ମରିୟମଙ୍କ ସାକ୍ଷାତ୍‌କାରକୁ ଜବରଦସ୍ତ ବନ୍ଦ କରି ଦିଆଗଲା

ଇସଲାମାବାଦ,୧୨।୭: ପାକିସ୍ତାନ ମିଡିଆ ସେନସରଶିପ୍‌କୁ ନେଇ ଏକ ନୂଆ ଘଟଣା ସାମ୍ନାକୁ ଆସିଛି। ପାକିସ୍ତାନ ମୁସଲିମ ଲିଗ-ନଓ୍ବାଜ(ପିଏମ୍‌ଏଲ୍‌-ଏନ୍‌)ନେତା ମିରିୟମ ନଓ୍ବାଜଙ୍କ ସାକ୍ଷାତ୍‌କାରକୁ ପାକିସ୍ତାନ ନ୍ୟୁଜ ଚ୍ୟାନେଲ ବ୍ରଡକାଷ୍ଟ ସମୟରେ ଜୋର ଜବରଦସ୍ତ ବନ୍ଦ କରି ଦେଇଥିବା ସୂଚନା ମିଳିଛି। ହମ୍‌ ନ୍ୟୁଜରେ କାମ କରୁଥିବା ଜଣେ ଖବରଦାତା ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ତେବେ ଚ୍ୟାନେଲ ବ୍ଲାକ ଆଉଟ୍‌ ହେବା ପରେ ଏହାକୁ ନେଇ ଚ୍ୟାନେଲ ପକ୍ଷରୁ ମଧ୍ୟ ଟୁଇଟ୍‌ କରାଯାଇଥିଲା। ହମ୍‌ ନ୍ୟୁଜ୍‌ ସ୍ବାଧିନ ଓ ଦାୟିତ୍ୱ ସମ୍ପନ୍ନ କାର୍ଯ୍ୟ ଉପରେ ବିଶ୍ୱାସ କରେ। ଚ୍ୟାନେଲ ତା’ର ନୈତିକ ମୂଲ୍ୟବୋଧ ଓ ସଂରକ୍ଷଣ ସହ ନ୍ୟାୟପାଳିକାକୁ ସମ୍ମାନ କରେ। ତେବେ ଏହି ସାକ୍ଷାତ୍‌କାର ନଦିମ ମଲିକଙ୍କ ଟୁଇଟର ହ୍ୟାଣ୍ଡେଲରେ ଅଛି ବୋଲି ଚ୍ୟାନେଲ ପକ୍ଷର କୁହାଯାଇଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ୩ ନ୍ୟୁଜ ଚ୍ୟାନେଲ ମରିୟମଙ୍କ ଖବରଦାତା ସମ୍ମିଳନୀ ପ୍ରସାରଣ କରିବାରୁ ପାକିସ୍ତାନ ଇଲୋକ୍ଟ୍ରନିକ୍‌ ମିଡିଆ ରେଗୁଲଟିରି ଅଥରିଟି (ପିଇଏମ୍‌ଆର୍‌ଏ)ର ନିର୍ଦ୍ଦେଶ ପରେ ଉକ୍ତ ଚ୍ୟାନେଲକୁ ଅଫ୍‌ ଏୟାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri