ରେମୁଣା, ୨୩।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ଚଷାଖଣ୍ଡ ପଞ୍ଚାୟତ ଜଙ୍ଖରାଇ-ଚଷାଖଣ୍ଡ ନୋଡ଼ାଲ (ମଇ) ସ୍କୁଲରେ ମଙ୍ଗଳବାର ପିଲାମାନଙ୍କୁ ଦିଆଯାଇଥିବା ମଧ୍ୟାହ୍ନଭୋଜନ ଖାଦ୍ୟରେ ପୋକ ବାହାରିବା ପରେ ଉତ୍ତେଜନା ଦେଖାଦେଇଥିଲା। ବିଭାଗୀୟ ଅଧିକାରୀମାନେ ପହଞ୍ଚି ଖାଦ୍ୟର ମାନ ଯାଞ୍ଚ କରିଥିଲେ। ସୋୟା ବଡ଼ିରେ ପୋକ ଦେଖି ଅଧିକାରୀମାନେ ବିରକ୍ତି ପ୍ରକାଶ କରିବା ସହ ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କୁ ତାଗିଦ୍ କରିଥିଲେ। ଏହାପରେ ଖାଦ୍ୟ ଯୋଗାଉଥିବା ଏସ୍ଏଚ୍ଜିକୁ କାର୍ଯ୍ୟରୁ ବାରଣ କରାଯାଇଛି।
ରେମୁଣା ବିଧାୟକ କୌଣସି କାମରେ ଚଷାଖଣ୍ଡ ଯାଇଥିବା ବେଳେ ପିଲାଙ୍କ ଖାଦ୍ୟ ଥାଳି ନିରୀକ୍ଷଣ କରିଥିଲେ। ପିଲାଙ୍କୁ ଦିଆଯାଉଥିବା ସୋୟା ବଡ଼ିରେ ପୋକ ଥିବା ଜଣାପଡ଼ିଥିଲା। ଏଥିରେ ସେ ଅସନ୍ତୋଷ ପ୍ରକାଶ କରି ବିଭାଗୀୟ ଅଧିକାରୀମାନଙ୍କୁ ଜଣାଇଥିଲେ। ଡିପିସି ସୁରେନ୍ଦ୍ର ପ୍ରସାଦ ଶଙ୍ଖୁଆ, ବ୍ଲକ ଭାରପ୍ରାପ୍ତ ଶିକ୍ଷାଧିକାରୀ ପ୍ରାଚୀତନୟା ଗିରି, ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ନମିତା ସାମଲ ପ୍ରମୁଖ ସ୍କୁଲରେ ପହଞ୍ଚିଥିଲେ। ତରକାରୀରେ ପୋକ ଦେଖି ସେ ପଦକ୍ଷେପ ଗ୍ରହଣ କରିଥିଲେ। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କୁ ବହିଷ୍କାର ସମ୍ପର୍କରେ ସେମାନେ ଜିଲାପାଳଙ୍କୁ ରିପୋର୍ଟ ଦେଇଛନ୍ତି। ଏସ୍ଏଚ୍ଜିର ସଦସ୍ୟାମାନେ ଏକ୍ସପାଏରୀ ତାରିଖ ନ ପଢ଼ି ତାହା କିଣିଥିବା ସଫେଇ ଦେଇଛନ୍ତି।
Posted inଆମ ଜିଲା ଖବର, ବାଲେଶ୍ୱର View All
୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ
ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…
ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO
ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…
ୱାସ୍ରୁମ୍ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ
ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍ରୁମ୍ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…
ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…
ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର…
ମାମୁଘରକୁ ବୁଲିବା ପାଇଁ ଆସିଥିଲେ ଭାଣିଜୀ, ସକାଳୁ ମିଳିଲା ଝୁଲନ୍ତା ମୃତଦେହ
ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କେବି ଦାଣ୍ଡୁଆ ପଞ୍ଚାୟତ ବଡ଼ପାଳ ସିନ୍ଦୂଆ ପାରି…
ଯୁବକଙ୍କୁ ଥାର୍ଡ ଡିଗ୍ରୀ: ବଦଳିଲେ ବାରଙ୍ଗ IIC: ଜାଣନ୍ତୁ କିଏ ହେଲେ ନୂଆ
ବାରଙ୍ଗ, ୩୧।୫(ଲିଙ୍ଗରାଜ ରାଉତ) : ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗ ପରେ ପୋଲିସ ବିଭାଗ ତତ୍କାଳ କାର୍ଯ୍ୟନୁଷ୍ଠାନ ନେଇଛି। ବାରଙ୍ଗ ଥାନାର IIC…
ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବର୍ଷିଲେ ଅତନୁ, କହିଲେ ଭାଜପା ସରକାର କେବଳ…
ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ୨ ବର୍ଷ ଭାଜପା ସରକାରଙ୍କ ଶାସନ କଳଙ୍କିତ ଇତିହାସ। ମହିଳାମାନଙ୍କ ହକ୍ ପାଇଁ ବିଜେଡ଼ିର ପଥପ୍ରାନ୍ତ ସଭାରେ ଯୋଗଦେଇ ପୂର୍ବତନ ମନ୍ତ୍ରୀ…
କଳା ଅନ୍ଧାରକରି ମାଡ଼ିଆସିଲା କାଳବୈଶାଖୀ : ବିଦ୍ୟୁତ୍ ସେବା ପ୍ରଭାବିତ, ବିଜୁ ପଟ୍ଟନାୟକ ପାର୍କ ୨ ଦିନ ବନ୍ଦ
ଭଞ୍ଜନଗର, ୩୧।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହା ଫଳରେ ବିଭିନ୍ନ ବିଭାଗରେ କ୍ଷତି…
Archives

