ମରଣଯନ୍ତା ପାଲଟିଛି ୪୯ନଂ ଜାତୀୟ ରାଜପଥ: ଦ୍ୱାରସୁଣୀ ଘାଟିରେ ବସ୍‌କୁ ଧକ୍କା ଦେଇ ଖସିପଡ଼ିଲା ଟ୍ରକ୍‌; ୨ ଗୁରୁତର, ୫ ଆହତ

ବାଙ୍ଗିରିପୋଷି,୪।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲାର ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ନଂ ଜାତୀୟ ରାଜପଥ ପାଲଟିଛି ମରଣଯନ୍ତା। କିଛିଦିନ ହେଲା ଏଠାରେ ଗୋଟିଏ ପରେ ଗୋଟିଏ ଦୁର୍ଘଟଣା ଘଟୁଥିବା ବେଳେ ବୁଧବାର ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ୱାରସୁଣୀ ଘାଟିରେ ଏକ ଟ୍ରକ୍‌ ଯାତ୍ରୀବାହୀ ବସ୍‌କୁ ପିଟିବା ଯୋଗୁ ଦୁଇଜଣ ଗୁରୁତର ହୋଇଥିବା ବେଳେ ୫ ଆହତ ହୋଇଛନ୍ତି।

ସୂଚନାନୁଯାୟୀ, ବାରିପଦାରୁ ବାଦାମପାହାଡ଼ ଯାଉଥିବା ଆନନ୍ଦ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ ଘାଟି ଚଢ଼ୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଲୁହାପଥର ବୋଝେଇ ଟ୍ରକ୍‌ ତାକୁ ଧକ୍କା ଦେଇଥିଲା। ପରେ ଟ୍ରକ୍‌ଟି ଘାଟିତଳକୁ ଖସିପଡ଼ିଥିଲା। ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ଜଣେ ଗୁରୁତର ହୋଇଥିବା ବେଳେ ୫ ଜଣ ଆହତ ହେଇଛନ୍ତି। ଗୁରୁତର ଯାତ୍ରୀ ହେଲେ ରତିକାନ୍ତ ମଣ୍ଡଳ। ତାଙ୍କୁୁ ପ୍ରାଥମିକ ଚିକିତ୍ସା ପରେ ପିଆର୍‌ଏମ୍‌ ମେଡିକାଲ କଲେଜ ଓ ହସ୍ପିଟାଲକୁ ପଠାଇ ଦିଆଯାଇଛି। ସେହିଭଳି ଆହତଙ୍କ ଚିକିତ୍ସା ବାଙ୍ଗିରିପୋଷି ସ୍ବାସ୍ଥ୍ୟକେନ୍ଦ୍ରରେ ଚାଲିଛି। ଅପରପକ୍ଷେ ଚାଳକ ଟ୍ରକ୍‌ ତଳେ ଚାପିହୋଇ ରହିଥିବା ଯୋଗୁ ଅଗ୍ନିଶମ ବାହିନୀ ତାଙ୍କୁ ଉଦ୍ଧାର କରି ବାଙ୍ଗିରିପୋଷି ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଆଣିଥିଲେ। କିନ୍ତୁ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ବାରିପଦା ପିଆର୍‌ଏମ୍‌ ହସ୍ପିଟାଲ୍‌କୁ ନିଆଯାଇଥିବା ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଭଞ୍ଜନଗର ପାଇଁ ଗର୍ବ ଆଣିଲେ ଅଭିଲିପ୍ସା, ସଙ୍ଗୀତ ପ୍ରତିଯୋଗିତାରେ ରାଜ୍ୟରେ ପ୍ରଥମ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ): ରାଜ୍ୟସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ଦଶମ ଶ୍ରେଣୀର ଛାତ୍ରୀ ଅଭିଲିପ୍ସା ତ୍ରିପାଠୀ।…

ବର୍ଷା ବିପନ୍ନଙ୍କ ପାଖରେ ପହଞ୍ଚିଲେ ହାଟଡିହି ବ୍ଲକ ଉପାଧ୍ୟକ୍ଷ, ଅଞ୍ଚଳବାସୀଙ୍କ ପ୍ରଶଂସା

ବଞ୍ଚୋ,୨।୮(ପ୍ରଦୋଷ ବିଶ୍ୱାଳ ): ଲଗାଣ ବର୍ଷା ଓ ବନ୍ୟା ପ୍ରଭାବରେ ଆନନ୍ଦପୁର ଉପଖଣ୍ଡର ଅନେକ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ବଞ୍ଚୋ ଗ୍ରାମପଞ୍ଚାୟତର ୧୧ ଓ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri