ମଧ୍ୟାହ୍ନଭୋଜନ ଚାଉଳରେ ମୂଷାଲଣ୍ଡି

ଦାରିଙ୍ଗବାଡ଼ି,୫।୨(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ହାଇସ୍କୁଲରେ ଅଷ୍ଟମରୁ ଦଶମ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ମାତ୍ର ସର୍ବଶିକ୍ଷା ଅଭିଯାନ ପକ୍ଷରୁ କେବଳ ଅଷ୍ଟମର ୧୫୦ ଜଣ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଉଥିବାବେଳେ ହଷ୍ଟେଲରେ ୧୦୦ ଛାତ୍ରୀଙ୍କୁ ନିୟମ ପ୍ରକାରେ ଖାଇବା ମିଳୁଛି। ଏଥିସହ ମାଗଣା ଶିକ୍ଷା, ସ୍ବାସ୍ଥ୍ୟପରୀକ୍ଷା ସହ ସାମାଜିକ ସୁରକ୍ଷା ଦାୟିତ୍ୱକୁ ସରକାର ଗୁରୁତ୍ୱ ଦେଇଛନ୍ତି। ତେବେ କିଛି କର୍ତ୍ତୁପକ୍ଷଙ୍କ ଦାୟିତ୍ୱହୀନତା ଯୋଗୁ ଏଥିରେ ବିଭ୍ରାଟ ଦେଖାଦେଉଛି।
ଏହି ବିଦ୍ୟାଳୟରେ ଚାଉଳ ସମେତ ପନିପରିବା ଆଦି ସୁରକ୍ଷିତ ସ୍ଥାନରେ ରଖାଯାଉନାହିଁ। ଅଫିସ ଗୃହ ମଧ୍ୟରେ ଚଟାଣରେ ଦୂଷିତ ପରିବେଶରେ ରଖାଯାଉଥିବାବେଳେ ଚାଉଳବସ୍ତା ଗୁଟିକ ଫୁଟି ତଳେ ଗଦା ହୋଇଛି। ମୂଷା ଚାଉଳ ସହ ପନିପରିବା, ଆଳୁ ଆଦି ଖାଇ ଖଣ୍ଡିଆ କରିଦେଇଛନ୍ତି। ଏହାକୁ ରାନ୍ଧି ଛାତ୍ରୀଛାତ୍ରଙ୍କୁ ଦିଆଯାଉଛି। ‘କରୋନା’ ନେଇ ଜିଲାପ୍ରଶାସନ ସଚେତନ କରୁଥିବାବେଳେ ଦୁର୍ଗମ ଅଞ୍ଚଳ ଗଦାପୁର ହାଇସ୍କୁଲରେ ଏପରି ନିମ୍ନମାନର ଖାଦ୍ୟ ଦିଆଯାଉଥିବାରୁ ଅସନ୍ତୋଷ ଦେଖା ଦେଇଛି।
ଏନେଇ ପ୍ରଧାନ ଶିକ୍ଷକ ପ୍ରଭାକର ବେହରାଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି ଯେ, ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ ସହ ଗୋଦାମ ଗୃହ ନାହିଁ। ବାଧ୍ୟ ହୋଇ ଚାଉଳ ଏବଂ ପନିପରିବା ନିଜ କାର୍ଯ୍ୟାଳୟ ଭିତରେ ରଖୁଛି। ଏନେଇ ସେ ସ୍ଥାନୀୟ ଲୋକ ପ୍ରତିନିଧିଙ୍କ ସମେତ ପ୍ରଶାସନ ଏବଂ ଜିଲା ପ୍ରଶାସନକୁ ବହୁବାର ଜଣାଇସାରିଛି। ମାତ୍ର ସୁଫଳ ମିଳୁନାହିଁ ବୋଲି କହିଥିଲେ। ଶୀଘ୍ର ଏହାକୁ ସେ ସଫେଇ କରିଦେବେ ବୋଲି କହିଥିଲେ।
ଏନେଇ ଦାରିଙ୍ଗବାଡ଼ି ବିଇଓ ବ୍ରହ୍ମାନନ୍ଦ ରାଉତ କହିଛନ୍ତ ଯେ, ବିଭିନ୍ନ ବିଦ୍ୟାଳୟରେ ଗୋଦାମ ଗୃହର ଅଭାବ ରହିଛି। ତେଣୁ କାର୍ଯ୍ୟାଳୟ ଭିତରେ ଚାଉଳ ରଖାଯାଉଛି। କିନ୍ତୁ ତାକୁ ସୁରକ୍ଷିତ ଭାବେ ରଖାଯାଉ ନ ଥିଲେ ତଦନ୍ତ କରି ଖିଲାପକାରୀଙ୍କ ବିରୋଧରେ ଦୃଢ଼ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri