ମରିୟମଙ୍କୁ ମିଳିଲା ଜାମିନ

ଇସ୍‌ଲାମାବାଦ,୪।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଝିଅ ମରିୟମ ନଓ୍ବାଜଙ୍କୁ ଜାମିନ ମିଳିଛି। ସୋମବାର ଲାହୋର ହାଇକୋର୍ଟ ତାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ଚୌଧୁରୀ ସୁଗାର ମିଲ୍‌ ମାମଲାରେ ତାଙ୍କୁ ଏହି ଜାମିନ ମିଳିଥିବା ପ୍ରକାଶ। ପାକିସ୍ତାନ ମୁସଲିମ ଲିଗ୍‌(ନଓ୍ବାଜ)ର ଭାଇସ୍‌ ପ୍ରେସିଡେଣ୍ଟ ଥିବା ମରିୟମଙ୍କୁ ଏକ ଦୁଇ ଜଣିଆ ଖଣ୍ଡପୀଠ ଏହି ଜାମିନ ପ୍ରଦାନ କରିଥିବା ଜଣାପଡିଛି। ସୂଚନାଯୋଗ୍ୟ, ମରିୟମଙ୍କ ପିତା ନଓ୍ବାଜ ଶରିଫଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ନ ଥିବାରୁ ସେ ତାଙ୍କ ପାଖରେ ରହିବାକୁ ନେଇ ଜାମିନ ଆବେଦନ କରିଥିଲେ। ଏବେ ତାଙ୍କୁ ହ୍ୟୁମାନିଟେରିଆନ୍‌ ବେସିସ୍‌ରେ ଏହି ଜାମିନ ପ୍ରଦାନ କରାଯାଇଛି। ଏବେ ସେ ତାଙ୍କ ପିତାଙ୍କ ପାଖରେ କିଛି ସମୟ କାଟିପାରିବେ। ଚୌଧୁରୀ ସୁଗାର ମିଲ୍‌ ମାମଲାରେ ଜେଲ୍‌ରେ ଥିବା ନଓ୍ବାଜଙ୍କୁ ଚିକିତ୍ସା ଲାଗି କିଛିଦିନ ତଳେ ଜାମିନ ପ୍ରଦାନ କରାଯାଇଥିଲା। ନଓ୍ବାଜଙ୍କର ହୃଦଘାତ ସମସ୍ୟା ଥିବା ବେଳେ ଏବେ ସେ ଗୁରୁତର ଥିବା କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ, ମେଡିକାଲରୁ ଡିସ୍‌ଚାର୍ଜ ପରେ…

ଭବାନୀପାଟଣା,୧।୬(ଉତ୍ତମ କୁମାର ଦାଶ): ଚିକିତ୍ସା ଅବହେଳାରୁ ମହିଳା ରୋଗୀଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭିଯୋଗ କଳାହାଣ୍ଡି ଜିଲା ମୁଖ୍ୟ ମେଡିକାଲରୁ ଆସିଛି। ଶନିବାର ଜିଲାର ନର୍ଲା ଥାନା…

ପାକିସ୍ତାନ ନୁହେଁ ଏହି ଦେଶ କରୁଛି ଆମେରିକା-ଇରାନ ମଧ୍ୟରେ ମଧ୍ୟସ୍ଥତା, ବଡ଼ ଦାବି କଲେ ରାଷ୍ଟ୍ରପତି

କାଏରୋ,୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ସମ୍ପର୍କରେ ପାକିସ୍ତାନର ନାମ ପ୍ରାୟତଃ ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ, ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଏବଂ…

ବାପାଙ୍କୁ ମେଡିକାଲରେ ଭର୍ତ୍ତି କରି ଘରକୁ ଫେରିବାବେଳେ କାର୍‌ରେ ଲାଗିଲା ନିଆଁ, ଚାଲିଗଲା ପୁଅଙ୍କ ଜୀବନ

ସୁନ୍ଦରଗଡ଼,୧ା୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନ ଥାନା ସମ୍ମୁଖରେ ରବିବାର ବିଳମ୍ବିତ ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ…

ପକ୍ଷାଘାତ ରୋଗୀଙ୍କ ହାତକୁ ଚେୟାରରେ ଦୁଇ ଘଣ୍ଟା ବାନ୍ଧି ରଖିଲା ସାପ, ତାପରେ ଯାହା ଘଟିଲା….

ହରଭଙ୍ଗା,୧।୬(ନରେନ୍ଦ୍ର ସାହୁ): ପୁରାଣରେ ସର୍ପ ବନ୍ଧନ କଥା ଶୁଣାଯାଏ କିନ୍ତୁ ବାସ୍ତବରେ କେହି ଦେଖି ନ ଥିବେ। ହେଲେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଆଡେଣିଗଡ଼ ଗାଁରେ…

ମଟନ, ଚିକେନ ସହ ହଳଦିଆ ମିଠା…, ଏହା ହେଉଛି ବୈଭବଙ୍କ ଶକ୍ତି ପଛର ରହସ୍ୟ, ୧୫ ବର୍ଷ ବୟସରେ ନେଉଛନ୍ତି…

ନୂଆଦିଲ୍ଲୀ,୧।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ବ୍ୟାଟିଂରେ ଏକ ଆକର୍ଷଣ ସୃଷ୍ଟି କରିଛନ୍ତି। ସଚିନ ତେନ୍ଦୁଲକରଙ୍କଠାରୁ ଆରମ୍ଭ କରି ସୁନୀଲ ଗାଭାସ୍କର ପର୍ଯ୍ୟନ୍ତ, ସମସ୍ତେ…

ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି: ପୁରୁଣା ହଟିଲା, ନୂଆ ପ୍ରତି ନାହିଁ ନିଘା

ବରଗଡ଼,୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ସହରର ବିଭିନ୍ନ ସ୍ଥାନରେ ଉଚ୍ଛେଦ ଚାଲିଛି। ରବିବାର ବରଗଡ଼ ସରକାରୀ ବସଷ୍ଟାଣ୍ଡରେ ଏହି ପ୍ରକ୍ରିୟା…

ଆଇସ୍‌କ୍ରିମ୍‌ ଖାଉଥିଲେ ସାବଧାନ! କ୍ଷୀର ବଦଳରେ ମିଶୁଛି…

ଭୁବନେଶ୍ୱର,୧ା୬(ବନ୍ଦନା ସେଠୀ): ପିଲାଙ୍କଠାରୁ ବୟସ୍କ ବଜାରରୁ ଯେଉଁ ଆଇସ୍‌କ୍ରିମ୍‌ କିଣି ଖାଉଛନ୍ତି, ତାହା ପ୍ରାୟତଃ କୌଣସି କ୍ଷୀରରୁ ପ୍ରସ୍ତୁତ ହୁଏନାହିଁ, ବରଂ ତାଳ ଗଛରୁ ବାହାରୁଥିବା ଶସ୍ତା…

RCBକୁ ମିଳିଲା ୨୦ କୋଟି, ହେଲେ ବୈଭବଙ୍କୁ ମିଳିଲା କେତେ? ଜାଣନ୍ତୁ…

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଫାଇନାଲରେ ଗୁଜରାଟ ଟାଇଟାନ୍ସକୁ ୫ ୱିକେଟରେ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ IPL 2026 ଟ୍ରଫି ଜିତିଛି। ଚମତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri