ମରାମତି ପରେ ବି ଦବିଲା ଗୋପ-ବାଲିଘାଇ ରାସ୍ତା

ଗୋପ, ୨।୮(ଡି.ଏନ୍‌.ଏ.):  ନିର୍ମାଣାଧୀନ ଗୋପ-ବାଲିଘାଇ ରାସ୍ତାର ଗୋପ ବ୍ରିଜ୍‌ ନିକଟରେ ନିର୍ମାଣାଧୀନ ନୂତନ ସ୍ପାନ୍‌ ରାସ୍ତାଟି ଗତ ୧୦ ତାରିଖରେ ଦବିଯିବା ନେଇ ଖବର ପ୍ରକାଶିତ ପରେ ପୂର୍ତ୍ତ ବିଭାଗ ପକ୍ଷରୁ ଏହାକୁ ମରାମତି କରାଯାଇଥିଲା। ମାତ୍ର ମରାମତିର ୪-୫ ଦିନ ପରେ ପୁଣି ଏହି ରାସ୍ତା ଦବିଯିବା ପରେ ଏବେ ଏହି ରାସ୍ତାରେ ଯାତାୟାତ କରିବାକୁ ଲୋକେ ନିରାପଦ ମଣୁନାହାନ୍ତି। ଏପରି କି ଏହି ରାସ୍ତାରେ ଭାରିଯାନ ଚଳାଚଳ ବନ୍ଦ ହୋଇଯାଇଛି। ଗୋପ ବ୍ରିଜ୍‌ ନିକଟରେ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ନିର୍ମାଣାଧୀନ ନୂତନ ସ୍ପାନ୍‌ ନିର୍ମାଣ ଶେଷ ପରେ ଠିକାଦାରଙ୍କ ପକ୍ଷରୁ ସ୍ପାନ୍‌କୁ ଲାଗି ନୂତନ ରାସ୍ତା ନିର୍ମାଣ କରାଯାଇଥିଲା। କିନ୍ତୁ ଏହି ରାସ୍ତା ନିର୍ମାଣ ନିମ୍ନମାନର ହେବା ଯୋଗୁ ଗୋଟିଏ ସପ୍ତାହ ପରେ ରାସ୍ତାଟି ଦବି ଯାଇଥିଲା। ରାସ୍ତା ଦବିଯିବା ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶିତ ହେବା ପରେ ପୂର୍ତ୍ତ ବିଭାଗ ପକ୍ଷରୁ ଦବିଯିବା ରାସ୍ତାର ମରାମତି କରାଯାଇଥିଲା। ଏ ସମ୍ପର୍କରେ ଗୋପ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ନବଘନ ବେହେରାଙ୍କୁ ପଚାରିବାରେ ମରାମତି କରାଯିବା ପରେ ରାସ୍ତା ଦବି ଯାଇଥିବାରୁ ପୁନଃ ମରାମତି କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri