Posted inଜାତୀୟ

ମସ୍‌ଜିଦରେ ମହିଳାଙ୍କ ପ୍ରବେଶ କଟକଣାକୁ ଚ୍ୟାଲେଞ୍ଜ: କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୧୦(ପି.ଟି.): ଦେଶର ମସ୍‌ଜିଦଗୁଡ଼ିକରେ ମୁସଲମାନ ମହିଳାଙ୍କ ପ୍ରବେଶ ଉପରେ କଟକଣା ରହିଛି। ଏଭଳି ‘ଅସାମ୍ବିଧାନିକ’ କଟକଣା ଯୋଗୁ ଜୀବନଧାରଣ, ସମାନତା ଓ ଲିଙ୍ଗଗତ ନ୍ୟାୟ ଭଳି ଅଧିକାର କ୍ଷୁଣ୍ଣ ହେଉଥିବା ଦର୍ଶାଇ ଏହାକୁ ଉଠାଇବା ପାଇଁ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଏହି ପ୍ରଥା ସମ୍ବିଧାନର ଅନୁଚ୍ଛେଦ ୧୪, ୧୫, ୨୧, ୨୫ ଓ ୨୯ର ଉଲ୍ଲଂଘନ କରୁଥିବା ଏଥିରେ ଦର୍ଶାଯାଇଛି। ସର୍ବୋଚ୍ଚ ଅଦାଲତ ଶୁକ୍ରବାର ଏହାର ଶୁଣାଣି କରି ନଭେମ୍ବର ୫ ସୁଦ୍ଧା ଜବାବ ଦାଖଲ କରିବା ପାଇଁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ଆବେଦନର ଶୁଣାଣି କରୁଛନ୍ତି। ଗତ ଏପ୍ରିଲରେ ମହିଳା ଓ ଶିଶୁ ମଙ୍ଗଳ, ଆଇନ ଓ ନ୍ୟାୟ, ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟ ସମେତ ଜାତୀୟ ମହିଳା କମିଶନଙ୍କୁ ନୋଟିସ କରାଯାଇଥିଲା। କିନ୍ତୁ ମହାରାଷ୍ଟ୍ର ଷ୍ଟେଟ୍‌ ବୋର୍ଡ ଅଫ୍‌ ଓ୍ବାକଫ୍‌, ସେଣ୍ଟ୍ରାଲ ଓ୍ବାକଫ୍‌ କାଉନ୍‌ସିଲ ଓ ଅଲ୍‌ ଇଣ୍ଡିଆ ମୁସ୍‌ଲିମ୍‌ ପର୍ସନାଲ ଲ ବୋର୍ଡକୁୁ ନୋଟିସ କରାଯାଇ ନ ଥିଲା। ଏହି ୩ ପକ୍ଷଙ୍କୁ ନୋଟିସ ସହ ପିଟିଶନର କପି ପଠାଇବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲଡ୍‌ପ୍ରେସର ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ସଜନା ଶାଗ

ସ୍ବାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ ହେଉଛି ଶଜନା ଶାଗ। ଏଥିରେ କାଲ୍‌ସିୟମ୍‌, ଆଇରନ୍‌ ସମେତ ଭିଟାମିନ୍‌-ଏ, ସି ଏବଂ ଇ ଭରି ରହିଛି। ବିଶେଷଭାବରେ ବ୍ଲଡ୍‌ପ୍ରେସର ସମସ୍ୟା…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଗାଁରେ ନଛାଡି ବାଟରେ ମୃତଦେହ ଓହ୍ଲାଇଦେଲା ଆମ୍ବୁଲାନ୍ସ, ରାସ୍ତା ନ ଥିବାରୁ କାନ୍ଧରେ ବୋହିଲେ ଗ୍ରାମବାସୀ

ଗୁଡାରି,୧୩ା୪( ପ୍ରମୋଦ କୁମାର ପତି ): ଡାକ୍ତରଖାନାରୁ ମୃତଦେହ ଗ୍ରାମକୁ ନେଲାନି ଆମ୍ବୁଲାନ୍ସ । ରାସ୍ତା ଖରାପ ଯାଇହେବନି କହି ମୃତଦେହ ଓହ୍ଲାଇ ଦେଲା ଗ୍ରାମଠାରୁ ୩…

ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି; ୪୧ ଡିଗ୍ରୀ ଟପିଲା ତାତି, ୧୮ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୧୩ା୪(ବନ୍ଦନା ସେଠୀ): ରାଜ୍ୟରେ ଏବେ ଗରମ ଓ ଗୁଳୁଗୁଳି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ତାପମାତ୍ରା ୪୧ ଡିଗ୍ରୀ ଡେଇଁଥିବାବେଳେ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହରରେ ପରିଣତ…

Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା

ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…

ଆଜି ଭୁବନେଶ୍ୱର ପାଳୁଛି ପ୍ରତିଷ୍ଠା ଦିବସ, ଏହି ଦିନରେ…

ଭୁବନେଶ୍ୱର,୧୩ା୪: ଆଜି ଅର୍ଥାତ୍‌ ସୋମବାର ୭୯ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର। ଆଜି ରାଜଧାନୀ ୭୮ ତମ ପ୍ରତିଷ୍ଠା ଦିବସ ପାଳି ୭୯ ବର୍ଷକୁ ଅଗ୍ରସର…

ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ଉଗ୍ର ପ୍ରଦର୍ଶନ, ପୋଲିସ ଉପରକୁ ପଥର ମାଡ଼

ନୋଏଡା,୧୩।୪: ନୋଏଡାର ବିଭିନ୍ନ ସେକ୍ଟରର ବିଭିନ୍ନ କମ୍ପାନୀର କର୍ମଚାରୀମାନେ ସୋମବାର ଦରମା ବୃଦ୍ଧି ଦାବିରେ ରାସ୍ତାକୁ ଓହ୍ଲାଇଥିଲେ। ଗତ ତିନିରୁ ଚାରି ଦିନ ଧରି ଚାଲିଥିବା ଏହି…

ବେପରୁଆ ବୟାନ ଦେଲେଣି ଟ୍ରମ୍ପ, ଇରାନକୁ ନେଇ କହିଲେ ଏମିତି କଥା ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୩।୪: ଇସଲାମାବାଦରେ ଆଲୋଚନା ଭାଙ୍ଗିବା ପରେ ଡୋନାଲ୍ଡ ଟ୍ରମ୍ପ ଏକ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଯେ ଇରାନ ପରମାଣୁ ଅସ୍ତ୍ର ରଖିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri