ମଧ୍ୟାହ୍ନଭୋଜନ ଖାଇ ୨୦ ଛାତ୍ରୀ ଅସୁସ୍ଥ

ଠାକୁରମୁଣ୍ଡା,୨୩ା୯(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ ଅନ୍ତର୍ଗତ ଘୋଷଦା ଗ୍ରାମରେ ଥିବା ମା’ ଅମ୍ବିକା ଏଲ.ଏମ.ବାଳିକା ଉଚ୍ଚ ବିଦ୍ୟାଳୟରେ ରବିବାର ମଧ୍ୟାହ୍ନଭୋଜନ ଖାଇ ୨୦ ଛାତ୍ରୀ ଅସୁସ୍ଥ ହୋଇ ପଡ଼ିଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟ ଭର୍ତ୍ତି କରାଯାଇଛି। ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ଥିବା ଡାକ୍ତରଖାନା ସୂତ୍ରରୁ ଜଣାପଡ଼ିଛି ।
ବିଦ୍ୟାଳୟର ହଷ୍ଟେଲରେ ଥିବା ୫୪ ଛାତ୍ରୀଙ୍କ ନିମନ୍ତେ ରବିବାର ମଧ୍ୟାହ୍ନଭୋଜନରେ ଭାତ, ଡାଲି, ମଟର ତରକାରୀ, ସଜନା ଶାଗ ରୋଷେଇ ହୋଇଥିଲା। ଏହା ଖାଇବାର କିଛି ସମୟ ପରେ କେତେକ ଛାତ୍ରୀ ବାନ୍ତି କରିବା ସହ ଅସୁସ୍ଥ ହୋଇ ପଡ଼ିଥିଲେ। ହଷ୍ଟେଲ ପରିଚାଳିକା ସେମାନଙ୍କ ମଧ୍ୟରୁ ୨୦ ଜଣ ଛାତ୍ରୀଙ୍କୁ ଚିକିତ୍ସା ଲାଗି କରଞ୍ଜିଆ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଖାଦ୍ୟରେ ବିଷ କ୍ରିୟା ଯୋଗୁଁ ଏପରି ହୋଇଛି ବୋଲି ଉପଖଣ୍ଡ ଚିକିତ୍ସାଳୟ ଅଧିକ୍ଷକ କ୍ଷେତ୍ରବାସୀ ଦାସ କହିଛନ୍ତି। ଖବର ପାଇ କରଞ୍ଜିଆର ପୂର୍ବତନ ବିଧାୟକ ବିଜୟ କୁମାର ନାୟକ ମେଡ଼ିକାଲରେ ପହଞ୍ଚି ଛାତ୍ରୀମାନଙ୍କ ଅବସ୍ଥା ପଚାରି ବୁଝିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri