ମଲାଇକାଙ୍କ ସହ କେବେ ବିବାହ କରୁଛନ୍ତି ପ୍ରଶ୍ନର ଉତ୍ତର ଦେଲେ ଅର୍ଜୁନ, କହିଲେ ଯେତେବେଳେ କରିବି ଜଣାଇବି

ମୁମ୍ବାଇ: ବି-ଟାଉନ୍‌ର ହଟ୍‌ କପୁଲ ପାଲଟିଛନ୍ତି ଅର୍ଜୁନ କପୁର ଏବଂ ମଲାଇକା ଅରୋରା। ଉଭୟଙ୍କୁ ସବୁବେଳେ ବିଭିନ୍ନ ପାର୍ଟି ଅଥବା ଡିନର୍‌ ଡେଟ୍‌ରେ ଦେଖିବାକୁ ମିଳୁଛି। ଅର୍‌ବାଜଙ୍କଠାରୁ ଅଲଗା ହେବା ପରେ ମଲାଇକା ଅର୍ଜୁନଙ୍କ ପ୍ରେମରେ ବୋଲି ଚର୍ଚ୍ଚା ମଧ୍ୟ ହେଉଛି। ଅନେକ ସମୟରେ ଉଭୟ ଏହାକୁ ଏଡ଼ାଇ ଯାଆନ୍ତି। କିଛିଦିନ ତଳେ ଉଭୟ ବିବାହ କରିବେ ବୋଲି ଚର୍ଚ୍ଚା ହୋଇଥିଲା। ପରେ ଏହା ଉଡ଼ା ଖବର ବୋଲି ଜଣାପଡ଼ିଥିଲା।
ନିକଟରେ ଏକ ସାକ୍ଷାତକାର ଦେଉଥିବା ସମୟରେ ଅର୍ଜୁନଙ୍କୁ ସମାନ ପ୍ରଶ୍ନ ପଚରାଯାଇଥିଲା। ‘କେବେ ବିବାହ କରିବେ’ ପ୍ରଶ୍ନର ଜବାବରେ ଅର୍ଜୁନ କହିଥିଲେ, ମୁଁ ଜୀବନରେ ଦୌଡ଼ିବାକୁ ପସନ୍ଦ କରି ନ ଥାଏ। ଆପଣମାନେ ମୋ ପାଇଁ ଚିନ୍ତିତ, ସେଥିଲାଗି ଧନ୍ୟବାଦ। ମାତ୍ର ମୁଁ ଯେତେବେଳେ ବିବାହ କରିବି, ସମସ୍ତଙ୍କୁ ଜଣାଇବି। ଏହା ଲୁଚାଇବା କଥା ନୁହେଁ। ଏଣୁ ଲୁଚିବ ନାହିଁ।
ଆଗାମୀ ଦିନରେ ଅର୍ଜୁନଙ୍କ ଫିଲ୍ମ ‘ମୋଷ୍ଟ ଓ୍ବାଣ୍ଟେଡ୍‌’ ଓ ‘ପାନିପଥ’ ରିଲିଜ ହେବାକୁ ଯାଉଛି। ଯେଉଁଥିପାଇଁ ସେ ବେଶ ଆଶାବାଦୀ ଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri