ମରୁଭୂମିରେ ୯୫ ହଜାର କୋଟିରେ ନିର୍ମିତ ହେଉଛି ସୋଲାର ପାର୍କ: ୧୩ ଲକ୍ଷ ଘରକୁ କରିବ ଆଲୋକିତ

ଆବୁଧାବି,୨୯।୪: ଦୁବାଇର ମରୁଭୂମିରେ ୟୁଏଇ ପ୍ରଧାନମନ୍ତ୍ରୀ ମହମ୍ମଦ୍‌ ବିନ୍‌ ଶହିଦ୍‌ ଅଲ୍‌ ମକତୁମ୍‌ଙ୍କ ନାମରେ ଏକ ସୋଲାର ପାର୍କ ନିର୍ମାଣ କରାଯାଉଛି। ଏଥିରେ ୯୫ ହଜାର ୨ ଶହ କୋଟି କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ୧୩ ଲକ୍ଷ ଘରକୁ ଆଲୋକିତ କରିବ ବୋଲି କୁହାଯାଇଛି। ଏହାର ଉପଯୋଗ ଦ୍ୱାରା ଗ୍ଲୋବାଲ ଓ୍ବାର୍ମିଂରୁ ମୁକ୍ତି ମିଳିବ। ଏହା ୨୦୩୦ ସୁଦ୍ଧା ଶେଷ ହେବାର ସମ୍ଭାବନା ରହିଛି। ଏହାଦ୍ୱାରା କାର୍ବନ ନିର୍ଗମନ ବାର୍ଷିକ ୬୫ ଲକ୍ଷ ଟନ୍‌ ପର୍ଯ୍ୟନ୍ତ କମ୍‌ ହୋଇପାରିବ ବୋଲି ୟୁଏଇ ପକ୍ଷରୁ ସୂଚନା ଦିଆଯାଇଛି। ଏହା ୫ ହଜାର ମେଗାଓ୍ବାଟ୍‌ ବିଦ୍ୟୁତ୍‌ ଶକ୍ତି ଉତ୍ପାଦନ କରିବାକୁ ସକ୍ଷମ ହେବ। ସମ୍ପ୍ରତି ଚାଇନାରେ ପୃଥିବୀର ସର୍ବବୃହତ୍‌ ସେଳାର ପାର୍କ ରହିଛି। ଏଠାରୁ ୧୫ଶହ ୪୭ ମେଗାଓ୍ବାଟ୍‌ ବିଦ୍ୟୁତ୍‌ ଶକ୍ତି ଉତ୍ପାଦିତ ହୋଇପାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଘଣ୍ଟାରେ ବୈଠକ ଶେଷ, ଫଳ ଶୂନ: ଯୁଦ୍ଧ ଆଶଙ୍କା ମଧ୍ୟରେ…

ଜେନେଭା,୧୮ା୨:ଆମେରିକା-ଇରାନ ଯୁଦ୍ଧ ଆଶଙ୍କା ମଧ୍ୟରେ ଉଭୟ ପକ୍ଷଙ୍କ ଭିତରେ ଦ୍ୱିତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜେନେଭାରେ ଶେଷ ହୋଇଛି। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ଏହି…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

ବାଂଲାଦେଶର ପ୍ରଥମ Shadow କ୍ୟାବିନେଟ! ବିରୋଧୀଙ୍କ ‘ୱାଚଡଗ’ ଯୋଜନା ସ୍ବଚ୍ଛତା ଆଣିବ ନା ନୂଆ ବିବାଦ ସୃଷ୍ଟି କରିବ? ଜାଣନ୍ତୁ…

ଢାକା,୧୭।୨: ଗତ କିଛି ଦିନ ଧରି, ବାଂଲାଦେଶୀ ରାଜନୀତିରେ ଏକ ନୂତନ କାର୍ଯ୍ୟକାଳ ଆରମ୍ଭ ହୋଇଛି, Shadow କ୍ୟାବିନେଟ। ଫେବୃଆରୀ ୧୨, ୨୦୨୬ରେ ଅନୁଷ୍ଠିତ ୧୩ତମ ସଂସଦୀୟ…

ଫାଇନାଲ ଷ୍ଟେଜରେ ଭାରତ-ଆମେରିକା ଟ୍ରେଡ ଡିଲ! ଏହିଦିନ ଆମେରିକା ଯିବ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୧୭।୨: ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏବଂ ଭାରତର ମୁଖ୍ୟ ଆଲୋଚନାକାରୀ ଦର୍ପଣ ଜୈନ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଲକ୍ଷ୍ୟ…

ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri