ମନ୍ଦିର ଉଚ୍ଛେଦକୁ ନେଇ ବିରୋଧ

ବାଲେଶ୍ୱର ଅଫିସ, ୨୯।୧-ବାଲେଶ୍ୱର ସହର ମୁଖ୍ୟରାସ୍ତା ଓଟିରୋଡ୍‌କୁ ସମ୍ପ୍ରସାରଣ ଲାଗି ଆଇଟିଆଇସ୍ଥିତ ଲକ୍ଷ୍ମୀନାରାୟଣ ମନ୍ଦିର ଭଙ୍ଗାଯିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଦୀର୍ଘଦିନ ହେଲା ମନ୍ଦିର ପରିଚାଳନା କମିଟିକୁ ନୋଟିସ୍‌ ଦିଆଯାଇଥିଲା। ପୂର୍ବରୁ ଲୋକଙ୍କ ବିରୋଧ ଯୋଗୁ ପ୍ରଶାସନ ବିଫଳ ହୋଇ ଫେରୁଥିବା ବେଳେ ମଙ୍ଗଳବାର ଏହାର ଉଚ୍ଛେଦ ପାଇଁ ପ୍ରଶାସନ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବାଧ୍ୟ ହୋଇଥିଲା। ଏହା ଜାଣିପାରି ସ୍ଥାନୀୟ ଲୋକ, ମନ୍ଦିର ପରିଚାଳନା କମିଟି ଓ ଅଟଳ ବିହାରୀ ସ୍ମୃତି କମିଟି ପକ୍ଷରୁ ମନ୍ଦିର ସମ୍ମୁଖରେ ନାମଯଜ୍ଞ, ସଙ୍କୀର୍ତ୍ତନ, ହୋମଯଜ୍ଞ କାର୍ଯ୍ୟକ୍ରମ ପୂର୍ବାହ୍ନ ୭ଟାରେ ଆରମ୍ଭ କରାଯାଇଥିଲା। ପ୍ରଶାସନ ପକ୍ଷରୁ ସଦର ତହସିଲଦାର ପଞ୍ଚାନନ ପାତ୍ର, ଉପଜିଲାପାଳ ନୀଲୁ ମହାପାତ୍ର, ଅତିରିକ୍ତ ଜିଲା ଆରକ୍ଷୀ ଅଧୀକ୍ଷକ ତପନ କୁମାର ପଟ୍ଟନାୟକ, ଏସ୍‌ଡ଼ିପିଓ ପ୍ରଭାସ ଚନ୍ଦ୍ର ପାଲ, ଡିଏସ୍‌ପି ମନୋଜ ରାଉତ, ଆଇଆଇସି ପରେଶ ରାଉତଙ୍କ ସମେତ ୩ ପ୍ଲାଟୁନ ଫୋର୍ସ ଏବଂ ଜେସିବି ସହିତ ଘଟଣାସ୍ଥଳରେ ପହଞ୍ଚିଥିଲେ। ପରେ ଲୋକମାନେ ମନ୍ଦିର ଭଙ୍ଗାଯିବା ପ୍ରକ୍ରିୟାକୁ ବିରୋଧ କରି ଧାରଣାରେ ବସିଥିଲେ। ପ୍ରଶାସନ ପକ୍ଷରୁ ଧାରଣାକାରୀଙ୍କ ସହ ଆଲୋଚନା କରାଯିବା ସୂତ୍ରରେ ମଧ୍ୟାହ୍ନ ୧୨ଟାରେ ଉଭୟପକ୍ଷଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ରାସ୍ତାର ପ୍ରଶସ୍ତିକରଣ ସହିତ ମନ୍ଦିର ସୁରକ୍ଷିତ ରଖିବା ସୂତ୍ରରେ କେବଳ ମନ୍ଦିର ତୋରଣ ଓ ଗରୁଡ଼ଖମ୍ଭକୁ ଭଙ୍ଗାଯିବାର ନିଷ୍ପତ୍ତି ହୋଇଥିଲା। ମନ୍ଦିର ପରିଚାଳନା କମିଟି ସଭାପତି ହିମାଂଶୁ ଦାସ, ଅଟଳ ବିହାରୀ ସ୍ମୃତି କମିଟିର କାର୍ଯ୍ୟକାରୀ ସଭାପତି ପର୍ଶୁରାମ ବେହେରା, ରେମୁଣାର ପୂର୍ବତନ ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାଶ, ଯୁବନେତା ଗୌରାଙ୍ଗ ଦାସ, ସମାଜସେବୀ ସୀତାକାନ୍ତ ସ୍ବାଇଁ, ସୁଜିତ ଦେବ ପ୍ରମୁଖ ଆଲୋଚନାରେ ସାମିଲ୍‌ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?