ମଧ୍ୟାହ୍ନଭୋଜନ ରିପୋର୍ଟକୁ ନେଇ ସନ୍ଦେହ: ସ୍କୁଲ ଛୁଟି ଥାଇ ପିଲାଙ୍କୁ ମିଳିଛି ଖାଦ୍ୟ

କୋରୁକୋଣ୍ଡା ୩।୧(ଡି.ଏନ. ଏ) – ଛାତ୍ରୀଛାତ୍ରଙ୍କୁ ସ୍କୁଲମୁହାଁ କରିବାକୁ ସରକାରୀ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରାଯାଇଛି। କିନ୍ତୁ ସ୍କୁଲ ଛୁଟି ଥିବା ସମୟରେ ମଧ୍ୟ ପିଲାଙ୍କୁ ଏହି ମଧ୍ୟାହ୍ନଭୋଜନ ମିଳିଥିବା ନେଇ ଏକ ତଥ୍ୟ ଅନ୍‌ଲାଇନ ମାଧ୍ୟମରେ ଜଣାପଡିଛି।
ପ୍ରକାଶ ଯେ, କୋରୁକୋଣ୍ଡା ବ୍ଲକ ପୋଟରେଲ ପଞ୍ଚାୟତ ସିରିଗୁଡ଼ା ପ୍ରାଥମିକ ସ୍କୁଲରେ ପ୍ରଥମରୁ ପଞ୍ଚମ ମଧ୍ୟରେ ୬୪ଜଣ ପିଲା ପାଠ ପଡନ୍ତି। ଗତ ୨୨ ତାରିଖରେ ସ୍କୁଲରେ ଧାନକଟା ଛୁଟି ଦିଆଯାଇଥିଲା। ସ୍କୁଲ ୧ ତାରିଖ ପର୍ଯ୍ୟନ୍ତ ବନ୍ଦ ଥିଲା। କିନ୍ତୁ ୨୩ ତାରିଖରେ ୫୮ ଜଣ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନ ଦିଆଯାଇଥିବା ନେଇ ଅନ୍‌ଲାଇନ ତଥ୍ୟ ମିଳିଛି। ସ୍କୁଲ ବନ୍ଦ ଥିବାବେଳେ ଏହା କିଭଳି ସମ୍ଭବ ହେଲା ସେ ନେଇ ପ୍ରଧାନଶିକ୍ଷକ ଜ୍ୟୋତି ମାଡକାମୀଙ୍କ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରିବାରୁ ତାହା ହୋଇ ପାରି ନ ଥିଲା। ଘଟଣା ସମ୍ପର୍କରେ ବ୍ଲକ ଶିକ୍ଷାଧିକାରୀ ପତିତପାବନ ଦାସଙ୍କୁ ପଚାରିବାରୁ ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ବ୍ରିଜ ଉପରେ ମୁହାଁମୁହିଁ ଧକ୍କା ହେଲା ଦୁଇ ବାଇକ, ୪….

ଗୁଣପୁର,୨୫ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଂଶଧାରା ଓଭରବ୍ରିଜରେ ବାଇକ୍ ଏବଂ ଲୁନା ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ୪ଜଣ ଗୁରୁତର ହୋଇଛନ୍ତି…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri