ମନମୋହିଲା ‘ବଡି ବିଲ୍ଡିଂ ଶୋ’ର ସୁନ୍ଦର ସ୍ବାସ୍ଥ୍ୟ ପ୍ରଦର୍ଶନ

ବ୍ରହ୍ମପୁର ଅଫିସ,୩୦ା୧-ସ୍ଥାନୀୟ ଖଲ୍ଲିକୋଟ କଲେଜ ଖେଳ ପଡିଆରେ ଚାଲିଥିବା ୭ମ ମହାନଗର ମହୋତ୍ସବର ବୁଧବାର ଥିଲା ତୃତୀୟ ସନ୍ଧ୍ୟା ା
ଏହାକୁ ଭିଜିଲାନ୍ସ ଅତିରିକ୍ତ ଏସ୍‌ପି ଶାନ୍ତନୁ କୁମାର ପାଢୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ ା ମହୋତ୍ସବ ସଭାପତି ନାରାୟଣ ମହାଙ୍କୁଡ଼ଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ପୂର୍ବତନ ବିଧାୟକ ଡ଼. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ପୂର୍ବତନ ବିଡିଏ ଅଧ୍ୟକ୍ଷ ସୁବାସ ମହାରଣା, ବରିଷ୍ଠ ଆଇନଜୀବୀ ସୁଧାଂଶୁ ପଣ୍ଡା, ଜିଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି ପୀତବାସ ପଣ୍ଡା,ବିଜେଡି ସଭାନେତ୍ରୀ ସଂଘମିତ୍ରା ଦଳେଇ, ମଧୁମେୟ ବିଶେଷଜ୍ଞ ଡ଼ାକ୍ତର ସୁନୀଲ କୋଟା, ମହୋତ୍ସବ ଉପଦେଷ୍ଟା ମନୋଜ କାନ୍ତ ଦାସ, ସୁରଜିତ କୁମାର ପଣ୍ଡା,ଗୌରାଙ୍ଗ ଚୌଧୁରୀ,ଶାନ୍ତନୁ କୁମାର ରଣା, ସନତ ପଣ୍ଡା, ଯୁଗ୍ମ ସମ୍ପାଦିକା ରଶ୍ମିତା ପାଣିଗ୍ରାହୀ ଓ ଶିକ୍ଷାବିତ ପ୍ରଶାନ୍ତ ଦାସ ପ୍ରମୁଖ ମଞ୍ଚାସୀନ ଥିଲେ ା ସମ୍ପାଦକ ଗୋପାଳ ପଟ୍ଟନାୟକ ସଂଯୋଜନା କରିଥିଲେ ା ଏହି ଅବସରରେ ଜିବିବିଏସ୍‌ଏ ସଭାପତି ଆନନ୍ଦ ମହାଙ୍କୁଡ଼, ସମ୍ପାଦକ ଦୁର୍ଗା ଚନ୍ଦ୍ର ଶତପଥୀ, ପରିଚାଳନା ସମ୍ପାଦକ ଏସ୍‌. ଧର୍ମା ଆଚାରି, ଜୁନିୟର ମିଷ୍ଟର ଇଣ୍ଡିଆ ବିଜେତା କିଶୋର ଚନ୍ଦ୍ର ବିଷୋୟୀ, ସିନିୟର ମିଷ୍ଟର ଇଣ୍ଡିଆ ବିଜେତା ଉଦୟ ମଲ୍ଲିକ, ଇଣ୍ଟର ନ୍ୟାସନାଲ ଡାଇମଣ୍ଡ କପ୍‌ ବିଜେତା ଆତିଶ ମାଲୋଙ୍କୁ ସମ୍ମାନିତ କରାଯାଇଥିଲା ା କୋଷାଧ୍ୟକ୍ଷ ପ୍ରଣୟ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ା ସଧ୍ୟାରେ ବ୍ରହ୍ମପୁର ନୁପୁର ଅନୁଷ୍ଠାନ ଦ୍ୱାରା ଓଡିଶୀ ନୃତ୍ୟ, ବ୍ରହ୍ମପୁର କଳାଞ୍ଜଳି ଆର୍ଟିଷ୍ଟ ତରଫରୁ ଆଧୁନିକ ନୃତ୍ୟ, ତ୍ରିପୁରା ସ୍କୃତି କଳାକେନ୍ଦ୍ର ଦ୍ୱାରା ପୁରାତନ ଗୀତ ଉପରେ ଆଧାରିତ ନୃତ୍ୟ, ଏସ୍‌ଏଭି ସ୍କୁଲ ପକ୍ଷରୁ ସାଂସ୍କୃତିକ ନୃତ୍ୟ, ବ୍ରହ୍ମପୁର ସୋସିଆଲ ଫିଟନେସ ଗ୍ରୁପ ତରଫରୁ ମହିଳାମାନଙ୍କ ଦ୍ୱାରା ହେଲଥ ଆଣ୍ଡ ଫିଟନେସ୍‌ ସୋ ପରିବେଷିତ ହୋଇଥିଲା ା
ଗଞ୍ଜାମ ପିତଳ ସ୍ଥିତ ରାମଚନ୍ଦ୍ରପୁର ଓଡ୍ର ସାହିତ୍ୟ ସଂସଦ ପକ୍ଷରୁ ସାହିତ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ବ୍ରହ୍ମପୁର କଣ୍ଠ ଶିଳ୍ପୀଙ୍କ ଦ୍ୱାରା ଆୟୋଜିତ ଟ୍ରାକ ମେଲୋଡି ଦର୍ଶକଙ୍କୁ ଝୁମାଇଥିଲା। ବ୍ରହ୍ମପୁର ବଡି ବିଲ୍ଡିଂ ସୋ ପକ୍ଷରୁ ସୁନ୍ଦର ସ୍ବାସ୍ଥ୍ୟ ପ୍ରଦର୍ଶନ କାର୍ଯ୍ୟକ୍ରମ ଦର୍ଶକଙ୍କୁ ମୁଗ୍ଧ କରିଥିଲା ା ଅନ୍ୟପକ୍ଷରେ ମହୋତ୍ସବ ସ୍ଥଳରେ ଆୟୋଜିତ ହସ୍ତତନ୍ତ ଓ ରେଶମନଗର ପୁସ୍ତକମେଳାର ବିଭିନ୍ନ ଷ୍ଟଲରେ ଭିଡ ଜମିଥିଲା ା ମହୋତ୍ସବ କମିଟିର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri