ମଲାଇକା, କରିନାଙ୍କୁ ଟପିଲେ ଓ୍ବାରିନା

ଖୁବ୍‌ଶୀଘ୍ର ପରଦାକୁ ଅରସୁଛି ସଲମାନ ଖାନଙ୍କ ଅଭିନୀତ ଦବଙ୍ଗ-୩। ଏହି ଫିଲ୍ମକୁ ନେଇ ଦର୍ଶକଙ୍କ ମଧ୍ୟରେ ଉତ୍କଣ୍ଠା ବଢିଛି। ରିଲିଜ୍‌ ହେବା ପୂର୍ବରୁ ଫିଲ୍ମର ଗୀତଗୁଡିକ ସୁପରହିଟ୍‌ ସାବ୍ୟସ୍ତ ହୋଇଛି। ମୁନ୍ନା ବଦ୍‌ନାମ୍‌ ହୁଆ ଗୀତଟି ଏବେ ୟୁଟ୍ୟୁବରେ ଟ୍ରେଣ୍ଡ କରୁଛି। ପୂର୍ବରୁ ଦବଙ୍ଗ ଏବଂ ଦବଙ୍ଗ-୨ରେ ଆଇଟମ୍‌ ନଂ କରି ଚର୍ଚ୍ଚାକୁ ଆସିଥିବା ମଲାଇକା ଆରୋରା ଏବଂ କରିନା କପୁରଙ୍କ ଟପିଯାଇଛନ୍ତି ଦବଙ୍ଗ-୩ରେ ଆଇଟମ୍‌ ନଂ କରଥିବା ଓ୍ବାରିନା ହୁସେନ। ତାଙ୍କ ଡ୍ୟାନ୍ସକୁ ଦର୍ଶକ ପ୍ରଶଂସା କରିଛନ୍ତି। ଦବଙ୍ଗ ଫିଲ୍ମର ମୁନ୍ନି ବଦନାମ ହୁୟି..ଗୀତଟି ଦର୍ଶକଙ୍କଠାରେ ବେଶ ଲୋକପ୍ରିୟ ହୋଇଥିବାବେଳେ ଦବଙ୍ଗ-୩ରେ ମୁନ୍ନି ନୁହେଁ, ‘ମୁନ୍ନା ବମ୍ନାମ ହୁଆ’ ଗୀତ ରହଛି। ଏହି ଗୀତରେ ସଲମାନଙ୍କ ସହ ନଜର ଆସିଛନ୍ତି ଫିଲ୍ମର ନିର୍ଦ୍ଦେଶକ ପ୍ରଭୁଦେବା। ସଲମାନ ଏବଂ ପ୍ରଭୁଦେବା ବ୍ୟତୀତ ଏହି ଗୀତରେ ଓ୍ବାରିନା ହୁସେନ ମଧ୍ୟ ଅଭିନୟ କରିଛନ୍ତି। ଗୀତଟି ଦର୍ଶକଙ୍କ ଦ୍ୱାରା ବେଶ ଆଦୃତ ଲାଭ କରିବ ବୋଲି ଆଶା ରଖିଛନ୍ତି ସଙ୍ଗୀତ ନିର୍ଦ୍ଦେଶକ। ଏହି ଗୀତଟିକୁ କମ୍ପୋଜ କରିଛନ୍ତି ହିଟ ଯୋଡି. ସାଜିଦ-ନାଜିଦ। ଏଥର ପୋଲିସବାଲା ଗୁଣ୍ଡା ହୋଇ ଦର୍ଶକଙ୍କ ପାଖକୁ ଆସୁଛନ୍ତି ଚୁଲବୁଲ ପାଣ୍ଡେ ବା ସଲମାନ ଖାନ। ଦବଙ୍ଗ-୩ରେ ସଲମାନଙ୍କ ସହ ମୁଖ୍ୟ ଭୂମିକାରେ ଦୁଇ ଜଣ ଅଭିନେତ୍ରୀଙ୍କୁ ଦେଖିବାକୁ ମିଳିବେ। ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ବ୍ୟତୀତ ଏହି ଫିଲ୍ମରେ ନବାଗତା ସାଇ ମଙ୍ଗେସ୍କରଙ୍କୁ ଦେଖିବାକୁ ପାଇବେ ଦର୍ଶକ। ଅନ୍ୟପକ୍ଷରେ ଦକ୍ଷିଣ ଫିଲ୍ମ ଜଗତର ଅଭିନେତା ସୁଦିପ ଖଳନାୟକ ଭୂମିକାରେ ନଜର ଆସିବେ। ପ୍ରଭୁଦେବା ଦବଙ୍ଗ-୩ ଫିଲ୍ମର ନିର୍ଦ୍ଦେଶନା ଦେଇଥିବା ବେଳେ ଏହାର ପ୍ରଯୋଜନା ଭାର ସମ୍ଭାଳିଛନ୍ତି ସଲମାନଙ୍କ ଭାଇ ଅରବାଜ ଖାନ। ଆସନ୍ତା ଡିସେମ୍ବର ୨୦ ଖ୍ରୀଷ୍ଟମାସ ଅବସରରେ ବଡ ପରଦାରେ ଫିଲ୍ମଟି ରିଲିଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri