ମଲ୍ଲିକା, ଚାଲ ଯିବା ଚିଲିକା

‘ଯେବେଠାରୁ ଜାନୁ ତୋତେ ଲ..ଲ..ଲଭ୍‌ କଲିଣି, ଗଡ୍‌ ପ୍ରମିଜ ତୋ ପାଇଁକି ପ..ପ..ପାଗଳା ହେଲିଣି, ଜାଗା ଖୋଜୁଛି ମୁଁ ହାଏ ଡେଲି ଡେଲି ତୋତେ ଡେଟିଂ ପାଇଁ ଟିକେ ନେବି ବୋଲି, ପୁଚି ପୁଚି ମୁଚି ଲୁଚି ଲୁଚିକା(କୋଉଠି ନବୁ ଏ ଧନ କୁଆଡେ ନବୁ), ମଲ୍ଲିକା ଏ ମଲ୍ଲିକା ଚାଲ ଯିବା ଚିଲିକା।’ ଏପରି ଏକ ଗୀତ ଏବେ ବେଶ୍‌ ଭାଇରାଲ ହୋଇଛି। କଥା କ’ଣ କି କିଛି ବର୍ଷ ପୂର୍ବେ ‘ଦିସ୍‌ ଇଜ ମାୟାରେ ବାୟା’ ଗୀତ ପାଇଁ ଚର୍ଚ୍ଚିତ ଲଭରବୟ ସବ୍ୟସାଚୀ ପୁଣି ଥରେ ବଡ ପରଦାରେ ଦର୍ଶକଙ୍କୁ ଚିଲିକା କିମିଆ ଦେଖାଇବାକୁ ଯାଉଛନ୍ତି। ଦ୍ୱିଭାଷୀ ଚଳଚ୍ଚିତ୍ର (ଓଡ଼ିଆ, ଛତିଶଗଡି) ‘ମାଲ ମହୁ ଜୀବନ ମାଟି-ଭାଗ୍ୟର ନୋ ଗ୍ୟାରେଣ୍ଟି’ରେ ଏପରି ଗୀତ ସଂଯୋଜିତ ହୋଇଛି। ଡ. ନିର୍ମଳ ନାୟକଙ୍କ ରଚିତ ଏହି ଗୀତଟିକୁ ସ୍ବରାୟିତ କରିଛନ୍ତି ଅଭିଜିତ ମଜୁମଦାର। କଣ୍ଠଦାନ କରିଛନ୍ତି ହ୍ୟୁମାନ ସାଗର ଏବଂ ସୋନାଲି ନନ୍ଦ। ସବ୍ୟସାଚୀ-ଏଲିନାଙ୍କୁ ନେଇ ଗୀତଟିକୁ ଦୃଶ୍ୟାୟନ କରାଯାଇଛି। ଏ ସମ୍ପର୍କରେ ସବ୍ୟସାଚୀ କହନ୍ତି, ‘ମଲ୍ଲିକା ଗୀତଟି ଏବେ ବେଶ୍‌ ଭାଇରାଲ ହୋଇଛି। ସୋସିଆଲ ମିଡିଆରେ ଗୀତଟିକୁ ମଧ୍ୟ ପ୍ରଶଂସା ମିଳିଛି। ଏଥିରେ ମୋ ଭୂମିକାଟି ହେଲା ମାଇକେଲ। ସେ ଭଲ ଭାବରେ କଥା କହିପାରେନା। ଯାହା କିଛି କରିବାକୁ ଚାହୁଁଛି ଭାଗ୍ୟ ତାହାର ସାଥ୍‌ ଦେଉନି। ତେଣୁ ସବୁବେଳେ ସେ ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇଯାଉଛି। ହେଲେ ତା’ ଭିତରେ ପ୍ରେମ କରିବସିଛି। ଏଥିରେ ସେ ସଫଳ ହେଉଛି ତ? ଏ ସବୁର ଉତ୍ତର ରହିଛି ଉକ୍ତ ସିନେମାରେ। ମୋଟ ଉପରେ ଏହାର କାହାଣୀରେ ନୂତନତ୍ୱ ରହିଛି।’ ଲେଡି ବାର୍ଡ ଏଣ୍ଟରଟେନ୍‌ମେଣ୍ଟ ସହାୟତା ତଥା ଆମ୍‌ରା ମ୍ୟୁଜିକ୍‌ ବ୍ୟାନରରେ ଏହାକୁ ପ୍ରସ୍ତୁତ କରାଯାଇଛି। ଏହାର ଗୀତ ସହ ସଂଳାପ ରଚନା କରିଛନ୍ତି ଡ. ନିର୍ମଳ ନାୟକ। ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି ରମେଶ ରାଉତ। ସବ୍ୟସାଚୀ-ଏଲିନାଙ୍କ ବ୍ୟତୀତ ଏହି ଫିଲ୍ମରେ ସଲିଲ ମିତ୍ର, ପ୍ରଦ୍ୟୁମ୍ନ ଲେଙ୍କା, ବିଦୁସ୍ମିତା, ଲଭ୍‌ଲି, ପଦ୍ମଶ୍ରୀ ଅଞ୍ଜୁ ଶର୍ମା, ବିଜୁ ବଡ଼ଜେନା, ଅମର ପ୍ରମୁଖ କଳାକାର ଅଭିନୟ କରିଛନ୍ତି। ଖାସ୍‌ କଥା ହେଲା, ଗାୟିକା ଅସୀମା ପଣ୍ଡା ଏହି ଫିଲ୍ମରୁ ନିଜର ବଡ ପରଦା ଆକ୍ଟିଂ କ୍ୟାରିୟର ଆରମ୍ଭ କରିବାକୁ ଯାଉଛନ୍ତି। ଫିଲ୍ମଟି ଆସନ୍ତା ମାସ ୮ରେ ରିଲିଜ ହେଉଛି। ତେବେ ଏଥର ସବ୍ୟସାଚୀ-ଏଲିନାଙ୍କ ‘ମଲ୍ଲିକା’ ଗୀତଟି ଦର୍ଶକଙ୍କୁ କେତେ ମତୁଆଲା କରୁଛି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri