେ ନାମିତ ‘ମଧୁ ଆପ୍‌’କୁ ମଙ୍ଗଳବାର ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ପିଲାମାନଙ୍କୁ ସହଜରେ ପାଠ ବୁଝାଇବା ଏବଂ ବିଭିନ୍ନ ପ୍ରଶ୍ନର ଅଭ୍ୟାସ କରାଇବା ଲକ୍ଷ୍ୟ ନେଇ ଗଞ୍ଜାମ ଜିଲା ପ୍ରଶାସନ ଏହି ଆପ୍‌ ଆରମ୍ଭ କରିଛନ୍ତି। ଛାତ୍ରୀଛାତ୍ର ‘ମଧୁ ଆପ୍‌’ମୋବାଇଲରେ ଡାଉନ୍‌ଲୋଡ୍‌ କରି ସେଥିରୁ ଭିଡିଓ ଦ୍ୱାରା ଶ୍ରେଣୀରେ ପଢ଼ା ଯାଇଥିବା ପାଠ ବୁଝି ପାରିବେ।
ଏହି ଅବସରରେ ଆୟୋଜିତ ଭିଡିଓ କନ୍‌ଫରେନ୍‌ସିଂ କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲା ୨୨ଟି ବ୍ଲକର ଛାତ୍ରୀଛାତ୍ରଙ୍କ ସହିତ ମୁଖ୍ୟମନ୍ତ୍ରୀ ‘ମଧୁ ଆପ୍‌’ ସମ୍ପର୍କରେ ଆଜି କଥାବାର୍ତ୍ତା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପିଲାମାନଙ୍କ ପାଇଁ ଶିକ୍ଷାର ବିକଳ୍ପ ନାହିଁ। ତେଣୁ ଭଲ ପାଠ ପଢ଼ି ଦେଶର ଗୌରବ ବୃଦ୍ଧି ପାଇଁ କାମ କରିବାକୁ ସେ ପିଲାମାନଙ୍କୁ ପରାମର୍ଶ ଦେଇଛନ୍ତି। ଓଡ଼ିଆ ଜାତି ପାଇଁ ଉତ୍କଳଗୌରବ ମଧୁସୂଦନଙ୍କ ତ୍ୟାଗ ବିଷୟରେ ଆଲୋଚନା କରି ମଧୁ ବାବୁ ସମସ୍ତଙ୍କ ପାଇଁ ପ୍ରେରଣା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ଆଦର୍ଶ ବିଦ୍ୟାଳୟ ସଂଗଠନ ଅଧ୍ୟକ୍ଷ, ମୁଖ୍ୟ ଶାସନ ସଚିବ, ଗଞ୍ଜାମ ଜିଲାପାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ...

ଘସିପୁରାରୁ ଲଢିବେ ସୌମ୍ୟ! କହିଲେ ଏହି ଦଳ ଦେଇଛି ଅଫର…

ଭୁବନେଶ୍ୱର,୩୦।୪: ନିର୍ବାଚନ ଲଢିବା ନେଇ ବଡ଼ ସଙ୍କେତ ଦେଲେ ସୌମ୍ୟରଞ୍ଜନ ପଟ୍ଟନାୟକ। ୨ଦିନ ପୂର୍ବରୁ ନିର୍ବାଚନ ଲଢିବେନି ବୋଲି କହିଥିଲେ ସୌମ୍ୟ। ସେ କହିଥିଲେ, ‘ମୋର...

ପୋଲିସ-ମାଓବାଦୀ ଗୁଳି ବିନିମୟ: ଦୁଇ ମହିଳାଙ୍କ ସମେତ ୭ ମାଓବାଦୀ ମୃତ

ମାଲକାନଗିରି,୩୦।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ ମହିଳାଙ୍କ ସହ ୭ ମାଓବାଦୀଙ୍କ ମୃତ୍ୟୁ...

Featured Video Play Icon

ଭାଜପା ଛାଡ଼ିଲେ ଅମୀୟ ଦାଶ

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ଏକାମ୍ରର ଭାଜପା ନେତା ଅମୀୟ ଦାଶ ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ରାଜ୍ୟ ସଭାପତିଙ୍କ ପାଖକୁ ପଠାଇଛନ୍ତି। ଅମୀୟ ଭାଜପା...

ଆଜି ପରି କାଲି ବି ଜାଳିବ, ରେଡ ଓ୍ବାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୩୦।୪: ଆକାଶରୁ ନିଆଁ ବର୍ଷୁଛି। ଏମିତି ଲାଗୁଛି ଯେମିତି ବାହାରକୁ ବାହାରିଲେ ମୁହଁପୋଡି ହୋଇଯିବ। ତେବେ ପ୍ରଥମ ଥର ରାଜ୍ୟ ତାପମାତ୍ରା ୪୬ ଡିଗ୍ରୀ ଛୁଇଁଥିବାବେଳେ...

ବାଲେଶ୍ୱରରେ ଅଗ୍ନିବର୍ଷା, ୪୬ ଛୁଇଁଲା ପାରଦ

ଭୁବନେଶ୍ୱର,୩୦।୪: ବାଲେଶ୍ୱରରେ ଅଗ୍ନିବର୍ଷା। ୪୬ ଡିଗ୍ରୀ ଛୁଇଁଲା ତାତି। ଆଜି ଦିନ ୨.୩୦ ସୁଦ୍ଧା ବାଲେଶ୍ୱର ତାପମାତ୍ରା ୪୬ ଡିଗ୍ରୀ, ଭୁବନେଶ୍ୱରରେ ୪୫.୪ ଡିଗ୍ରୀ ଦିନ...

ଅପରାଜିତାଙ୍କୁ ବିହାର ପଠାଇଦେବି: ଭାଜପା ଛାଡିବା ପରେ ବର୍ଷିଲେ କାଳୁ

ଖୋର୍ଦ୍ଧା,୩୦।୪ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିଧାନସଭା ଭାଜପା ଆଶାୟୀ ପ୍ରାର୍ଥୀ କାଳୁଚରଣ ଖଣ୍ଡାୟତରାୟଙ୍କ ଟିକେଟ କଟିବା ପରେ ସେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। କାଳୁଙ୍କ...

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର ): ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏପରିକି ମା’ଙ୍କ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri