ମଧ୍ୟାହ୍ନଭୋଜନ ଯାଞ୍ଚ କଲେ ବିଧାୟକ

ଛେଣ୍ଡିପଦା,୩।୧୨(ସ୍ବ.ପ୍ର)-ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ମଙ୍ଗଳବାର ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟକୁ ପରିଦର୍ଶନ ଯାଇଥିଲେ। ଏହି ଅବସରରେ ଏକ ନୂତନ ଶ୍ରେଣୀ ଗୃହକୁ ବିଧାୟକ ଉଦ୍‌ଘାଟନ କରିଥିଲେ। ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ନିମନ୍ତେ ଶ୍ରେଣୀ ଗୃହର ଆବଶ୍ୟକତା ହେଉଥିବାରୁ ଜିଲା ଖଣିଜ ପାଣ୍ଠିରୁ ଶ୍ରେଣୀ ଗୃହ ନିର୍ମାଣ କରାଯାଇଥିଲା। ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସାରଙ୍ଗଧର ନାଏକଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା, ବ୍ଳକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ, ବିଧାୟକଙ୍କ ଜିଲା ପ୍ରତିନିଧି ପ୍ରଦୀପ କୁମାର ସାହୁ, ପୂର୍ବତନ ସରପଞ୍ଚ, ସମିତିସଭ୍ୟ, ବିଦ୍ୟାଳୟର ପରିଚାଳନା କମିଟିର ସଦସ୍ୟ ପ୍ରମୁଖ ଯୋଗ ଦେଇଥିଲେ। ଏହାପରେ ବିଧାୟକ ବିଦ୍ୟାଳୟର ମଧ୍ୟାହ୍ନଭୋଜନକୁ ଯାଞ୍ଚ କରିଥିଲେ। ପରେ ପାଚିକାଙ୍କୁ ରୋଷେଇ ଘରକୁ ସଫା ସୁତରା ରଖିବା ସହିତ ଖଦ୍ୟ ପ୍ରସ୍ତୁତବେଳେ ସତର୍କତା ଅବଲମ୍ବନ କରିବାସହିତ ସଠିକ ସମୟରେ ରୋଷେଇ କରି ଛାତ୍ରୀଛାତ୍ରଙ୍କୁ ଦେବା ପାଇଁ ପରାମର୍ଶ ଦେଇଥିଲେ। ପୂର୍ବତନ ସମିତିସଭ୍ୟ ସାରଥି ସାହୁ ପରିଚାଳନା କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀଶିକ୍ଷକ, କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି…

ଡିଜେ ବଜେଇ ପ୍ରସେଶନ କରିବାରୁ ୨ ସାହି ମଧ୍ୟରେ ମାରପିଟ: ୧୫ ରୁ ଊର୍ଦ୍ଧ୍ୱ ଆହତ

ଆନନ୍ଦପୁର,୧୫।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ କେଶଦୁରାପାଳ ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ କଣ୍ଟାଫୋଡା…

ଜଗା ଦର୍ଶନ କରି ଫେରୁଥିଲେ ହେଲା ଦୁର୍ଘଟଣା: ଶେଷରେ ଆଖିବୁଜିଲେ…

ପାରଳାଖେମୁଣ୍ଡି, ୧୫ା୪(ଗିରିଧାରୀ ପରିଚ୍ଛା): ଆନ୍ଧ୍ର ପ୍ରଦେଶର ପଲାସା ସହର ନିକଟରେ ଗତ ୯ ଦିନ ତଳେ ଘଟିଥିବା ସଡକ ଦୁର୍ଘଟଣାରେ ଚିକିତ୍ସିତ ହେଉଥିବା ଗଜପତି ଜିଲା ସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri