ରେମୁଣା, ୨୩।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ଚଷାଖଣ୍ଡ ପଞ୍ଚାୟତ ଜଙ୍ଖରାଇ-ଚଷାଖଣ୍ଡ ନୋଡ଼ାଲ (ମଇ) ସ୍କୁଲରେ ମଙ୍ଗଳବାର ପିଲାମାନଙ୍କୁ ଦିଆଯାଇଥିବା ମଧ୍ୟାହ୍ନଭୋଜନ ଖାଦ୍ୟରେ ପୋକ ବାହାରିବା ପରେ ଉତ୍ତେଜନା ଦେଖାଦେଇଥିଲା। ବିଭାଗୀୟ ଅଧିକାରୀମାନେ ପହଞ୍ଚି ଖାଦ୍ୟର ମାନ ଯାଞ୍ଚ କରିଥିଲେ। ସୋୟା ବଡ଼ିରେ ପୋକ ଦେଖି ଅଧିକାରୀମାନେ ବିରକ୍ତି ପ୍ରକାଶ କରିବା ସହ ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କୁ ତାଗିଦ୍ କରିଥିଲେ। ଏହାପରେ ଖାଦ୍ୟ ଯୋଗାଉଥିବା ଏସ୍ଏଚ୍ଜିକୁ କାର୍ଯ୍ୟରୁ ବାରଣ କରାଯାଇଛି।
ରେମୁଣା ବିଧାୟକ କୌଣସି କାମରେ ଚଷାଖଣ୍ଡ ଯାଇଥିବା ବେଳେ ପିଲାଙ୍କ ଖାଦ୍ୟ ଥାଳି ନିରୀକ୍ଷଣ କରିଥିଲେ। ପିଲାଙ୍କୁ ଦିଆଯାଉଥିବା ସୋୟା ବଡ଼ିରେ ପୋକ ଥିବା ଜଣାପଡ଼ିଥିଲା। ଏଥିରେ ସେ ଅସନ୍ତୋଷ ପ୍ରକାଶ କରି ବିଭାଗୀୟ ଅଧିକାରୀମାନଙ୍କୁ ଜଣାଇଥିଲେ। ଡିପିସି ସୁରେନ୍ଦ୍ର ପ୍ରସାଦ ଶଙ୍ଖୁଆ, ବ୍ଲକ ଭାରପ୍ରାପ୍ତ ଶିକ୍ଷାଧିକାରୀ ପ୍ରାଚୀତନୟା ଗିରି, ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ନମିତା ସାମଲ ପ୍ରମୁଖ ସ୍କୁଲରେ ପହଞ୍ଚିଥିଲେ। ତରକାରୀରେ ପୋକ ଦେଖି ସେ ପଦକ୍ଷେପ ଗ୍ରହଣ କରିଥିଲେ। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କୁ ବହିଷ୍କାର ସମ୍ପର୍କରେ ସେମାନେ ଜିଲାପାଳଙ୍କୁ ରିପୋର୍ଟ ଦେଇଛନ୍ତି। ଏସ୍ଏଚ୍ଜିର ସଦସ୍ୟାମାନେ ଏକ୍ସପାଏରୀ ତାରିଖ ନ ପଢ଼ି ତାହା କିଣିଥିବା ସଫେଇ ଦେଇଛନ୍ତି।
Posted inଆମ ଜିଲା ଖବର, ବାଲେଶ୍ୱର View All
ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍; ମିଳିନି ପରିଚୟ…
ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...
ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ
ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...
ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ…
ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...
ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…
ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...
ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି
ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...
ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’
ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...
ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ
ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...
କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….
ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...
Archives


