ମନ୍ଦିରରୁ ମା’ଙ୍କ ସୁନାଆଖି ଚୋରି

କଟକ ଅଫିସ, ୭ା୯- ବାଦାମବାଡି ଥାନା ଅନ୍ତର୍ଗତ ଖାନ୍‌ନଗର ଗ୍ରାମଦେବତୀ ରଣାମାଙ୍କ ମନ୍ଦିରୁ ଶନିବାର ଚୋରି ହୋଇଛି। ଏ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା(ନଂ.୨୦୨/୧୯) ରୁଜୁ କରି ତଦନ୍ତ ଚଳାଇଛି। ଏଥିସହ ପାଖ ଦୋକାନରେ ଲାଗିଥବା ସିସିଟିଭି କ୍ୟାମେରା ଫୁଟେଜ ଯବତ କରି ଯାଞ୍ଚ କରୁଛି। ଅଭିଯୋଗ ଅନୁଯାୟୀ, ଅପରାହ୍ନ ପ୍ରାୟ ୧୨ଟା ୧୫ରେ ପୂଜକ ପୂଜା କରୁଥିବା ସମୟରେ ଜଣେ ଅଜଣା ବ୍ୟକ୍ତି ମନ୍ଦିରରେ ଆସି ବସିଥିଲେ। ମା’ଙ୍କ ପାଖରେ ଭୋଗ ଲାଗି ହେବା ପାଇଁ ପାଖରେ ଥିବା ରୋଷେଇ ଘରକୁ ପୂଜକ ଅନ୍ନ ଓ ଡାଲି ଆଣିବାକୁ ଯାଇଥିଲେ। ହେଲେ ସେଠାରୁ ଫେରିବା ପରେ ମନ୍ଦିରରେ ବସିଥିବା ବ୍ୟକ୍ତି ଜଣଙ୍କ ପଳାଇଯାଇଥିଲେ। ଏହାପରେ ପୂଜକ ମନ୍ଦିର ଭିତରକୁ ପ୍ରବେଶ କରିବା ପରେ ମା’ଙ୍କ ମୂର୍ତ୍ତିରେ ଲାଗିଥିବା ଦୁଇଟି ସୁନାଆଖି ଚୋରି ହୋଇଥିବା ଦେଖିବାକୁ ପାଇଥିଲେ। ପୂଜକଙ୍କ କହିବା ଅନୁଯାୟୀ, ବ୍ୟକ୍ତି ଜଣଙ୍କ ହଳଦିଆ ଶାର୍ଟ ପିନ୍ଧିଥିବାବେଳେ ତାଙ୍କ ବୟସ ପ୍ରାୟ ୨୮ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ଏ ନେଇ ପୂଜକ ମନ୍ଦିର କମିଟିକୁ ଜଣାଇଥିଲେ। ପରେ ମନ୍ଦିର କମିଟି ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ପାକିସ୍ତାନକୁ ଲାଗିଲା ଶକ୍ତ ଝଟକା!

ଇସଲାମାବାଦ,୨୯।୩: ପାକିସ୍ତାନ ସରକାର କ୍ରମାଗତ ପଞ୍ଚମ ଥର ପାଇଁ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିଛନ୍ତି। ଏହି ବୃଦ୍ଧି ଗତ ୨୮ ଦିନ ମଧ୍ୟରେ ଘଟିଛି ଏବଂ…

ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍

କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ ।…

ଯୁଦ୍ଧ ଭିତରେ ଭାରତ ବଢାଇଲା ସାହାଯ୍ୟର ହାତ, ଏହି ଦେଶକୁ ଦେଲା ୩୮ହଜାର ମେଟ୍ରିକ ଟନର ପେଟ୍ରୋଲ

ନୂଆଦିଲ୍ଲୀ,୨୯।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ଏବଂ ଫଳସୱରୂପ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ମଧ୍ୟରେ, ଭାରତ…

ଆଇପିଏଲ୍‌ ଆରମ୍ଭରୁ ବଡ଼ ବିବାଦ: RCB vs SRH ମ୍ୟାଚ୍‌ରେ ଏମିତି କ’ଣ ହେଲା ଯାହାକୁ ନେଇ ଏବେ ବଢୁଛି ହଙ୍ଗାମା…

ନୂଆଦିଲ୍ଲୀ,୨୯।୩: ଶନିବାରଠାରୁ ଆରମ୍ଭ ହୋଇଥିବା IPL 2026ର ଉଦ୍‌ଘାଟନୀ ମ୍ୟାଚ୍‌ ଯେତିକି ରୋମାଞ୍ଚକର ଥିଲା, ସେତିକି ବିବାଦୀୟ ମଧ୍ୟ ହୋଇପଡ଼ିଛି। RCB ଏବଂ SRH ମଧ୍ୟରେ ଖେଳାଯାଇଥିବା…

‘ନୋ କିଙ୍ଗସ୍‌’ ଆନ୍ଦୋଳନରେ ଦୋହଲି ଗଲାଣି ଆମେରିକା, ଗାଦିଚ୍ୟୁତ ହେବେ ଟ୍ରମ୍ପ!

ଓ୍ବାଶିଂଟନ,୨୯।୩: ଆମେରିକା ବର୍ତ୍ତମାନ ଦୁଇଟି ପ୍ରମୁଖ ମୋର୍ଚ୍ଚା ସହିତ ସଂଘର୍ଷ କରୁଛି। ଗୋଟିଏ ପଟେ, ପଶ୍ଚିମ ଏସିଆରେ ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷରେ ହଜାର ହଜାର ଲୋକଙ୍କ…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

ବାଃରେ ପାକିସ୍ତାନ! ନସୀମ ଶାହଙ୍କୁ ଏକ କଠୋର ଦଣ୍ଡ ଦେବାକୁ ପ୍ରସ୍ତୁତ ଦେଶ

ଇସଲାମାବାଦ,୨୯।୩: ପାକିସ୍ତାନରେ, କେବେବି କ’ଣ ଘଟିବ ତାହା କେହି ପୂର୍ବାନୁମାନ କରିପାରିବେ ନାହିଁ। ଦେଶଟି ଅଜବ ନିଷ୍ପତ୍ତି ନେବା ଏବଂ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାରେ ଲିପ୍ତ ହେବା…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri