ମଧ୍ୟାହ୍ନଭୋଜନରେ ବୁଢିଆଣୀ ପଡିବା ଘଟଣା:ପ୍ରତିବାଦରେ ସ୍କୁଲରେ ତାଲା

ପରଜଙ୍ଗ, ୧୬ା୭(ଡି.ଏନ.ଏ)ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁଳେଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ଶନିବାର ମଧ୍ୟାହ୍ନଭୋଜନରେ ବୁଢିଆଣୀ ପଡିବା ଓ ଏହାକୁ ଖାଇ ୩୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଅସୁସ୍ଥ ହେବା ଘଟଣାରେ ଅଭିଭାବକମାନେ ସୋମବାର ସ୍କୁଲରେ ତାଲା ପକାଇ ପ୍ରତିବାଦ କରିଛନ୍ତି। ଘଟଣାର ତଦନ୍ତ ସହ ସମ୍ପୃକ୍ତ ରୋଷେୟା ଓ ସହାୟିକାଙ୍କୁ ବାହାର କରି ନୂତନ ରୋଷେୟା ନିଯୁକ୍ତି ପାଇଁ ସେମାନେ ଦାବି କରିଛନ୍ତି। ଅଭିଭାବକମାନେ ଏକତ୍ରିତ ହୋଇ ବିଦ୍ୟାଳୟରେ ତାଲା ପକାଇ ଏକ ବୈଠକ କରିଥିଲେ। ଅନ୍ୟପକ୍ଷରେ ଏହାକୁ ନେଇ ବିଦ୍ୟାଳୟରେ ଏକ ଜରୁରିକାଳୀନ ବୈଠକ ବସିଥିଲା। ଆଗକୁ କିପରି ଏମିତି ନ ହେବ ସେ ଉପରେ ଆଲୋଚନା ହେଉଛି ବୋଲି ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ବେହେରା କହିଛନ୍ତି। ଏବିଇଓ ସଞ୍ଜୟ କୁମାର ମିଶ୍ର, ସିଆରସିସି ସୁନୀଲ ବର୍ମା, ଶିକ୍ଷାକମିଟି କର୍ମକର୍ତ୍ତା ପ୍ରମୁଖ ବୈଠକରେ ଆଲୋଚନା କରିଥିଲେ ମଧ୍ୟ କୌଣସି ସମାଧାନ ବାହାରି ନ ପାରିବାରୁ ମଙ୍ଗଳବାର ପୁନର୍ବାର ଆଲୋଚନା ହେବ ବୋଲି ଜଣାପଡ଼ିଛି। ଏ ବିଷୟରେ ଏବିଇଓ ମିଶ୍ର କୁହନ୍ତି, ଘଟଣାର ତଦନ୍ତ ପାଇଁ ଯାଇଥିଲି। ତଦନ୍ତ ରିପୋର୍ଟ ବିଇଓଙ୍କୁ ପ୍ରଦାନ କରିବି। ସେ ଯାହା ନିଷ୍ପତ୍ତି ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri