Posted inଜାତୀୟ

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ ବୈଠକରେ ୮୦ ଜଣ ଦଳୀୟ ବିଧାୟକଙ୍କ ମଧ୍ୟରୁ ମାତ୍ର ୨୦ ଜଣ ଯୋଗ ଦେଇଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ମମତାଙ୍କ କାଳୀଘାଟସ୍ଥିତ ବାସଭବନରେ ଶୁକ୍ରବାର ଅନୁଷ୍ଠିତ ବୈଠକରେ ମାତ୍ର ୮ ବିଧାୟକ ସାମିଲ ହୋଇଛନ୍ତି। ଟିଏମ୍‌ସି ବିଦ୍ରୋହର ସମ୍ମୁଖୀନ ହୋଇଥିବାବେଳେ ଏହାକୁ ଏଡ଼ାଇବାକୁ ଯାଇ ଏହା ଦଳର ଜାତୀୟ କାର୍ଯ୍ୟକାରିଣୀ ବୈଠକ ହୋଇଥିବାରୁ ସବୁ ବିଧାୟକ ଏବଂ ଏମ୍‌ପିଙ୍କୁ ଡକାଯାଇ ନ ଥିଲା ବୋଲି କୁହାଯାଇଛି। ଦଳର ୨୮ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ ଏବଂ ୧୩ ରାଜ୍ୟ ସଭା ସଦସ୍ୟଙ୍କ ମଧ୍ୟରୁ ୨ ଜଣ ଉପସ୍ଥିତ ଥିଲେ।
ଟିଏମ୍‌ସି ଗଢ଼ାଯିବାର ୨୮ ବର୍ଷ ମଧ୍ୟରେ ପ୍ରଥମ ଥର ବିଦ୍ରୋହର ସମ୍ମୁଖୀନ ହୋଇଛି। ମମତା ଶୁକ୍ରବାର ଦଳର ସାଂଗଠନିକ ସ୍ତରରେ ବଡ଼ ପରିବର୍ତ୍ତନ କରିଛନ୍ତି। ଦଳୀୟ କାର୍ଯ୍ୟକର୍ତ୍ତା ଭାବେ ସେ ଅନୁଗତ ଏବଂ ବର୍ଷୀୟାନ ନେତାମାନଙ୍କୁ ନେଇଛନ୍ତି। ଦଳରେ ନିଜ କର୍ତ୍ତୃତ୍ୱକୁ ସୁଦୃଢ଼ କରିବା ପାଇଁ ମମତା ସାଂଗଠନିକ ପରିବର୍ତ୍ତନ କରିଥିବା କୁହାଯାଉଛି। ଅଭିଷେକ ବାନାର୍ଜୀ ଦଳର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ପଦ ବଜାୟ ରଖିଥିବାବେଳେ ରାଜ୍ୟ ସଭା ସଦସ୍ୟ ଡେରେକ୍‌ ଓ’ବ୍ରାଏନ୍‌ ଏବଂ ଡୋଲା ସେନ୍‌ ଯୁଗ୍ମ ସମ୍ପାଦକ ହୋଇଛନ୍ତି। ୨ ଦିନ ପୂର୍ବରୁ ୫୮ ବିଦ୍ରୋହୀ ଖୋଲାଖୋଲି ବିଦ୍ରୋହ ଘୋଷଣା କରିବା ସହ ବହିଷ୍କୃତ ବିଧାୟକ ରୀତାବ୍ରତ ବାନାର୍ଜୀଙ୍କୁ ବିଧାନସଭାରେ ବିରୋଧୀ ଦଳ ନେତା କରିଥିଲେ। ଏହି ଘଟଣା ପରେ ମମତା ଦଳର ସମସ୍ତ କମିଟି ଓ ଛାମୁଆ ସଂଗଠନକୁ ଭଙ୍ଗ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri