Posted inଜାତୀୟ

ମମତା-ରାହୁଲଙ୍କୁ ଟାର୍ଗେଟ କଲେ ଶାହା

ଭୋପାଳ,୧୨।୧: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ମଧ୍ୟପ୍ରଦେଶର ଜବଲପୁରରେ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଉପରେ ଖୁବ୍‌ ବର୍ଷିଛନ୍ତି। ସେ କହିଛନ୍ତି ମମତା ବାନାର୍ଜୀ ଓ ରାହୁଲ ବାବା ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)ରେ ଏମିତି କିଛି ଦେଖାନ୍ତୁ ଯାହା କୌଣସି ନାଗରିକର ନାଗରିକତ୍ୱ ଛଡାଇ ନେବ। ଶାହା କହିଛନ୍ତି ଭାରତ ଉପରେ ଯେତିକି ଅଧିକାର ମୋର ଓ ଆପଣମାନଙ୍କର ରହିଛି ସେତିକି ଅଧିକାର ପାକିସ୍ତାନରୁ ଆସିଥିବା ହିନ୍ଦୁ, ଶିଖ୍‌, ବୁଦ୍ଧିଷ୍ଟ, ଖ୍ରୀଷ୍ଟିୟାନ୍‌ ଶରଣାର୍ଥୀଙ୍କର ରହିଛି। ଆହୁରି ମଧ୍ୟ ସେ କଂଗ୍ରେସ ନେତା କପିଲ ଶିବଲଙ୍କୁ ଟାର୍ଗେଟ କରି କହିଛନ୍ତି, କଂଗ୍ରେସର ଓକିଲ କପିଲ ଭାଇ ଯେତେ ଶକ୍ତି ଅଛି ରାମ ମନ୍ଦିର ନିର୍ମାଣକୁ ବିରୋଧ କରନ୍ତୁ। ହେଲେ ୪ ମାସ ମଧ୍ୟରେ ରାମ ମନ୍ଦିର ନିର୍ମାଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

ଗଞ୍ଜେଇ ମାମଲାରେ ଯୁବକଙ୍କୁ ମୋହନାରୁ ଗିରଫ କଲା ତାମିଲନାଡୁ ପୋଲିସ

ମୋହନା, ୨୮।୮ (ମନ୍ମଥ ମିଶ୍ର): ତାମିଲନାଡୁରେ ଗଞ୍ଜେଇ ଜବତ ଘଟଣାର ତଦନ୍ତ କରି ଓଡ଼ିଶାର ଗଜପତି ଜିଲାରେ ପହଞ୍ଚିଛି ତାମିଲନାଡୁ ପୋଲିସ। ଗଞ୍ଜେଇ ଚାଲାଣ ମାମଲାରେ ମୋହନା…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri