ମନ୍ଦିର ଘଣ୍ଟିରେ ଝୁଲିଛି ଯୁବକଙ୍କ ମୃତଦେହ: କାରଣ ଅସ୍ପଷ୍ଟ

ତାଳଚେର,୧୦।୨(ନି.ପ୍ର.) : ଅନୁଗୋଳ ଜିଲା ତାଳଚେର ଥାନା ଅନ୍ତର୍ଗତ ଗୋଡ଼ିବନ୍ଧ ନିକଟସ୍ଥ ଶିବରାମପୁର ଶିବମନ୍ଦିର ବୃଷଭ ନିକଟରେ ବନ୍ଧା ହୋଇଥିବା ଘଣ୍ଟିରେ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କର ମୃତଦେହ ଦେଖିବାକୁ ମିଳିଛି। ସୋମବାର ସକାଳୁ ମନ୍ଦିରର ପୂଜକ ପୂଜା ପାଇଁ ଯିବା ସମୟରେ ଝୁଲନ୍ତା ମୃତଦେହ ଦେଖି ଗାଁ ଲୋକଙ୍କୁ ଖବର ଦେଇଥିଲେ। ମୃତକ ଜଣକ ନିକଟସ୍ଥ ଏକଡ଼ାଳ ଗ୍ରାମର କାଳିଆ ବେହେରା ବୋଲି ସୂଚନା ମିଳିଛି। ତେବେ ସେ କାହିଁକି ଆତ୍ମହତ୍ୟା କରିଛନ୍ତି କିମ୍ବା ତାଙ୍କୁ କେହି ମାରି ଟାଙ୍ଗି ଦେଇଛି ସେନେଇ କିଛି ସ୍ପଷ୍ଟ ହୋଇନାହିଁ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି କରିବାକୁ ଚାଷୀଙ୍କ ଦାବି, ବାକି ଅଛନ୍ତି…

ବଡ଼ଗାଁ,୨୭।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକରେ ଚଳିତ ବର୍ଷ ଖରିଫ ଧାନ ବିକ୍ରି ପାଇଁ ଚାଷୀଙ୍କ ନାମ ପଞ୍ଜିକରଣ ପ୍ରକ୍ରିୟାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri