ମଧ୍ୟାହ୍ନଭୋଜନ ପାଚିକା ସଂଘର ବିକ୍ଷୋଭ

ବାରିପଦା ଅଫିସ,୧୮ା୧୨- ମଧ୍ୟାହ୍ନଭୋଜନ ପାଚିକା ସଂଘର କର୍ମକର୍ତ୍ତାମାନେ ମଙ୍ଗଳବାର ୭ ଦଫା ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସିଆଇଟିୟୁ ଜିଲା ସାଧାରଣ ସମ୍ପାଦକ ଅମଲ ଦେଙ୍କ ନେତୃତ୍ୱରେ ଶତାଧିକ ପାଚିକା ବାରିପଦା ରେଳ ଷ୍ଟେଶନରୁ ଏକ ରାଲିରେ ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସି ସେଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ୧୨ ମାସର ଦରମା ସହ ଶିକ୍ଷା ବିଭାଗରେ ଚତୁର୍ଥ ଶ୍ରେଣୀ କର୍ମଚାରୀର ମାନ୍ୟତା, ନୂ୍ୟନତମ ମାସିକ ଦରମା ଓ ପେନ୍‌ସନ ପ୍ରଦାନ, ୪୫ତମ ଶ୍ରମ ସମ୍ମିଳନୀରେ ପ୍ରସ୍ତାବ ଲାଗୁ କରିବା, ମଧ୍ୟାହ୍ନଭୋଜନର ଘରୋଇକରଣ ବନ୍ଦ କରିବା, ଛଟେଇ ହୋଇଥିବା ସମସ୍ତ ପାଚିକାଙ୍କୁ ପୁନଃ ଥଇଥାନ, ନୂଆ ଶ୍ରମ ଆଇନକୁ ବାତିଲ କରି ପୁରୁଣା ଆଇନକୁ କାର୍ଯ୍ୟକାରୀ କରିବା, ଶାଢ଼ି, ରନ୍ଧନ ଗ୍ୟାସ, ଉନ୍ନତମାନର ଖାଦ୍ୟ ଓ ଛାତ୍ର ସଂଖ୍ୟା ଅନୁଯାୟୀ ନୂଆ ପାଚିକା ନିଯୁକ୍ତି ଆଦି ଦାବି ଉପସ୍ଥାପନା କରାଯାଇଥିଲା। ପରେ ଜିଲା ପ୍ରଶାସନକୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ବିକର୍ତ୍ତନ କବି, ରାପସୀ ପ୍ରହରାଜ, ସିଆଇଟିୟୁ ଜିଲା ସଭାପତି ରବି ଗୋସ୍ବାମୀ, ପାଚିକା ସଂଘର କ୍ଷୀରମଣି ମହାନ୍ତ, ସନ୍ଧ୍ୟା ବେହେରା, କୁଲତା ମହାନ୍ତ, ମାଳତୀ ମହାନ୍ତ, ଜୟନ୍ତୀ ସିଂ, ରଞ୍ଜିତା ରାଉତ ପ୍ରମୁଖଙ୍କ ସମେତ ଅନ୍ୟମାନେ ଏହି ବିକ୍ଷୋଭ ସମାବେଶରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ରାସ୍ତା ଆଢୁଆଳରେ ନଳକୂପ: ପିଇବା ପାଣି ପାଇଁ ହଟହଟା

ଲୋଇସିଂହା,୧୩।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟାରୁ ବାଦିବାହାଲ ଆରଡି ରାସ୍ତା ପ୍ରଶସ୍ତ ଓ ଉନ୍ନତୀକରଣ କାମ ଚାଲିଛି ା ଏହାଦ୍ୱାର ରାସ୍ତା ପାର୍ଶ୍ୱରେ ଥିବା…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri