ମରଣଯନ୍ତା ପାଲଟିଛି ୫୫ନଂ ଜାତୀୟ ରାଜପଥ: ରାସ୍ତା କାର୍ଯ୍ୟ ନିମ୍ନମାନର ଅଭିଯୋଗ ଆଣିଲେ ଏମ୍‌ପି, ସମାଧାନ ନ ହେଲେ ଆନ୍ଦୋଳନ

ଅନୁଗୋଳ ଅଫିସ,୧୬।୮: ଅନୁଗୋଳ ଓ ଢେଙ୍କାନାଳ ମଧ୍ୟରେ ଯାଇଥିବା ୫୫ନଂ ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ପ୍ରତ୍ୟକ ଦିନ ଦୁର୍ଘଟଣା ଘଟି ଧନ ଜୀବନ ନଷ୍ଟ ହେଉଛି। ରାସ୍ତା ପ୍ରସ୍ତତି କରଣ ପାଇଁ କାର୍ଯ୍ୟ କରୁଥିବା ଗାୟତ୍ରୀ କମ୍ପାନୀ ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ସାରୁନାହିଁ। ଏପରି ରାସ୍ତା କାର୍ଯ୍ୟ ନିମ୍ନମାନର ହେଉଥିବା ଭଳି ସାଂଘାତିକ ଅଭିଯୋଗ ଢେଙ୍କାନାଳ-ଅନୁଗୋଳ ଏମ୍‌ପି ମହେଶ ସାହୁ ଆଣିଛନ୍ତି। ଏମପି ସାହୁ ଏକ ଖବରଦାତା ସମ୍ମିଳନୀ କରି ଏହି ଅଭିଯୋଗ ଆଣିବା ସହ ଏନ୍‌ଏଚ୍‌ଆଇ କର୍ତ୍ତୃପକ୍ଷ ନିରବଦ୍ରଷ୍ଟା ସାଜିଥିବା କହିଛନ୍ତି। ତେବେ ସମସ୍ୟା ସମାଧାନ ପାଇଁ ସରକାର ଓ ଏନ୍‌ଏଚ୍‌ଆଇ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଛି। ଏହାର ସମାଧାନ କରା ନ ଗଲେ ଆଗାମୀ ଦିନରେ ମାଟି ପାଇଁ ରାସ୍ତାକୁ ଆନ୍ଦୋଳନକୁ ଓହ୍ଲାଇବୁ ବୋଲି ସେ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଏମ୍‌ପିଙ୍କ ସହ ବିଜେଡି ରାଜ୍ୟ ସମ୍ପାଦକ ମୀନକେତନ ଅମାନ୍ତ, ଜିଲା ଯୁବ ବିଜେଡି ସଭାପତି ଦୀନେଶ ପ୍ରଧାନ, ଅନୁଗୋଳ ବ୍ଲକ ଚେୟାରମ୍ୟାନ ନିରଞ୍ଜନ ଦେହୁରୀ, ଅନୁଗୋଳ ବ୍ଲକ ବିଜେଡି ସଭାପତି ଦୁର୍ଗାଚରଣ ପ୍ରଧାନ, ହିନ୍ଦୋଳ ବ୍ଲକ ଚେୟାରମ୍ୟାନ ପ୍ରିୟ ରଞ୍ଜନ ମାହୁନ୍ତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri