ମଧ୍ୟବର୍ତ୍ତିକାଳୀନ କ୍ଷତିପୂରଣ ସହ ପୀଡ଼ିତାଙ୍କୁ ସୁରକ୍ଷା ନିର୍ଦ୍ଦେଶ

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାକତ୍ାର ଘଟଣାକୁ ନେଇ ରାଜ୍ୟ କଂଗ୍ରେସର ଏକ ପ୍ରତିନିଧି ଦଳ ମଙ୍ଗଳବାର ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କୁ ଭେଟିଛନ୍ତି। ପୂର୍ବତନ ଏମ୍‌ପି ପ୍ରଦୀପ ମାଝିଙ୍କ ନେତୃତ୍ୱରେ ଉକ୍ତ ଟିମ୍‌ କମିଶନଙ୍କୁ ଭେଟି ପୀଡିତାଙ୍କୁ ମଧ୍ୟବର୍ତ୍ତିକାଳୀନ ସହାୟତା ସହ ସୁରକ୍ଷା ଦାବି କରିଛନ୍ତି। ପୀଡିତାଙ୍କୁ ବିଭିନ୍ନ ଧମକପୂର୍ଣ୍ଣ ଫୋନ୍‌ କଲ୍‌ ଆସୁଥିବାରୁ ପରିବାର ଲୋକେ ଭୟ ଓ ଆଶଙ୍କାରେ ରହିଛନ୍ତି। ଆଗକୁ ପୀଡିତା ଜଣକ ଦଶମ ପରୀକ୍ଷା ଦେବାକୁ ଥିବାବେଳେ ତାଙ୍କର ସୁରକ୍ଷା ସଂକ୍ରାନ୍ତରେ କଂଗ୍ରେସ ଟିମ୍‌ କମିଶନକୁ ଜଣାଇଛନ୍ତି। କମିଶନ ଘଟଣାକୁ ଗୁରୁତ୍ୱର ସହ ଗ୍ରହଣ କରିବା ସହ ମାମଲାର ତଦନ୍ତରେ ଶିଥିଳତାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ୧୦ମ ପରୀକ୍ଷା ଶେଷ ହେବା ପର୍ଯ୍ୟନ୍ତ ଜଣେ ମହିଳା ପୋଲିସ କର୍ମୀ ପୀଡିତାଙ୍କ ସହ ରହିବେ। ତାଙ୍କ ପରିବାର ଲୋକଙ୍କୁ ମଧ୍ୟ ସୁରକ୍ଷା ଯୋଗାଇ ଦିଆଯିବ। ଆଇନ ଅନୁଯାୟୀ ପୀଡିତାଙ୍କୁ ମଧ୍ୟବର୍ତ୍ତିକାଳୀନ କ୍ଷତିପୂରଣ ଦେବାକୁ କମିଶନ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେବା ସହ ସର୍ବଶେଷ ରିପୋର୍ଟ ୭ ଦିନ ଭିତରେ ଦାଖଲ କରିବାକୁ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏନେଇ ପ୍ରଦୀପ ମାଝି କହିଛନ୍ତି ଯେ, ପିଡ଼ୀତାଙ୍କ ପରିବାରକୁ ସୁରକ୍ଷା ଦେବା ବଡ଼ ପ୍ରଶ୍ନ ହୋଇଛି। ଓଏଚ୍‌ଆରସି ଏହି ମାମଲାକୁ ଗୁରୁତ୍ୱ ଦେଇ କ୍ଷତିପୂରଣ ଓ ସୁରକ୍ଷା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳ ଓ ଏସ୍‌ପି ତଦନ୍ତ ରିପୋର୍ଟ ଦାଖଲ କରିବେ। ମାମଲାର ପରବର୍ତ୍ତୀ ଶୁଣାଣି ଆଗାମୀ ୧୦ ତାରିଖକୁ କମିଶନ ଧାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri