Posted inଖେଳ

ମନ ଜିଣିଲେ ଓ୍ବାର୍ନର

ଟଣ୍ଟନ, ୧୪ା୬ (ପି.ଟି.)-ଚଳିତ ଆଇସିସି ବିଶ୍ୱକପ୍‌ରେ ଜଣେ ଅଷ୍ଟ୍ରେଲୀୟ ଓପନର ଏକ ମନ ଜିଣିଲା ଭଳି କାର୍ଯ୍ୟ କରିଛନ୍ତି। ପାକିସ୍ତାନ ବିପକ୍ଷ ମ୍ୟାଚରେ ସେ ଜିତିଥିବା ‘ମ୍ୟାନ ଅଫ୍‌ ଦି ମ୍ୟାଚ’ ପୁରସ୍କାରକୁ ଜଣେ ଅଷ୍ଟ୍ରେଲୀୟ ଦଳର ବାଳକ ସମର୍ଥକଙ୍କୁ ପ୍ରଦାନ କରିଛନ୍ତି। ବଲ୍‌ ଟ୍ୟାମ୍ପରିଂ ମାମଲାରେ ବାସନ୍ଦ ଦଣ୍ଡ ଭୋଗି ସାରି ଫେରିବା ପରେ ବୁଧବାର ପାକିସ୍ତାନ ବିପକ୍ଷ ମ୍ୟାଚରେ ସେ ଏକ ଶତକ ହାସଲ କରିବା ସହ ତାଙ୍କ ଦଳକୁ ୪୧ରନରେ ବିଜୟୀ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଷ୍ଟାଡିୟମରୁ ଫେରୁଥିବାବେଳେ ଓ୍ବାର୍ନରଙ୍କ ସହ ତାଙ୍କ ଦଳର ସମର୍ଥକମାନଙ୍କ ଭେଟ ହୋଇଥିଲା। ତନ୍ମଧ୍ୟରେ ଅଷ୍ଟ୍ରେଲିଆ ଜର୍ସି ପରିଧାନ କରିଥିବା ଜଣେ ବାଳକ ସମର୍ଥକ ରହିଥିଲେ। ସେ ତାଙ୍କ ‘ମ୍ୟାନ ଅଫ୍‌ ଦି ମ୍ୟାଚ’ ପୁରସ୍କାରଟିକୁ ଏହି ବାଳକଙ୍କୁୁ ପ୍ରଦାନ କରିଥିଲେ। ବାଳକ ଜଣକ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ଓ୍ବାର୍ନରଙ୍କଠାରୁ ‘ମ୍ୟାନ ଅଫ୍‌ ଦି ମ୍ୟାଚ’ ପୁରସ୍କାର ପାଇଁ ଏତେ ଖୁସି ଯେ, ତାହା ବର୍ଣ୍ଣନା କରି ହେବ ନାହିଁ। ମ୍ୟାଚ ବେଳେ ଆମେ ଅଷ୍ଟ୍ରେଲିଆ ପତାକା ହଲାଇ ଦଳକୁ ଉତ୍ସାହିତ କରିବାକୁ ଆସିଥିଲୁ। ଓ୍ବାର୍ନର ହଠାତ ମୋ ପାଖକୁ ଆସି ତାଙ୍କ ପୁରସ୍କାର ମୋତେ ଦେଇ ଦେଲେ। ବାଳକଟିର ପିତା କହିଛନ୍ତି, ମ୍ୟାଚ ଯେତେବେଳେ ପାକିସ୍ତାନ ସପକ୍ଷରେ ଥିଲା ଦଳ ସମର୍ଥକମାନେ ଖୁବ୍‌ ହୋ ହଲ୍ଲା କରୁଥିଲେ। ତେଣୁ ଆମକୁ ଚୁପ୍‌ ରହିବାକୁ ପଡ଼ିଥିଲା। ମାତ୍ର ମିଚେଲ ମାର୍ଶ ବୋଲିଂ କରିବାକୁ ଆସି ମ୍ୟାଚର ପରିସମାପ୍ତି ଘଟାଇଥିଲେ। ଏହା ଆମକୁ ଉଲ୍ଲସିତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri