ମନ୍ତ୍ରୀ ପରିଷଦ ବୈଠକ: ତୃଣମୂଳସ୍ତରକୁ ଯାଇ ଲୋକଙ୍କ ସମସ୍ୟା ବୁଝିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ଲୋକଙ୍କ ନିକଟତର ହୁଅ। ସେମାନଙ୍କ ସମସ୍ୟା ବୁଝି ବ୍ୟକ୍ତିଗତସ୍ତରରେ ସମାଧନ କରିବା ପାଇଁ ଚେଷ୍ଟାକର। ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଗସ୍ତକରି ନିଜ ବିଭାଗର କାର୍ଯ୍ୟ କିପରି ଚାଲିଛି ସେଗୁଡ଼ିକ ତଦାରଖ କର। ଲୋକମାନଙ୍କ ସହ ମିଶି ନିଜ ବିଭାଗର କାର୍ଯ୍ୟ ଠିକ୍‌ରେ ହେଉଛି କି ନାହିଁ ଏବଂ ସରକାରୀ ଜନକଲ୍ୟାଣ ଯୋଜନା ପହଞ୍ଚୁଛି କି ନାହିଁ ସେ ବିଷୟରେ ତୃଣମୂଳସ୍ତରରେ ଲୋକମାନଙ୍କଠାରୁ ପଚାରି ବୁଝ। ନିଜ ବିଭାଗର ବିଭିନ୍ନ ଅଫିସକୁ ଅଚାନକ ପରିଦର୍ଶନ କରି ବିଭିନ୍ନ କାର୍ଯ୍ୟକ୍ରମଗୁଡ଼ିକ ଉପରେ ସିଧାସଳଖ ନଜର ରଖ। ଏହା ଦ୍ୱାରା ସରକାରୀ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରିବ। ଗୁରୁବାର ସଚିବାଳୟଠାରେ ଅନୁଷ୍ଠିତ ମନ୍ତ୍ରୀ ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀ ପରିଷଦ ସଦସ୍ୟମାନଙ୍କୁ ଏମିତି କଡ଼ା ତାଗିଦ୍‌ କରିଛନ୍ତି। ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ବିଭିନ୍ନ ଅଞ୍ଚଳ ବାରମ୍ବାର ଗସ୍ତ କରି ଲୋକମାନଙ୍କୁ ସାକ୍ଷାତ୍‌ କରିବା ଦରକାର। ପ୍ରତ୍ୟକ୍ଷ ଭାବରେ ସେମାନଙ୍କ ସହ ଆଲୋଚନା କରି ସମସ୍ୟାର ସମାଧାନ କରିବା ଦରକାର। ସରକାରୀ ସେବାଗୁଡ଼ିକ ହିତାଧିକାରୀମାନେ ଠିକ୍‌ରେ ପାଉଛନ୍ତି କି ନାହିଁ ସେମାନଙ୍କଠାରୁ ସେ ବିଷୟରେ ତଥ୍ୟ ସଂଗ୍ରହ କରିବାକୁ ମୁଖ୍ୟମନ୍ତ୍ରୀ ମନ୍ତ୍ରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ୫-ଟି (ଟ୍ରାନ୍ସପରେନ୍ସି, ଟେକ୍‌ନୋଲୋଜି, ଟିମ୍‌ ଓ୍ବର୍କ, ଟ୍ରାନ୍ସଫର୍‌ମୋଶନ ଏବଂ ଟାଇମ୍‌) ଉପରେ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ବ୍ୟକ୍ତିଗତ ସ୍ତରରେ ଦୃଷ୍ଟିଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସ୍ବଚ୍ଛତା ଏବଂ ଦକ୍ଷତା ପାଇଁ କଠିନ ପରିଶ୍ରମ ଅତ୍ୟନ୍ତ ଜରୁରୀ। ନିଜ ବିଭାଗର କାମ କିପରି ସହଜ ଓ ସ୍ବଚ୍ଛତାର ସହ ହୋଇପାରିବ, ସେଥିପ୍ରତି ଧ୍ୟାନଦେବାକୁ ମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ବୈଠକରେ ବାତ୍ୟା ‘ଫନୀ’ର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ୨ଟି ପର୍ଯ୍ୟାୟରେ ୧୨ଶହ କୋଟି ଏବଂ ସାମାଜିକ ସୁରକ୍ଷା ପାଇଁ ପ୍ରାୟ ୨ଶହ କୋଟି ଟଙ୍କା ଉଠାଇଥିଲେ। ଏଥିପାଇଁ ଆଇନରେ ବ୍ୟବସ୍ଥା ନ ଥିବାରୁ ଅଧ୍ୟାଦେଶ ବଳରେ ରାଜ୍ୟ ସରକାର ଏହି ଅର୍ଥ ଖର୍ଚ୍ଚ କରିଥିଲେ। ଅଧ୍ୟାଦେଶ ସମୟସୀମା ଶେଷ ହୋଇଯାଇଥିବାରୁ ଆପାତକାଳୀନ ପାଣ୍ଠିରୁ ଉକ୍ତ ଅର୍ଥ ଭରଣା କରାଯାଇଛି। ଏହାକୁ ମନ୍ତ୍ରୀ ପରିଷଦ ବୈଠକରେ ଅନୁମୋଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri