Posted inଜାତୀୟ

ମନେ ପଡନ୍ତି ବାପୁ

ନୂଆଦିଲ୍ଲୀ,୩୦।୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସରେ ଗୁରୁବାର ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଗାନ୍ଧିଜୀ ଏକମାତ୍ର ବ୍ୟକ୍ତିତ୍ୱ ଯାହାଙ୍କ କଥାରେ ବିଶ୍ୱକୁ ଏହ ନୂଆ ଦିଗ ମିଳିଥିଲା। ତାଙ୍କର ପ୍ରତିଟି ବାକ୍ୟଥିଲା ପ୍ରେରଣାଦାୟୀ। ସେ ଜାତିଭେଦ ସହ ଦଳିତଙ୍କ ଉପରେ ହେଉଥିବା ଅତ୍ୟାଚାର ବିରୋଧରେ ସ୍ବର ଉତ୍ତୋଳନ କରିଥିଲେ। ସେ କହୁଥିଲେ ମଣିଷ ଯେମିତି ଚିନ୍ତା କରେ ସେମିତି ଗଢି ହୋଇଥାଏ। ଅର୍ଥାତ୍‌ ମଣିଷର ଚିନ୍ତାଧାରା ହିଁ ତା’ର ବ୍ୟକ୍ତିତ୍ୱକୁ ଗଢିଥାଏ। ସେ କହୁଥିଲେ ଭଲ କଥାର ଅନୁକରଣ ନିଜେ ପ୍ରଥମେ କରିବା ଉଚିତ୍‌ ଏହାପରେ ଅନ୍ୟମାନଙ୍କୁ ଭଲକଥା କହିବାକୁ ବା ଭଲକାମ କରିବାକୁ ପ୍ରେରଣା ଦେବା ଠିକ୍‌। ସତ୍ୟ ପାଇଁ କୌଣସି ଜନ ସମର୍ଥନର ଆବଶ୍ୟକ ନାହିଁ। କାରଣ ସତ୍ୟର ଏତେ ଶକ୍ତି ଅଛି ଯେ ସେ ସମସ୍ତ ଆରୋପ ପ୍ରତ୍ୟାରୋପ ମଧ୍ୟରେ ମୁଣ୍ଡ ଟେକି ଏକେଲା ଠିଆ ହୋଇ ପାରିବ। ଗାନ୍ଧିଜୀଙ୍କ ହି କଥା ପ୍ରମାଣ ଦିଏ ସତ୍ୟ ଚିନ୍ତାରେ ପକାଇ ପାରେ ହେଲେ କେବେ ପରାଜିତ ହୁଏ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୨୩ରେ ସମ୍ମାନିତ ହେବେ ୯୦%ରୁ ଅଧିକ ମାର୍କ ରଖିଥିବା ୮୪ ଛାତ୍ରୀଛାତ୍ର, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ…

ଭବାନୀପାଟଣା,୨୨।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରଗତି ଅନୁଷ୍ଠାନ ପକ୍ଷରୁ ଆସନ୍ତା ୨୩ ତାରିଖ ଶନିବାର ଭବାନୀପାଟଣା ଟାଉନ ହଲରେ ଭବ୍ୟ ସମ୍ବର୍ଦ୍ଧନା ସଭା ମେଧା…

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ

କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ପରିସ୍ଥିତିର ଦାସ ମଣିଷ

ମହାନ୍‌ ମାନବବାଦୀ ନେତା ଆବ୍ରାହମ୍‌ ଲିଙ୍କନ ଥରେ କହିଥିଲେ, ”ମୁଁ ମୋର ସାମ୍ନା କରିଥିବା ପରିସ୍ଥିତିର ଫଳ“ ଅର୍ଥାତ୍‌ ସେ ଯେଉଁ ଆସନରେ ମଣ୍ଡିତ ଥିଲେ ତାହା…

ଜୀବନ ନଦୀର ଦୁଇ କୂଳ

ଶ୍ରଦ୍ଧାବାନ୍‌ ଲଭ୍ୟତେ ଜ୍ଞାନମ୍‌ ଓ ସଂଶୟାତ୍ମା ବିନଶ୍ୟତି’ର ମହତ୍ତ୍ୱ ହୃଦୟଙ୍ଗମ କରିବା ଉଚିତ। ଜ୍ଞାନ ପାଇଁ ସଂଶୟହୀନତା ଓ ଶ୍ରଦ୍ଧା ଉଭୟ ଆବଶ୍ୟକ, ଠିକ୍‌ ଯେପରି ଆଲୋକ…

ରଣନୀତିରୁ ଲାଭ

ଆମେରିକା ପୃଥିବୀର ଯେ କୌଣସି ସ୍ଥାନରେ ସାମରିକ ଆକ୍ରମଣ କରିବାକୁ ସକ୍ଷମ। ଏହାସହ ଅନ୍ୟ ଦେଶ ଉପରେ କ୍ଷତିକାରକ ଟାରିଫ୍‌ ଓ ପ୍ରତିବନ୍ଧକ ଲଗାଇବା ଏବଂ ସହଯୋଗୀଙ୍କ…

ଏଣିକି କୃଷକଙ୍କ କାର୍ଯ୍ୟ ହେବ ସହଜ: ଶୁଭାରମ୍ଭ ହେଲା…

ମହାକାଳପଡ଼ା, ୨୨ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କିଆର ବାଙ୍କସ୍ଥିତ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ରଠାରେ ଖରିଫ୍‌ ଫସଲ ସମ୍ବନ୍ଧୀୟ କୃଷକ ପଞ୍ଜୀକରଣ, ସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri