Posted inଜାତୀୟ

ମଧ୍ୟସ୍ଥତାରେ ସମାଧାନ ସମ୍ଭବ ନ ହେଲେ:୨୫ରୁ ଅଯୋଧ୍ୟା ଶୁଣାଣି

ନୂଆଦିଲ୍ଲୀ,୧୨।୭(ପି.ଟି.):ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଆପୋସ ସମାଧାନ ପାଇଁ ଗଠିତ ମଧ୍ୟସ୍ଥ କମିଟି ଆସନ୍ତା ୧୮ ତାରିଖରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବା ପରେ ସୁପ୍ରିମକୋର୍ଟ ଏହି ପ୍ରସଙ୍ଗରେ ନିଷ୍ପତ୍ତି ନେବେ। ଯଦି ଉକ୍ତ ମାମଲାରେ ଅଧିକ କିଛି ଭୂମିକା ନାହିଁ ବୋଲି ମଧ୍ୟସ୍ଥ କମିଟି ଅନୁଭବ କରେ ତେବେ ୨୫ରୁ ସୁପ୍ରିମକୋର୍ଟ ଅଯୋଧ୍ୟା ମାମଲାର ଶୁଣାଣି କରିବେ।
ଅଗଷ୍ଟ ୧୫ ସୁଦ୍ଧା ସମାଧାନ ପନ୍ଥା ବାହାର କରିବା ଲାଗି ସୁପ୍ରିମକୋର୍ଟ ଗତ ମେ ୧୦ରେ ମଧ୍ୟସ୍ଥ କମିଟିକୁ ସମୟ ଦେଇଥିଲେ। ଏବେ ଉକ୍ତ କମିଟିର ଅଧ୍ୟକ୍ଷଙ୍କୁ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି। ରିପୋର୍ଟ ମିଳିବାର ପରବର୍ତ୍ତୀ ସପ୍ତାହରେ ଅଦାଲତ ଏହା ଉପରେ ନିଷ୍ପତ୍ତି ନେବେ। ଯଦି ମଧ୍ୟସ୍ଥତା ମାଧ୍ୟମରେ ସମାଧାନ ସମ୍ଭବ ନୁହେଁ ବୋଲି କମିଟି ଅନୁଭବ କରନ୍ତି ତେବେ ଜୁଲାଇ ୨୫ରୁ ମାମଲାର ନିୟମିତ ଶୁଣାଣି ଆରମ୍ଭ ହେବ ବୋଲି ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ଖଣ୍ଡପୀଠ ଗୁରୁବାର କହିଛନ୍ତି। ଖଣ୍ଡପୀଠରେ ଜଷ୍ଟିସ୍‌ ଏସ୍‌.ଏ. ବୋବ୍‌ଡେ, ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଅଶୋକ ଭୂଷଣ ଏବଂ ଏସ୍‌.ଏ. ନାଜିର ରହିଛନ୍ତି। ଦୀର୍ଘ ଦଶନ୍ଧି ଧରି ଅଯୋଧ୍ୟା ବିବାଦ ମାମଲା ଅଦାଲତର ବିଚାରାଧୀନ ରହିଥିବାରୁ ବୁଝାମଣା ମାଧ୍ୟମରେ ଏହାର ଶୀଘ୍ର ସମାଧାନ ଲାଗି ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ୩ ଜଣିଆ ମଧ୍ୟସ୍ଥ କମିଟି ଗଠନ ହୋଇଥିଲା। ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଏଫ୍‌.ଏମ୍‌.ଆଇ. କଲିଫୁଲ୍ଲାଙ୍କ ଅଧ୍ୟକ୍ଷତାରେ ଗଠିତ ମଧ୍ୟସ୍ଥ କମିଟିରେ ଆଧ୍ୟାତ୍ମିକ ଗୁରୁ ଶ୍ରୀଶ୍ରୀ ରବିଶଙ୍କର ଏବଂ ଆଇନଜୀବୀ ଶ୍ରୀରାମ ପଞ୍ଚୁ ସଦସ୍ୟ ଅଛନ୍ତି। ୧୮ ତାରିଖରେ ଜଷ୍ଟିସ କଲିଫୁଲ୍ଲା ତାଙ୍କ ରିପୋର୍ଟ ଦାଖଲ କରିବା ପରେ ଖଣ୍ଡପୀଠ ପରବର୍ତ୍ତୀ ନିର୍ଦ୍ଦେଶ ଦେବେ ବୋଲି କହିଛନ୍ତି।
ଅଯୋଧ୍ୟାରେ ଷୋଡ଼ଶ ଶତାବ୍ଦୀରେ ବାବ୍ରୀ ମସ୍‌ଜିଦ ନିର୍ମାଣକୁ ନେଇ ବିବାଦ ଲାଗି ରହିଛି। ଭଗବାନ ରାମଙ୍କ ଜନ୍ମସ୍ଥାନରେ ଥିତ୍ବା ପୁରାତନ ମନ୍ଦିରର ଭଗ୍ନାବଶେଷ ଉପରେ ଉକ୍ତ ମସ୍‌ଜିଦ ନିର୍ମାଣ କରାଯାଇଥିବା ହିନ୍ଦୁ ସଂଗଠନଗୁଡ଼ିକ ବିଶ୍ୱାସ କରିଥାନ୍ତି। ମସ୍‌ଜିଦକୁ ୧୯୯୨ରେ ହିନ୍ଦୁ କରସେବକମାନେ ଭାଙ୍ଗିଦେବା ପରେ ବିଭିନ୍ନ ସ୍ଥାନରେ ଦଙ୍ଗା ସୃଷ୍ଟି ହୋଇ ୨୦୦୦ ଲୋକ ନିହତ ହୋଇଥିଲେ। ଅଯୋଧ୍ୟାର ବିବାଦୀୟ ୨.୭୭ ଏକର ଜମିକୁ ତିନିପକ୍ଷ ସୁନ୍ନି ଓ୍ବାକଫ୍‌ ବୋର୍ଡ, ନିର୍ମୋହୀ ଆଖଡା ଏବଂ ରାମଲାଲାଙ୍କ ମଧ୍ୟରେ ସମାନ ଭାବେ ବାଣ୍ଟିଦେବା ଲାଗି ୨୦୧୦ରେ ଆଲ୍ଲାହାବାଦ ହାଇକୋର୍ଟ ଦେଇଥିବା ରାୟ ବିରୋଧରେ ସର୍ବୋଚ୍ଚ ଅଦାଲତରେ ୧୪ ଆବେଦନ କରାଯାଇଥିଲା। ଉତ୍ତରପ୍ରଦେଶ ସରକାର ଏବଂ ଅନ୍ୟ ପିଟିଶନରଙ୍କ ବିରୋଧ ସତ୍ତ୍ୱେ ସାମ୍ବିଧାନିକ ଖଣ୍ଡପୀଠ ମଧ୍ୟସ୍ଥ କମିଟି ଗଠନ କରିଥିଲେ। ସୁନ୍ନି ଓ୍ବାକଫ୍‌ ବୋର୍ଡ ଏବଂ ନିର୍ମୋହୀ ଆଖଡ଼ା ବ୍ୟତୀତ ଅନ୍ୟମାନେ ମଧ୍ୟସ୍ଥତାକୁ ବିରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri