Posted inଜାତୀୟ

ମନ୍ଦିର ଭଙ୍ଗାକୁ ବିରୋଧକରି ଦଳିତଙ୍କ ବିକ୍ଷୋଭ:ଭୀମ ଆର୍ମି ମୁଖ୍ୟଙ୍କ ସମେତ ୯୬ ଗିରଫ

ନୂଆଦିଲ୍ଲୀ, ୨୩ା୮(ପି.ଟି.):ଦିଲ୍ଲୀ ପୋଲିସ ତୋଗଲକବାଦ୍‌ଠାରେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କ ସମେତ ୯୬ ବିକ୍ଷୋଭକାରୀଙ୍କୁ ଗିରଫ କରିଛି। ଏମାନେ ବେଆଇନ ଭାବେ ଏକାଠି ହୋଇ ଦଙ୍ଗାସମ ପରିସ୍ଥିତି ସୃଷ୍ଟି କରିଥିବା ଅଭିଯୋଗ ହୋଇଛି। ରବି ଦାସ ମନ୍ଦିର ଭଙ୍ଗାଯିବାକୁ ଦଳିତମାନେ ବିରୋଧ କରିବା ସହ ହିଂସାକାଣ୍ଡ ରଚିିଥିଲେ। ପରିସ୍ଥିତି ଉପରେ କାବୁ ପାଇବା ଲାଗି ପୋଲିସକୁ ମୃଦୁ ଲାଠିଚାଳନା ସହ ଲୁହବୁହା ଗ୍ୟାସ ଛାଡ଼ିିବାକୁ ପଡ଼ିଥିଲା। ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖାଯାଇଥିବା ଦକ୍ଷିଣାଞ୍ଚଳ ରେଞ୍ଜର ଯୁଗ୍ମ ପୋଲିସ କମିଶନର ଦେବେଶ ଶ୍ରୀବାସ୍ତବ ପ୍ରକାଶ କରିଛନ୍ତି। ଦିଲ୍ଲୀ ଡେଭେଲପ୍‌ମେଣ୍ଟ ଅଥରିଟି(ଡିଡିଏ) ପକ୍ଷରୁ ଗତ ୧୦ରେ ଏଠାରେ ଥିବା ରବି ଦାସ ମନ୍ଦିର ଭଙ୍ଗାଯାଇଥିବାବେଳେ ଦଳିତମାନେ ଏହାକୁ ବିରୋଧ କରି ବିକ୍ଷୋଭ ଆରମ୍ଭ କରିଥିଲେ। ବିକ୍ଷୋଭକାରୀମାନେ ୨ ମୋଟରସାଇକେଲ ପୋଡ଼ିଦେବା ସହ କାର୍‌ ଓ ପୋଲିସ ଗାଡ଼ିକୁ ଆକ୍ରମଣ କରି ଭାଙ୍ଗି ପକାଇଥିଲେ। ଏହି ଘଟଣାରେ ଜଣେ ପୋଲିସ ମଧ୍ୟ ଆହତ ହୋଇଥିଲେ। ମନ୍ଦିର ଭଙ୍ଗା ପରେ ବି ଏବେ ସେଠାରେ ବିକ୍ଷୋଭ ଜାରି ରହିଛି। ବିକ୍ଷୋଭକାରୀମାନେ ତୋଗଲକବାଦରେ ମନ୍ଦିର ନିର୍ମାଣ ଲାଗି ଜମି ଯୋଗାଇ ଦେବାକୁ ପ୍ରଶାସନ ପାଖରେ ଦାବି କରିଛନ୍ତି। ଏହାକୁ ନେଇ ହିଂସା ବଢିବାରୁ ବହୁ ବିକ୍ଷୋଭକାରୀଙ୍କୁ ପୋଲିସ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri