Posted inଜାତୀୟ

ମହଙ୍ଗା ପଡ଼ିଲା ଉଦ୍ଧବଙ୍କ ବିରୋଧରେ ବିବାଦୀୟ ପୋଷ୍ଟ: ଯୁବକଙ୍କୁ ମାଡ଼ମାରି ଲଣ୍ଡା କଲେ ଶିବସେନା ସମର୍ଥକ

ମୁମ୍ବାଇ,୨୪।୧୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବିରୋଧରେ ବିବାଦୀୟ ପୋଷ୍ଟ କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଶିବସେନା ସମର୍ଥକ ଉକ୍ତ ଯୁବକଙ୍କୁ ମାଡ଼ମାରିବା ସହ ଲଣ୍ଡା କରିଦେଇଥିବା ଜଣାପଡ଼ିଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଡିସେମ୍ବର ୧୫ରେ ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ଜାମିଆ ମିଲିଆ ଇସ୍‌ଲାମିଆର ଛାତ୍ରମାନଙ୍କ ଉପରେ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ଉଦ୍ଧବ ଏହାକୁ ୧୯୧୯ର ଜାଲିଓ୍ବାନାବାଗ ହତ୍ୟାକାଣ୍ଡ ସହ ତୁଳନା କରିଥିଲେ। ଏହାପରେ ହିରାମଣି ବିଜେନ୍ଦ୍ର ତିଓ୍ବାରି ନାମକ ଜଣେ ବ୍ୟକ୍ତି ଫେସ୍‌ବୁକ୍‌ରେ ଉଦ୍ଧବଙ୍କ ବିରୋଧରେ ଏକ ବିବାଦୀୟ ଟିପ୍ପଣୀ ପୋଷ୍ଟ କରିଥିଲେ। ଯାହାକୁ ନେଇ ପ୍ରଥମେ ଉକ୍ତ ତିଓ୍ବାରିଙ୍କୁ ପୋଷ୍ଟ ହଟାଇବା ପାଇଁ ଧମକ ମିଳିଥିଲା। ପରେ ଶିବସେନାର କିଛି ସମର୍ଥକ ଶାନ୍ତିନଗରସ୍ଥିତ ତିଓ୍ବାରିଙ୍କ ଘର ସମ୍ମୁଖରେ ତାଙ୍କୁ ମାରପିଟ କରିବା ସହ ଲଣ୍ଡା କରିଥିଲେ। ଅପରପକ୍ଷେ ଏହି ଘଟଣାକୁ ନେଇ ବଡାଲା ଟିଟି ପୋଲିସ ସିଆରପିସି ଧାରା ୧୪୯ ଆଧାରରେ ଦୁଇପକ୍ଷଙ୍କୁ ନୋଟିସ ଜାରି କରିବା ସହ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri