Posted inଜାତୀୟ

ମସ୍ତିଷ୍କ ଜ୍ୱର ୮ ବର୍ଷରେ ନେଇଛି ଦେଶର ୧୧ ହଜାର ଶିଶୁଙ୍କ ଜୀବନ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୧୮।୬: ମସ୍ତିଷ୍କ ଜ୍ୱରରେ ପୃଥିବୀର ୨୪ଟି ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏସବୁ ଦେଶର ୩ ଶହ କୋଟି ଲୋକ ଏହି ଜ୍ୱରରେ ସଂକ୍ରମିତ ହେବାର ଆଶଙ୍କ ରହିଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦ୍ୱାର ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ ରହିଛି। ପ୍ରତିବର୍ଷ ଏସବୁ ଦେଶର ୧୩ ହଜାର ୬ଶହରୁ ୨୦ ହଜାର ୪ ଶହ ଶିଶୁଙ୍କ ମୃତ୍ୟୁ ଏହି ଜ୍ୱରରେ ହୋଇଥାଏ। ଏହି ଜ୍ୱର ପ୍ରଥମେ ଜାପାନରେ ୧୮୭୧ରେ ଦେଖାଦେଇଥିଲା। ଭାରତରେ ଗତ ୮ ବର୍ଷରେ ଏହି ଜ୍ୱରରେ ୧୧ ହଜାର ୨ ଶହ ୫୪ ଶିଶୁଙ୍କ ଜୀବନ ଯାଇଛି। ଏହି ସମୟ ମଧ୍ୟରେ ଦେଶରେ ୯୧ ହଜାର ୯ଶହ ୬୮ଜଣ ଆକ୍ରାନ୍ତ ହୋଇଥିବା ରିପୋର୍ଟରେ ପ୍ରକାଶ ପାଇଛି। ମୃତକଙ୍କ ମଧ୍ୟରେ ୯୯ ପ୍ରତିଶତ ଶିଶୁଙ୍କ ବୟସ ୧୫ ମଧ୍ୟରେ ରହିଛି। ଦେଶର ୨୦ ରାଜ୍ୟର ୧୭୮ ଜିଲାରେ ଏହି ଜ୍ୱର ଦେଖାଦେଇଥାଏ। କ୍ୟୁଲେକ୍ସ ମଶା ଦ୍ୱାରା ବ୍ୟାପୁଥିବା ଏହି ରୋଗର ପ୍ରଭାବ ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ, ଆସାମ, ବିହାର, ଦିଲ୍ଲୀ, ଗୋଆ, ହରିୟାଣା, ଝାଡ଼ଖଣ୍ଡ, କର୍ନାଟକ, କେରଳ,ମହାରାଷ୍ଟ୍ରରେ ଅଧିକ ରହିଛି। ସେହିପରି ମଣିପୁର, ମେଘାଳୟ,ନାଗାଲାଣ୍ଡ୍‌, ପଞ୍ଜାବ, ତ୍ରିପୁରା, ତାମିଲ୍‌ନାଡୁ, ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଆଦି ରାଜ୍ୟରେ ଏହି ଜ୍ୱର ଦେଖାଦେଇଥାଏ ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri