ଭୁବନେଶ୍ୱର, ୨୮।୫(ବ୍ୟୁରୋ): ଦିନକ ପରେ ବିଜେଡି ୫ମ ଥର ପାଇଁ ରାଜ୍ୟ ଶାସନ ଡୋରି ଧରିବାକୁ ଯାଉଛି। ନୂତନ ମନ୍ତ୍ରିମଣ୍ଡଳରେ ସାମିଲ ହେବା ପାଇଁ ପୂର୍ବତନ ମନ୍ତ୍ରୀ ଓ ବରିଷ୍ଠ ବିଧାୟକଙ୍କ ମଧ୍ୟରେ ଜୋର୍ଦାର ପ୍ରତିଯୋଗିତା ଆରମ୍ଭ ହୋଇଛି। ବିଜୟ ଲାଭ ପରେ ଏହି ନେତାମାନେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି। ଏହି ବାହାନାରେ ପରୋକ୍ଷରେ ମନ୍ତ୍ରୀପଦ ପାଇଁ ଦାବିଦାର ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଇଶାରା କରିଛନ୍ତି। ତେବେ ନୂଆ ମନ୍ତ୍ରିମଣ୍ଡଳରେ କେଉଁମାନଙ୍କୁ ସାମିଲ କରାଯିବ ତାହା ପ୍ରାୟତଃ ଚୂଡ଼ାନ୍ତ ହୋଇଛି। ଆଜି ମଧ୍ୟରାତ୍ର କିମ୍ବା ବୁଧବାର ବଡ଼ିଭୋରରୁ ମନ୍ତ୍ରିମଣ୍ଡଳରେ ସାମିଲ ହେବା ପାଇଁ ବିଧାୟକମାନଙ୍କୁ ଫୋନ ମାଧ୍ୟମରେ ଜଣାଇ ଦିଆଯିବ। ମନ୍ତ୍ରୀ ତାଲିକାକୁ ସମ୍ପୂର୍ଣ୍ଣ ଗୋପନ ରଖାଯାଇଛି। ଗତ ମନ୍ତ୍ରିମଣ୍ଡଳରେ ଯେଉଁମାନେ ମନ୍ତ୍ରୀ ଥିଲେ ସେମାନେ ମଧ୍ୟ ନୂଆ ମନ୍ତ୍ରିମଣ୍ଡଳରେ ସାମିଲ ହେବା ପାଇଁ ସ୍ବପ୍ନ ଦେଖୁଛନ୍ତି। ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବା ପାଇଁ ବିଧାୟକମାନଙ୍କର କାର୍ଯ୍ୟ ଦକ୍ଷତା, ଚରିତ୍ର ପଞ୍ଜିକା, ବିଜୟ ବ୍ୟବଧାନ ଇତ୍ୟାଦିକୁ ମାନଦଣ୍ଡ ଆକାରରେ ଧରାଯାଇଥିବା କୁହାଯାଉଛି। ତେବେ ନୂଆ ମନ୍ତ୍ରିମଣ୍ଡଳରେ ଅଧାରୁ ଅଧିକ ନୂଆ ମୁହଁକୁ ସାମିଲ କରିବା ପାଇଁ ନିଷ୍ପତ୍ତି ହୋଇଛି। ମହିିଳାମାନଙ୍କୁ ମଧ୍ୟ ଏ କ୍ଷେତ୍ରରେ ଅଗ୍ରାଧିକାର ମିଳିବ ବୋଲି ଚର୍ଚ୍ଚା ହେଉଛି।
ମନ୍ତ୍ରୀ ତାଲିକା ଚୂଡ଼ାନ୍ତ: ସମ୍ଭାବ୍ୟ ତାଲିକାରେ ଅଧାରୁ ଅଧିକ ନୂଆ ମୁହଁ, ଆଶାଆଶଙ୍କାରେ ପୂର୍ବତନ ମନ୍ତ୍ରୀ
ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ…
ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….
ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ
ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…
ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?
ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍ପିଜି…
Archives

