ମନୋରଞ୍ଜନ ମନସ୍କ ହେବ ଅନୁଗୋଳ

ଅନୁଗୋଳ ଅଫିସ,୮।୪ କରୋନା କଷଣ ଯୋଗୁ ଦୀର୍ଘ ୨ ବର୍ଷ ହେବ ସଜେଇ ହୋଇ ନ ଥିବା ମଞ୍ଚ ଶୁକ୍ରବାର ସଜ୍ଜିତ ହେବ। ଲାଇଟ୍‌, ସାଉଣ୍ଡ ସହ ଲୋକପ୍ରିୟ କଳାକାରମାନଙ୍କୁ ନେଇ କୋଳାହଳ ପରିବେଶ ଦେଖିବାକୁ ମିଳିବ। ସକାଳେ ଯୋଗ, ପ୍ରାଣାୟାମ ଓ ସନ୍ଧ୍ୟାରେ ଭଳିକି ଭଳି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ୩ ଦିନ ଧରି ଅନୁଗୋଳ ଜିଲା ମହୋତ୍ସବ ପାଳନ ହେବାକୁ ଯାଉଥିବାରୁ ଏପରି ମନୋରଞ୍ଜନ ମନସ୍କ ହେବେ ସାରା ଅନୁଗୋଳ।
ଅନୁଗୋଳ ଜିଲା ସଂସ୍କୃତି ପରିଷଦ ଆନୁକୂଲ୍ୟରେ ୮ରୁ ୧୦ ତାରିଖ ଯାଏ ହେବାକୁ ଥିବା ନବମ ଜିଲା ମହୋତ୍ସବ-୨୦୨୨ ପାଇଁ ପ୍ରସ୍ତୁତି ଶେଷ କରିଛି ପ୍ରଶାସନ। ଏହି ୩ ଦିନ ମଧ୍ୟରେ ସକାଳୁ ସନ୍ଧ୍ୟାଯାଏ ବିଭିନ୍ନ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ପଲିଶ୍ରୀ ମେଳା, ବିଶାଳ ଯୋଗ ଶିବିର, ସାରସ୍ବତ ସମ୍ମେଳନ ଓ ସାଂସ୍କୃତିକ ଭାବବିନିମୟ ଏହି କାର୍ଯ୍ୟସୂଚୀରେ ଅନ୍ତର୍ଭୁକ୍ତ ରହିଛି। ଅନୁଗୋଳ ଷ୍ଟାଡିୟମରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନୀ ସମାରୋହ ୮ ତାରିଖ ସନ୍ଧ୍ୟା ୬ଟାରେ ଅନୁଷ୍ଠିତ ହେବ। ମୁଖ୍ୟ ଅତିଥି ଭାବେ ଓଡ଼ିଶା ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ, ସମ୍ମାନିତ ଅତିଥି ଭାବେ ସମ୍ବଲପୁର ଏମ୍‌ପି ନୀତିଶ ଗଙ୍ଗଦେବ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା, ଜିଲା ପରିଷଦ ସଭାପତି ବବିତା ପ୍ରଧାନ, ଏମ୍‌ସିଏଲ୍‌ ମାନବ ସମ୍ବଳ ନିର୍ଦ୍ଦେଶକ କେଶବ ରାଓ, ନାଲ୍‌କୋ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଶ୍ରୀଧର ପାତ୍ର, ଓଏମ୍‌ସି ପରିଚାଳନା ନିର୍ଦ୍ଦେଶକ ବଲଓ୍ବନ୍ତ ସିଂ ଯୋଗଦେବାର କାର୍ଯ୍ୟସୂଚୀ ରହିଛି। ଜିଲାପାଳ ତଥା ଜିଲା ସଂସ୍କୃତି ପରିଷଦ ଅଧ୍ୟକ୍ଷ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଏଥିରେ ସଭାପତିତ୍ୱ କରିବେ। ସେହିପରି ୯ ତାରିଖ ଦ୍ୱିତୀୟ ଦିବସରେ ସନ୍ଧ୍ୟା ୬ଟାରେ ସାଧାରଣ ସଭା ଆୟୋଜିତ ହେବ। ଏଥିରେ ମୁଖ୍ୟଅତିଥି ଭାବେ ସମ୍ବଲପୁର ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ସୁରେଶ ଚନ୍ଦ୍ର ଦଳେଇ, ସମ୍ମାନିତ ଅତିଥି ଭାବେ ଉତ୍ତର କେନ୍ଦ୍ରାଞ୍ଚଳ ଆଇଜି ଡ. ସାର୍ଥକ ଷଡ଼ଙ୍ଗୀ, ଅନୁଗୋଳ ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଅକ୍ଷୟ କୁମାର ପଟ୍ଟନାୟକ, ଏସ୍‌ପି ଜଗମୋହନ ମୀନା, ବେଦାନ୍ତ ମାଇନ୍ସ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଭି. ଶ୍ରୀକାନ୍ତ, ଜେଆଇଟିପିଏଲ୍‌ କାର୍ଯ୍ୟନିର୍ବାହୀ ନିଦ୍ଦେର୍ଶକ ପୁନିତ୍‌ ଗୁପ୍ତା, କେପିସିଏଲ୍‌ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସି.ଏମ୍‌. ଦିବାକର ଯୋଗଦେବେ। ଜିଲାପାଳ ସଭାପତିତ୍ୱ କରିବେ। ଉଦ୍‌ଯାପନୀ ସମାରୋହ ୧୦ ତାରିଖ ସନ୍ଧ୍ୟା ୬ଟାରେ ଅନୁଷ୍ଠିତ ହେବ। ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସମ୍ମାନିତ ଅତିଥି ଭାବେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ, ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ପାଲଲହଡ଼ା ବିଧାୟକ ମୁକେଶ କୁମାର ପାଳ, ରାଜ୍ୟ ଗୃହ ନିର୍ମାଣ ନିଗମ ଅଧ୍ୟକ୍ଷ ମୀନକେତନ ଅମାନ୍ତ, ତାଳଚେର ସୁପର ଥର୍ମାଲ ପାଓ୍ବାର ଷ୍ଟେଶନ କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ କେ. ଶ୍ରୀନିବାସ ରାଓ, ଜେଏସ୍‌ପିଏଲ୍‌ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ହ୍ରିଦୟେଶ୍ୱର ଝା, ଟାଟା ଷ୍ଟିଲ୍‌ ଉପସଭାପତି ସୁବୋଧ ପାଣ୍ଡେ, ସିଙ୍ଗ୍ରାଣି କଲିୟର୍ସ କମ୍ପାନୀ ବିତ୍ତ, ଯୋଜନା ଓ ପ୍ରକଳ୍ପ ନିର୍ଦ୍ଦେଶକ ଏନ୍‌. ବଳରାମ ଯୋଗଦେବେ। ଜିଲାପାଳ ସଭାପତିତ୍ୱ କରିବେ। ଏଥିସହ ପ୍ରତିଦିନ ସନ୍ଧ୍ୟାରେ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମର ବ୍ୟବସ୍ଥା ହୋଇଛି। ବଲିଉଡ ଓ ଓଲିଉଡର ପରିଚିତ ଗାୟକମାନେ ଏଥିରେ ସଙ୍ଗୀତ ପରିବେଷଣ କରିବେ। ଟ୍ରାଫିକ ପରିଚାଳନା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଥିବାବେଳେ ଦୈନିକ ଏକ ହଜାର ଦର୍ଶକ ଷ୍ଟାଡିୟମ ମଧ୍ୟରେ ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ଉପଭୋଗ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ…

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ଉପ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri