ମରୁଡ଼ି ଘୋଷଣା ଦାବିରେ ଗଣଆନ୍ଦୋଳନ

ବାଲିଆପାଳ,୧୩।୮(ସ୍ବ.ପ୍ର.)-ବାଲିଆପାଳ ବ୍ଲକ ସମେତ ବସ୍ତା, ଜଳେଶ୍ୱର, ଭୋଗରାଇ ବ୍ଲକ ଏବଂ ବାଲେଶ୍ୱର ଜିଲାକୁ ମରୁଡି ଅଞ୍ଚଳ ଘୋଷଣା ଦାବିରେ ଚାଷୀ ଏକତା ମଞ୍ଚ ଏବଂ ସୂଚନା ଅଧିକାର ସଂଘ ପକ୍ଷରୁ ବାଲିଆପାଳ ତହସିଲ ସମ୍ମୁଖରେ ଗଣଆନ୍ଦୋଳନ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି ।
ଚାଷୀ ଏକତା ମଞ୍ଚର ସଭାପତି ଅରୁଣ ଜେନାଙ୍କ ନେତୃତ୍ୱରେ ଏବଂ ସୂଚନା ଅଧିକାର ସଂଘର ଆବାହକ ଅନୁଜ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବାଲିଆପାଳ ବସ୍‌ଷ୍ଟାଣ୍ଡ ନିକଟରେ ଏକ ଗଣଆନ୍ଦୋଳନ ଏବଂ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଓଡିଶା କୃଷକ ସଭାର ସଭାପତି ଦିଲୀପ କୁମାର ଗିରି ମୁଖ୍ୟଅତିଥି ଏବଂ ବୈଲୋଚନ ପାତ୍ର ବକ୍ତା ଭାବେ ଯୋଗ ଦେଇଥିଲେ। ସେମାନେ ବର୍ଷା ଅଭାବରୁ ବାଲିଆପାଳ ସମେତ ବାଲେଶ୍ୱର ଜିଲାର ସମସ୍ତ ବ୍ଲକକୁ ମରୁଡି ଅଞ୍ଚଳ ଘୋଷଣା କରିବା, ଅକାମୀ ହୋଇପଡ଼ିଥିବା ଉଠାଜଳସେଚନ ପଏଣ୍ଟକୁ କାର୍ଯ୍ୟକ୍ଷମ କରିବା, ଚାଷୀଙ୍କୁ ମାଗଣାରେ ଡିଜେଲ ସେଟ ଯୋଗାଇ ଦେବା, ରାଜଧାନୀ ଢାବାରେ ନାବାଳକଙ୍କ ମୃତ୍ୟୁ ଘଟଣାର ମୁଖ୍ୟ ଅଭିଯୁକ୍ତ, ତାଙ୍କ ଭାଇଙ୍କୁ ଗିରଫ, ୨୦ଲକ୍ଷ ଟଙ୍କାର କ୍ଷତିପୂରଣ, କୋଷ୍ଟକେନାଲର ପୁନରୁଦ୍ଧାର, ସୁବର୍ଣ୍ଣରେଖା ସଂସ୍କାର ଯୋଜନାକୁ କାର୍ଯ୍ୟକାରୀ କରିବା, ଆଗାମୀ ରବି ଫସଲ ପାଇଁ ବିହନ, ସାର, ଓଷଧ ଏବଂ ଡାଳୁଅ ଧାନ ଚାଷ ପାଇଁ ସହାୟତା, ଦୀର୍ଘ ବର୍ଷ ହେଲା ଅକାମୀ ହୋଇପଡିଥିବା ବାଲିଆପାଳ ସୂତାକଳକୁ ପୁନଃ ଚାଲୁ କରିବା, ଭୂମିହୀନମାନଙ୍କୁ ଘରବାଡି ପଟ୍ଟା ପ୍ରଦାନ, ବାଲିଆପାଳ ଅଞ୍ଚଳର ଚାଷ ଜମିକୁ ଅଣକୃଷି କାର୍ଯ୍ୟ ପାଇଁ ହସ୍ତାନ୍ତର ନ କରିବା, ବାଦ୍‌ ପଡିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରିବା, ସୂଚନା ଅଧିକାର ଆଇନ ୨୦୦୫କୁ ସଂଶୋଧନ କରିବାରୁ କ୍ଷାନ୍ତ ରହିବା ଆଦି ୧୧ଦଫା ଦାବିଗୁଡିକ ପୂରଣ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଶେଷରେ ଏକ ପ୍ରତିନଧି ଦଳ ୧୧ ଦଫା ଦାବି ସମ୍ମିଳିତ ଦାବିପତ୍ର ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତହସିଲଦାରଙ୍କୁ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କୃଷକ ନେତା କୁଶଧ୍ୱଜ ଜେନା, କ୍ଷୀତିଶ ଜେନା, ଅନନ୍ତ ଜେନା, ମୃତ୍ୟୁଞ୍ଜୟ ରାଉତ ପ୍ରମୁଖ ଯୋଗଦେଇ ସରକାରଙ୍କ କୃଷକମାରଣ ନୀତିକୁ ବିରୋଧ କରିବା ସହିତ ତୁରନ୍ତ ମରୁଡି ଅଞ୍ଚଳ ଘୋଷଣା କରିବାକୁ ଦାବି କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଆମ୍ବ ଗଛରୁ ପଡ଼ି ଯୁବକ ଗୁରୁତର : ରାସ୍ତା ଦେଇ ଆସୁଥିବା ଆଇଟିଡିଏ ଅଧିକାରୀ…

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ଆମ୍ବ ଗଛରୁ ପଡ଼ି ସୋମବାର ଜଣେ…

ନିୟମଗିରି ଦୁର୍ଗମ ଅଞ୍ଚଳରେ ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା): ରାୟଗଡା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି ସୋମବାର କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସଲି ପଞ୍ଚାୟତର ନିୟମଗିରି ପାହାଡ଼ରେ ଥିବା ଦୁର୍ଗମ ଅଞ୍ଚଳ ପରିଦର୍ଶନ କରି…

ସରିଥିଲା ନିର୍ବନ୍ଧ ହୋଇଥାନ୍ତା ବାହାଘର: ହେଲେ ଜନ୍ମଦିନରେ ଜଳିଲା ଜୁଇ

ଟିକିରି,୧୪।୪ (ପ୍ରଫୁଲ୍ଲ କୁମାର ବେହେରା): ସୋମବାର ପାଳନ କରିଥାନ୍ତେ ୨୮ ତମ ଜନ୍ମଦିନ। ହେଲେ ବିଧିର ବିଧାନ କିଛି ଥିଲା ଅଲଗା । ଜନ୍ମଦିନ ପାଳନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri