Posted inଜାତୀୟ

ମଧ୍ୟପ୍ରଦେଶ କଂଗ୍ରେସରେ ଫାଟ

ଭୋପାଳ,୧୬ା୨(ପି.ଟି.): ମଧ୍ୟପ୍ରଦେଶ କଂଗ୍ରେସରେ ଫାଟ ସ୍ପଷ୍ଟ ହୋଇଛି। କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ମଧ୍ୟରେ ରହିଥିବା ବିରୋଧଭାସ ପୁଣିଥରେ ସାମନାକୁ ଆସିଛି। କମଳନାଥଙ୍କ ନେତୃତ୍ୱକୁ ନେଇ ସିନ୍ଧିଆ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ନିର୍ବାଚନ ବେଳେ ଦଳ ପକ୍ଷରୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ କରାଯାଉ ନ ଥିବାରୁ ସେ ଏହା ବିରୋଧରେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି କହିଛନ୍ତି। ସିନ୍ଧିଆଙ୍କ ଏହି ଚେତାବନୀର ଦିନକ ପରେ କମଳନାଥ ଏହାର ଜବାବ ରଖିଛନ୍ତି। ସେ କହିଛନ୍ତି, ନିର୍ବାଚନ ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତି ୫ ବର୍ଷ ପାଇଁ, ତାହା ୫ ମାସ ପାଇଁ ନୁହେଁ। ଯଦି ସରକାର ପ୍ରତିଶ୍ରୁତି ରଖିବାରେ ବିଫଳ ହୋଇଛନ୍ତି, ତେବେ ସିନ୍ଧିଆ ଏହା ବିରୋଧରେ ଆନ୍ଦୋଳନକୁ ଓହ୍ଲାନ୍ତୁ ବୋଲି କମଳନାଥ ଚ୍ୟାଲେଞ୍ଜ କରିଛନ୍ତି। ତାଙ୍କୁ ରାସ୍ତାକୁ ଓହ୍ଲାଇବାକୁ କିଏ ମନା କରୁଛି କି ବୋଲି କମଳନାଥ କହିଛନ୍ତି।
ଦୁଇ କଂଗ୍ରେସ ନେତାଙ୍କ ମଧ୍ୟରେ ଏଭଳି କାଦୁଅଫିଙ୍ଗାକୁ ନେଇ ରାଜନୈତିକ ନେତାଙ୍କ ମଧ୍ୟରେ ମିଶ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। କେତେକ ସିନ୍ଧିଆଙ୍କୁ ସମର୍ଥନ କରିଥିବାବେଳେ ଦଳ ଭିତରେ ଆଭ୍ୟନ୍ତରୀଣ କନ୍ଦଳ ବନ୍ଦ ହେବା ଆବଶ୍ୟକ ବୋଲି ଅନ୍ୟମାନେ ମତ ଦେଇଛନ୍ତି। ନିର୍ବାଚନ ଜିତି କ୍ଷମତାକୁ ଆସିଲେ କଂଗ୍ରେସ କୃଷିଋଣ ଛାଡ଼ କରିବା ସହ ଅତିଥି ଶିକ୍ଷକମାନଙ୍କୁ ସ୍ଥାୟୀ କରିବାକୁ ପ୍ରତିଶ୍ରୁତି ଦେଇଥିଲା। ଏଥିସହିତ ନିର୍ବାଚନୀ ଇସ୍ତାହାରରେ ଅନେକ ପ୍ରତିଶ୍ରୁତି ଦିଆଯାଇଥିଲା, ଯାହା ପାଳନ ହେବା ଆବଶ୍ୟକ। ଜଣେ ବରିଷ୍ଠ ନେତା ଭାବରେ ସିନ୍ଧିଆ ଏଥିପାଇଁ ଚିନ୍ତାପ୍ରକଟ କରିବା ସ୍ବାଭାବିକ ବୋଲି ଦଳର ଅନ୍ୟତମ ନେତା କେଟିଏସ୍‌ ତୁଲ୍‌ସି କହିଛନ୍ତି। ଅନ୍ୟପକ୍ଷରେ ଭାଜପା ନେତା ଜି.ଭି.ଏଲ୍‌ ନରସିଂହ ରାଓ କହିଛନ୍ତି, ମଧ୍ୟପ୍ରଦେଶର କମଳନାଥ ସରକାର ନିର୍ବାଚନୀ ପ୍ରତିଶ୍ରୁତି ପାଳନ ନ କରି ଜନସାଧାରଣଙ୍କୁ ପ୍ରତାରିତ କରିଛନ୍ତି। ସିନ୍ଧିଆଙ୍କ ଆନ୍ଦୋଳନ ନିଷ୍ପତ୍ତି ସରକାରଙ୍କ ପାଇଁ ଏକ ଚେତାବନୀ ବୋଲି ସେ କହିଛନ୍ତି। ସିନ୍ଧିଆଙ୍କୁ ରାଜ୍ୟ କଂଗ୍ରେସ ସଭାପତି କରାଯାଇ ନାହିଁ କିମ୍ବା ମୁଖ୍ୟମନ୍ତ୍ରୀ କରାଗଲା ନାହିଁ। ତେଣୁ ଦଳ ଭିତରେ କ୍ଷମତାକୁ ନେଇ କନ୍ଦଳ ଜାରି ରହିଥିବା ଭାଜପା ନେତା ଗଣେଶ ସିଂ କହିଛନ୍ତି। ଦିଲ୍ଲୀ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପ୍ରଦର୍ଶନକୁ ନେଇ ସିନ୍ଧିଆ ଦଳର କେନ୍ଦ୍ରୀୟ ନେତୃତ୍ୱକୁ ସମାଲୋଚନା କରିଥିଲେ।
ଶୁକ୍ରବାର ଟିକମଗଡ଼ ଜିଲାର କୁଡିଲା ଗ୍ରାମରେ ଏକ ସଭାକୁ ଉଦ୍‌ବୋଧନ ଦେଇ ସେ ଅତିଥି ଶିକ୍ଷକମାନଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ପାଇଁ ଲଢ଼େଇ କରିବେ ବୋଲି କହିଥିଲେ। ଏଥିସହିତ ଫସଲ କ୍ଷୟକ୍ଷତି ସର୍ଭେ ଓ କୃଷିଋଣ ଛାଡ଼ ପ୍ରତିଶ୍ରୁତି ପୂରଣ ହୋଇ ନ ଥିବାରୁ ସେ ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ। ଆବଶ୍ୟକ ପଡିଲେ ସେ ରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଥିଲେ। ସୂଚନାଯୋଗ୍ୟ ମଧ୍ୟପ୍ରଦେଶରେ କଂଗ୍ରେସ ସରକାର ଗଢ଼ିବା ଦିନଠାରୁ ଦୁଇ ବରିଷ୍ଠ ନେତାଙ୍କ ମଧ୍ୟରେ ମତପାର୍ଥକ୍ୟ ଜାରି ରହିଛି। ସିନ୍ଧିଆ ସମର୍ଥକମାନେ ତାଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଥିଲେ। ପରେ ତାଙ୍କୁ ରାଜ୍ୟ କଂଗ୍ରେସ ସଭାପତି କରିବା ପାଇଁ ଦାବି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri