ପୁରୁଷୋତ୍ତମପୁର, ୧୮ା୭(ଡି.ଏନ୍.ଏ.)-ରାଜ୍ୟ ସରକାର ଗରିବ ଲୋକଙ୍କୁ ଆଇନ ସହାୟତା ଯୋଗାଇ ଦେବାକୁ ମଧୁବାବୁ ଆଇନ ସହାୟତା ଯୋଜନା ପ୍ରଣୟନ କରିଥିଲେ। ମାତ୍ର ଏହି ଯୋଜନା ଏବେ ସରକାରୀ ଫାଇଲର ନାଲି ଫିତାତଳେ ରହିଯାଇଛି। ଯାହାକୁ ନେଇ ଗ୍ରାମାଞ୍ଚଳର ଜନସାଧାରଣଙ୍କ ସମେତ ଆଇନଜୀବୀଙ୍କ ମଧ୍ୟରେ ବୀବ୍ର ଅସନ୍ତୋଷ ଦେଖା ଦେଇଛି। ଗତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ୨୦୧୬ରେ ସରକାର ମଧୁବାବୁ ଆଇନ ସହାୟତା ଯୋଜନା ପ୍ରଣୟନ କରିଥିଲେ। ଗ୍ରାମାଞ୍ଚଳର ଲୋକମାନଙ୍କୁ ଆଇନ ସହାୟତା ଯୋଗାଇ ଦେବାକୁ ପ୍ରତି ପଞ୍ଚାୟତରେ ଜଣେ ଲେଖାଏ ଆଇନଜୀବୀଙ୍କୁ ନିଯୁକ୍ତି ଦେବାକୁ ଘୋଷଣା କରିଥିଲେ। ଆଇନ ବିଭାଗ ପକ୍ଷରୁ ନଂ.୧୦୭୪୬/୨୬ା୧୦ା୨୦୧୬ ଓ ୧୧୭୦୯/୨୨ା୧୧ା୨୦୧୬ରେ ସମସ୍ତ ଜିଲାପାଳ ଓ ବିଭାଗୀୟ ଅଧିକାରୀଙ୍କୁ ଜଣାଇ ଥିଲେ। ଚିଠି ପାଇ ସମ୍ପୃକ୍ତ ଜିଲାର ଜିଲାପାଳ ବିଡିଓମାନଙ୍କୁ ଏବଂ ବିଡିଓମାନେ ଅଞ୍ଚଳରେ ଥିବା କୋର୍ଟ ଏବଂ ଓକିଲ ସଂଘମାନଙ୍କୁ ଚିଠି ମାଧ୍ୟମରେ ଜଣାଇ ପଞ୍ଚାୟତ ସ୍ତରରେ ଆଇନ ସହାୟତା ସେଲରେ ନିଯୁକ୍ତି ଲାଗି ଆବେଦନ କରିବାକୁ କହିଥିଲେ। ରାଜ୍ୟରେ ଥିବା ୩୧୪ ବ୍ଲକର ୬ହଜାର ୭୯୮ ପଞ୍ଚାୟତର ଜନସାଧାରଣଙ୍କ ସମେତ ଆଇନଜୀବୀ ଉତ୍ସାହିତ ହୋଇପଡିଥିଲେ। ଆଇନ ବିଭାଗରୁ ଚିଠି ପାଇ ଗଞ୍ଜାମର ପୂର୍ବତନ ଜିଲାପାଳ ପ୍ରେମଚନ୍ଦ୍ର ଚୌଧୁରୀ ଜିଲାର ସମସ୍ତ ବିଡିଓଙ୍କୁ ଚିଠି କରିଥିଲେ। ପୁରୁଷୋତ୍ତମପୁରର ତତ୍କାଳୀନ ବିଡିଓ ଲୋକନାଥ ଦଳବେହେରା ୭ ଡିସେମ୍ବର ୨୦୧୬ରେ ନଂ.୫୩୮୭ରେ ଚିଠିକରି ପୁରୁଷୋତ୍ତମପୁର ପ୍ରଥମଶ୍ରେଣୀ ବିଚାରପତି ଏବଂ ଓକିଲ ସଂଘକୁ ଜଣାଇ ଥିଲେ। ବ୍ଲକର ୨୬ ପଞ୍ଚାୟତର ଲୋକେ ଆଇନ ସହାୟତା ପାଇବାକୁ ଆଶା ରଖିଥିବା ବେଳେ ଆଇନଜୀବୀ ମଧ୍ୟ ନିଯୁକ୍ତି ଆଶାରଖିଥିଲେ। କୋର୍ଟ ମାଧ୍ୟମରେ ବ୍ଲକ ପ୍ରଶାସନ ନିକଟରେ ଆବେଦନ ମଧ୍ୟ କରିଥିଲେ। ମାତ୍ର ଆଶା ଆଶାରେ ହିଁ ରହିଯାଇଛି। ୩ବର୍ଷ ପରେ ମଧ୍ୟ କୌଣସି ପଞ୍ଚାୟତରେ ସହାୟତା କେନ୍ଦ୍ର ଖୋଲିନାହିଁ। ଆଇନଜୀବୀମାନେ ଆବେଦନ କରିଥିବା ଦରଖାସ୍ତ ସରକାରୀ ଫାଇଲ ନାଲି ଫିତାତଳେ ବନ୍ଧାହୋଇ ରହିଛି।
ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ…
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...
ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା
ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...
ବାଇକ୍କୁ ଧକ୍କାଦେଲା ବାଇକ୍, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...
ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ
ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗଣିଆନାଳ ଛକ...
କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...
ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...
Archives


