Posted inଜାତୀୟ

ମନି ଲଣ୍ଡରିଂ ମାମଲା: କଂଗ୍ରେସ ନେତା ଶିବକୁମାର ଗିରଫ

ନୂଆଦିଲ୍ଲୀ, ୪ା୯: କଂଗ୍ରେସର ବରିଷ୍ଠ ନେତା ଡି.କେ. ଶିବକୁମାରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମନି ଲଣ୍ଡରିଂ ମାମଲାରେ ମଙ୍ଗଳବାର ଗିରଫ କରିଛି। କର୍ନାଟକର ଏହି ପୂର୍ବତନ ମନ୍ତ୍ରୀ ତଥା କନକପୁରା ବିଧାୟକଙ୍କୁ କେନ୍ଦ୍ରୀୟ ଏଜେନ୍ସି ଦ୍ୱାରା କ୍ରମାଗତ ଭାବେ ଜେରା କରାଯାଇଥିଲା। ଏବେ ହେପାଜତରେ ରଖି ତାଙ୍କୁ ଅଧିକ ଜେରା କରାଯିବ ବୋଲି ଜଣାପଡ଼ିଛି। ଗିରଫ ହେବା ପରେ ଶିବକୁମାର ଟୁଇଟ୍‌ କରି ତାଙ୍କୁ ରାଜନୈତିକ ଆକ୍ରୋଶ ରଖି ଗିରଫ କରାଯାଇଛି ବୋଲି କହିଛନ୍ତି। ସେ କୌଣସି ବେଆଇନ କାର୍ଯ୍ୟ କରି ନ ଥିବା ପ୍ରକାଶ କରିଛନ୍ତି। ବୁଧବାର ଇଡି ତାଙ୍କୁ ନୂଆଦିଲ୍ଲୀସ୍ଥିତ ଏକ କୋର୍ଟରେ ହାଜର କରିବାର କାର୍ଯ୍ୟକ୍ରମ ରହିଛି। ଗତବର୍ଷ ସେପ୍ଟେମ୍ବର ମାସରେ ଶିବକୁମାର, ନୂଆଦିଲ୍ଲୀସ୍ଥିତ କର୍ନାଟକ ଭବନର କର୍ମଚାରୀ ଓ ଅନ୍ୟ କେତେଜଣଙ୍କ ବିରୋଧରେ ମନି ଲଣ୍ଡରିଂ ମାମଲା ଦାଏର କରାଯାଇଥିଲା। ଏବେ ଶିବକୁମାର ଗିରଫ ହେବା ପରେ କଂଗ୍ରେସ ଏହାକୁ ବିରୋଧ କରିବା ଆରମ୍ଭ କରିଛି। ବିରୋଧୀ ଦଳର ନେତାଙ୍କୁ ଅଯଥାରେ ଟାର୍ଗେଟ କରାଯାଉଛି ବୋଲି କର୍ନାଟକର ଦଳୀୟ ମୁଖ୍ୟ ଦୀନେଶ ଗୁଣ୍ଡୁରାଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪…

ଲହଡି ମାଡ଼ରେ ଗଭୀର ସମୁଦ୍ରକୁ ଚାଲିଗଲେ ପର୍ଯ୍ୟଟକ, ଆଉ ତା’ପରେ..

ପୁରୀ,୨୫।୬: ପୁରୀ ସେକ୍ଟର ୯ ବେଳାଭୂମି ଅର୍ଥାତ ଚୈତନ୍ୟ ଛକ ସମ୍ମୁଖରେ ଏକ ଅଘଟଣ ସାମ୍ନାକୁ ଆସିଛି। ସମୁଦ୍ରର ଲହଡି ମାଡ଼ରେ ଜଣେ ପର୍ଯ୍ୟଟକ ଗଭୀର ସମୁଦ୍ର…

ବିବାହରେ ଧୋନି, କୋହଲି, ରୋହିତଙ୍କୁ କାହିଁକି ନିମନ୍ତ୍ରଣ କଲେ ନାହିଁ ଆକାଶ ଦୀପ? ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୫।୬: କାଶୀରେ ଭାରତୀୟ ଦଳର ଦ୍ରୁତ ବୋଲର ଆକାଶ ଦୀପ ଅକ୍ଷିତାଙ୍କ ସହିତ ବୁଧବାର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହ ଉତ୍ସବ ଏକ ଆନନ୍ଦଦାୟକ ଘଟଣା…

କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

କୋରାପୁଟ,୨୫।୬(ଅମିତାଭ ବେହେରା ): କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ଵରାଜ୍ୟ କୁମାର ଶିଶାଙ୍କ ଦେହାନ୍ତ ହୋଇଛି । ଗତ କିଛି ଦିନ ଧରି ସେ…

ସରକାରଙ୍କ ବଡ଼ ପଦକ୍ଷେପ, ବିବାହ କାର୍ଡରେ ବର-କନ୍ୟାଙ୍କ ଜନ୍ମ ତାରିଖ ଅନ୍ତର୍ଭୁକ୍ତ କରିବା ବାଧ୍ୟତାମୂଳକ

ମୁମ୍ବାଇ,୨୫।୬: ବାଲ୍ୟବିବାହର ସାମାଜିକ କୁପ୍ରଥାକୁ ସମ୍ପୂର୍ଣ୍ଣ ଭାବରେ ଦୂର କରିବା ପାଇଁ ମହାରାଷ୍ଟ୍ରରେ ଏକ ଅନନ୍ୟ ଏବଂ କଠୋର ନିୟମ ଲାଗୁ ହେବାକୁ ଯାଉଛି। ରାଜ୍ୟ ସରକାର…

ବାଲେଶ୍ବରରେ ଚାଞ୍ଚଲ୍ୟ, ୮ ରାଉଣ୍ଡ ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା

ବାଲେଶ୍ୱର,୨୫।୬( ବାଞ୍ଛାନିଧି ଦେ ): ବାଲେଶ୍ବର ସହରରେ ଆଇନ ଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ପୋଲିସକୁ ଅପରାଧୀମାନେ ଖୁଲମଖୁଲା ଚ୍ୟାଲେଞ୍ଜ ଦେଉଛନ୍ତି । ସହଦେବଖୁଣ୍ଟା ଥାନା…

ବୈଭବ ଇନ୍‌ ଅଭିଷେକ ଆଉଟ! ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଦଳ ପାଇଁ ଆୟରଲ୍ୟାଣ୍ଡ ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସମସ୍ତଙ୍କ ନଜର ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ, ଯିଏ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି…

ଭାଜପାକୁ ବଡ଼ ଧକ୍କା! କେରଳ ହାଇକୋର୍ଟଙ୍କ ଭର୍ତ୍ସନା ପରେ, ୧୯ ଭାଜପା କାଉନସିଲର ପୁନର୍ବାର ଶପଥ ନେଲେ

ଥିରୁଭାନନ୍ତପୁରମ,୨୫।୬: ଥିରୁଭାନନ୍ତପୁରମ ମ୍ୟୁନିସିପାଲ କର୍ପୋରେସନର ୧୯ ଜଣ ଭାରତୀୟ ଜନତା ପାର୍ଟି (ଭାଜପା) କାଉନସିଲର ବୁଧବାର (ଜୁନ ୨୪, ୨୦୨୬), ସେମାନଙ୍କର ପୂର୍ବ ଶପଥକୁ ଅବୈଧ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri