Posted inଖେଳ

ମନୋହରଙ୍କ କାର୍ଯ୍ୟକାଳ ୨ ମାସ ବଢିପାରେ ଆଇସିସି ଅଧ୍ୟକ୍ଷ ପଦ ଦୌଡ଼ରେ ଗେଭ୍ସ ସର୍ବାଗ୍ରେ

ନୂଆଦିଲ୍ଲୀ,୨୪।୪(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଅଧ୍ୟକ୍ଷ ଭାବେ ଶଶାଙ୍କ ମନୋହରଙ୍କ କାର୍ଯ୍ୟକାଳ ଆଉ ୨ ମାସ ବଢିପାରେ। ଜୁନ୍‌ରେ ସେ ପଦ ଛାଡିବେ ବୋଲି ଆଶା କରାଯାଉଥିଲା। ତେବେ କୋଭିଡ୍‌-୧୯ ମହମାରୀ କାରଣରୁ ଆଇସିସି ବୋର୍ଡ ବୈଠକକୁ ଦୁଇମାସ ଘୁଞ୍ଚାଇ ଦିଆଯାଇଛି। ଫଳରେ ତାଙ୍କ କାର୍ଯ୍ୟକାଳ ବଢିବା ସମ୍ଭାବନା ସୃଷ୍ଟି ହୋଇଛି। ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଅଧ୍ୟକ୍ଷ କଲିନ୍‌ ଗେଭ୍ସ ଆଇସିସି ଅଧ୍ୟକ୍ଷ ପଦ ଦୌଡରେ ସମସ୍ତଙ୍କ ଅଗାରେ ରହିଛନ୍ତି। ସେ ମନୋହରଙ୍କ ଉତ୍ତରାଧିକାରୀ ବିବେଚିତ ହେଉଛନ୍ତି।
ମନୋହର ପଦ ଛାଡିବା ଏକ ପ୍ରକାର ନିଶ୍ଚିତ। ତେବେ ସେ ଆଉ ୨ମାସ ଦାୟିତ୍ୱରେ ରହିବା ସମ୍ଭାବନା ରହିଛି । ଆସନ୍ତା ଅଗଷ୍ଟରେ ଆଇସିସିର ଜଣେ ନୂଆ ଅଧ୍ୟକ୍ଷ ଦାୟିତ୍ୱରେ ରହିବେ ବୋଲି ଆଇସିସିର ଜଣେ ବୋର୍ଡ ମେମ୍ବର କହିଛନ୍ତି। ଗ୍ରେଭ୍ସ ଆଗାମି ନଭେମ୍ବରରେ ଇସିବି ଚେୟାରମ୍ୟାନ ପଦରୁ ଇସ୍ତାଫା ଦେବେ। ସେ ଏହି ପଦ ପାଇଁ ଫେଭରାଇଟ ବିବେଚିତ ହେଉଛନ୍ତି। ମନୋହର ପଦରେ ରହିବା ବେଳେ ଭାରତର ସ୍ବାର୍ଥ ପ୍ରତି ଦୃଷ୍ଟି ଦେଉ ନ ଥିବାର ଅଭିଯୋଗ ହେଉଥିଲା। ତେଣୁ ଗ୍ରେଭ୍ସ ଦାୟିତ୍ୱ ନେବା ପରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସହିତ ଉତ୍ତମ ସମ୍ପର୍କ ରକ୍ଷା କରିବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri