ମନ୍ଦିରରେ ଚାଲିଥିଲା ପ୍ରସାଦ ସେବନ

ଅନୁଗୋଳ ଅଫିସ୍‌, ୨୨।୩: ମନ୍ଦିର ମଧ୍ୟକୁ ଭକ୍ତଙ୍କ ପ୍ରବେଶ ଉପରେ ରାଜ୍ୟ ସରକାର କଟକଣା ଲଗାଇଥିବା ସତ୍ତ୍ୱେ ଅନୁଗୋଳ ସହରରେ ଥିବା ଆଖଣ୍ଡଳମଣି ମନ୍ଦିରରେ ଶନିବାର ଅନ୍ନପ୍ରସାଦ ସେବନ ଚାଲିଥିବା ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିଲା। ଏହାପରେ ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀଙ୍କ ସମେତ ଏସ୍‌ଡିପିଓ, ତହସିଲଦାର, ପୌରନିର୍ବାହୀ ଅଧିକାରୀ ପ୍ରମୁଖ ସେଠାରେ ଚଢ଼ାଉ କରିଥିଲେ। ଏହି ସମୟରେ ଏକାଧିକ ଲୋକ ମନ୍ଦିରରେ ବସି ପ୍ରସାଦ ସେବନ କରୁଥିବା ଦେଖାଯାଇଥିଲା। ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ମନ୍ଦିରରେ ଭକ୍ତଙ୍କୁ ପ୍ରସାଦ ସେବନ କରାଉଥିବା ଜଣେ ବ୍ୟବସାୟୀଙ୍କୁ ଥାନାକୁ ଉଠାଇ ନେଇଥିଲା। ଖବର ଲେଖା ହେବା ପର୍ଯ୍ୟନ୍ତ ଏ ନେଇ ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ, ଅନୁଗୋଳ ଶୈଳଶ୍ରୀ କ୍ଷେତ୍ରରେ ଥିବା ଜଗନ୍ନାଥ ମନ୍ଦିର, ଅମଲାପଡ଼ାରେ ଥିବା ରାଧାକୃଷ୍ଣ ମନ୍ଦିର ଆଦି ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିଲେ, ପୋଲିସକୁ ଦେଖି ଡିଭାଇଡରରେ ପିଟିହେଲା କାର୍; ଜବତ ହେଲା ୨୫ ଲକ୍ଷର…

ଝାରସୁଗୁଡ଼ା, ୨୭।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବିଜୁ ଏକ୍ସପ୍ରେସ୍‌ ୱେର ଖେରୁଆଲ୍ ଛକ ନିକଟରୁ ବିପୁଳ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri