Posted inଜାତୀୟ

ମରଣ ମୁହଁରୁ ବର୍ତ୍ତିଲେ ବାଳକ

ସୁରଟ,୨୩।୮: ରଖିଲେ ହରି ମାରିବ କିଏ। ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଗୁଜରାଟର ସୁରଟରେ। ଜଣେ ୭ବର୍ଷର ବାଳକ ଉପରେ କାର୍‌ ମାଡିଯାଇଥିଲା। ହେଲେ ପିଲାଟି ମରଣ ମୁହଁରୁ ବର୍ତ୍ତିବା ସହ ତାଙ୍କ ଶରୀରରେ କୌଣସି ଆଘାତ ଲାଗିନାହିଁ। ଏହି ସମୟର ଦୃଶ୍ୟ ସିସିଟିଭିରେ ରେକର୍ଡ ହୋଇଥିବା ବେଳେ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୋମବାର ସୁରଟର ନାନା ବରଛା ଅଞ୍ଚଳରେ ହରେକୃଷ୍ଣ ସୋସାଇଟିରେ ବର୍ଷା ହେଉଥିବା ବେଳେ ଜଣେ ୭ବର୍ଷର ବାଳକ ଦୀପ ପାନସୁରିଆ ଘର ବାହାରେ ଛତା ଧରି ଖେଳୁଥିଲେ। ସେହି ସମୟରେ ଜଣେ କାର୍‌ ଚାଳକ କାର୍‌କୁ ପଛୁଆ ନେଇ ଆସୁଥିଲେ। ଦୀପ ତଳେ ବସିଥିବାରୁ ଚାଳକଙ୍କୁ ଦେଖା ନ ଯାଇଥିବାରୁ ଗାଡିଟି ତାଙ୍କ ଉପରେ ମାଡିଯାଇଥିଲା। ପିଲାଟି କାର୍‌ ତଳେ ଚାପି ହୋଇ ରହିଥିବା ଦେଖି ଜଣେ ବ୍ୟକ୍ତି କାର୍‌ ଚାଳକଙ୍କୁ ସୂଚନା ଦେଇଥିଲେ। ଏହାପରେ ଚାଳକ ତାଙ୍କୁ କାର୍‌ ତଳୁ ବାହାର କରିଥିଲେ। ସୌଭାଗ୍ୟବଶତଃ ଦୀପଙ୍କ ଦେହରେ କୌଣସି ଆଘାତ ଲାଗି ନ ଥିଲା। ତେବେ ଏହି ଘଟଣା ପରେ ଦୀପଙ୍କୁ ହସ୍ପିଟାଲ ନିଆଯାଇ ଚିକିତ୍ସା କରାଯାଇଥିଲା। ଏତେ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଥିବାରୁ ତାଙ୍କୁ ମାନସିକ ଆଘାତ ଲାଗିଥାଇପାରେ। ତେଣୁ ଡାକ୍ତର ତାଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି ବୋଲି ଦୀପଙ୍କ ପରିବାର ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?