ମଧ୍ୟାହ୍ନଭୋଜନ ଚାଉଳ ଚୋରି ଅଭିଯୋଗ

ରେମୁଣା, ୯।୮(ଡି.ଏନ.ଏ.)-ବିଦ୍ୟାଳୟରେ ଦିଆଯାଉଥିବା ମଧ୍ୟାହ୍ନଭୋଜନ ପାଇଁ ଯୋଗାଇ ଦିଆଯାଉଥିବା ୫୦ କିଲୋ ଚାଉଳ ବ୍ୟାଗ୍‌ରୁ ୫ରୁ ୧୦ କିଲୋ ପର୍ଯ୍ୟନ୍ତ ଯୋଗାଣକାରୀ ସଂସ୍ଥା ଦ୍ୱାରା ହେରଫେର ହେଉଥିବା ବିଭିନ୍ନ ସମୟରେ ଅଭିଯୋଗ ହୋଇଆସୁଥିଲା। ଗୁରୁବାର ବାଲେଶ୍ୱର ଜିଲା ରେମୁଣା ଥାନା ମନ୍ଦାରପୁର ସେବାଶ୍ରମର ମଧ୍ୟାହ୍ନଭୋଜନ ଚୋରି ହେଉଥିବା ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସୋଫିଆ ଗାନ୍ଧୀ ରେମୁଣା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ସେବାଶ୍ରମକୁ ମଧ୍ୟାହ୍ନଭୋଜନ ପାଇଁ ଆସୁଥିବା ପ୍ରତ୍ୟେକ ଚାଉଳ ବ୍ୟାଗ୍‌ରେ ୬ରୁ ୭ କେଜି କମ୍‌ ଥିବାର ଦେଖି ବିଦ୍ୟାଳୟର ଶିକ୍ଷକମାନେ ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀଙ୍କୁ ଜଣାଇଥିଲେ। ଉକ୍ତ ସମ୍ପର୍କରେ ଚାଉଳ ନେଇ ଆସିଥିବା ଯୁବକଙ୍କୁ ପଚାରିବାରୁ ସେ ସନ୍ତୋଷଜନକ ଉତ୍ତର ଦେଇ ନ ଥିଲେ। ଏନେଇ ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଆଇନର ଆଶ୍ରୟ ନେଇଥିବା ଜଣାପଡ଼ିଛି। ଘଟଣା ସମ୍ପର୍କରେ ଜଣାପଡ଼ିବା ପରେ ସ୍ଥାନୀୟ ଅଭିଭାବକମାନେ ସେବାଶ୍ରମରେ ପହଞ୍ଚତ୍ ପ୍ରଧାନଶିକ୍ଷୟିତ୍ରୀଙ୍କୁ ସହଯୋଗ କରିଥିଲେ। ଏନେଇ ବାରମ୍ବାର ଅଭିଯୋଗ ପରେ ମଧ୍ୟ ଜିଲା ଯୋଗାଣ ଓ ଶିକ୍ଷା ବିଭାଗ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାରୁ ବିଦ୍ୟାଳୟର ଶିକ୍ଷୟିତ୍ରୀ ଓ ଶିକ୍ଷକ ନାହଁି ନ ଥିବା ହଇରାଣ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri