ମନ୍ତ୍ରୀ ହେବାପରେ ଦିବ୍ୟଶଙ୍କରଙ୍କ ପ୍ରଥମ କଳାହାଣ୍ଡି ଗସ୍ତ

ଭବାନୀପାଟଣା, ୩।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବିଧାୟକ ତଥା ରାଜ୍ୟ ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଗୃହ ବିଭାଗର ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ମନ୍ତ୍ରୀ ହେବା ପରେ ରବିବାର ସନ୍ଧ୍ୟାରେ ପ୍ରଥମ ଥର ପାଇଁ କଳାହାଣ୍ଡି ଗସ୍ତରେ ଆସିଛନ୍ତି। ସନ୍ଧ୍ୟାରେ କଳାହାଣ୍ଡି ବିଜେଡି ପକ୍ଷରୁ କଲେଜ ଛକଠାରୁ ଏକ ବାଇକ ଶୋଭାଯାତ୍ରା ବାହାରି ଜଗନ୍ନାଥ ମନ୍ଦିରଠାରେ ପହଞ୍ଚି ଦର୍ଶନ କରିଥିଲେ। ସେଠାରେ ଚକାଡୋଳା କ୍ଲବ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ପରେ ଘୌଡ଼ାଘାଟ ଛକ, ମ୍ୟୁନିସିପାଲିଟି ଛକ, ବସଷ୍ଟାଣ୍ଡ, ଜେଲଖାନା ଛକ, ବାଲାଜୀ ମନ୍ଦିର ଛକ, ନାକଟିଗୁଡା ଛକଠାରେ ଭବ୍ୟ ସ୍ବାଗତ କରାଯାଇଥିଲା। ସେଠାରୁ ସର୍କିଟ ହାଉସ ଯାଇ ଦଳୀୟ କର୍ମୀ ଓ ଅଧିକାରୀମାନଙ୍କୁ ଭେଟିଥିଲେ। ତାଙ୍କର ଏହି ପ୍ରଥମ ଗସ୍ତକୁ ନେଇ ଭବାନୀପାଟଣା ସହର ଚଳଚଞ୍ଚଳ ହୋଇଥିଲା। ଏହି ଶୋଭାଯାତ୍ରାରେ ଜିଲା ଯୁବ ବିଜେଡି ସଭାପତି ଆଦିତ୍ୟ ନନ୍ଦ, ଜିଲା ଛାତ୍ର ସଭାପତି ଅବିନାଶ ଠାକୁର, ଜିଲା ବିଜେଡି ସାଧାରଣ ସମ୍ପାଦକ ଭବାନୀ ଶଙ୍କର ନିଆଲ, ପୂର୍ବତନ ବିଧାୟକ ଅନାମ ନାଏକ, ନଗର ବିଜେଡି ସଭାପତି ଧବଳେଶ୍ୱର ମହାପାତ୍ର, କାର୍ଯ୍ୟକାରୀ ସଭାପତି ପ୍ରଦୀପ ଦାସ, ଜିଲା ଉପସଭାପତି ଭବାନୀଶଙ୍କର ମିଶ୍ର, ପ୍ରଦୀପ ମୁଣ୍ଡଙ୍କ ସମେତ ବହୁ କର୍ମକର୍ତ୍ତା ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri