Posted inଜାତୀୟ

ମହଙ୍ଗା ପଡ଼ିଲା କିନ୍ନରଙ୍କ ସହ ବନ୍ଧୁତା: ଯୁବକଙ୍କୁ ହରାଇବାକୁ ପଡ଼ିଲା ନିଜର ଗୁପ୍ତାଙ୍ଗ

ସାହଜାହଁ।ପୁର,୨୨।୫: ଉତ୍ତରପ୍ରଦେଶ ସାହଜହଁ।ପୁରରେ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଲା କିନ୍ନରଙ୍କ ସହ ବନ୍ଧୁତା କରିବା। କିନ୍ନରମାନେ ତାଙ୍କର ଗୁପ୍ତାଙ୍ଗ କାଟି ଦେଇଥିବା ଜଣାପଡ଼ିଛି। ଯୁବକଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଉକ୍ତ ସହରର ୨୦ ବର୍ଷୀୟ ଯୁବକ ଜନପଦ ଫରୁଖାବାଦର ୩ଜଣ କିନ୍ନରଙ୍କ ସହ ବନ୍ଧୁତାସ୍ଥାପନ କରିଥିଲେ। ଯୁବକ ଜଣଙ୍କ ବିବାହରେ ଯାଇ ନାଚିବାକୁ ବେଶ୍‌ ପସନ୍ଦ କରୁଥିବା ବେଳେ କିଛି କିନ୍ନରଙ୍କୁ ଏହା ଭଲ ଲାଗି ନ ଥିଲା। କିଛି ଦିନ ପୂର୍ବରୁ ତାଙ୍କୁ କିନ୍ନର କରିବାକୁ ଷଡ଼ଯନ୍ତ୍ର କରାଯାଉଥିବା ଜାଣି ଯୁବକ ସେମାନଙ୍କ ସହ ବନ୍ଧୁତା କାଟି ଦେଇଥିଲେ। ହେଲେ ୧୦ଦିନ ପୂର୍ବରୁ ୩ଜଣ କିନ୍ନର ତାଙ୍କ ଘରକୁ ଆସି ଏକ ବିବାହରେ ଯିବାକୁ କହି ପୀଡ଼ିତଙ୍କୁ ଫରୁଖାବାଦକୁ ନେଇଯାଇଥିଲେ। ସେଠାରେ ଥିବା ତାଙ୍କ ଘରେ ତାଙ୍କୁ ବନ୍ଦୀ କରି ବହୁ ମାରପିଟ କରିବା ସହ ନିଶାଦ୍ରବ୍ୟ ଖୁଆଇ ତାଙ୍କର ଗୁପ୍ତାଙ୍ଗକୁ କାଟିଦେଇଥିଲେ। ଏହାପରେ ୧୦ ଦିନ ପର୍ଯ୍ୟନ୍ତ ତାଙ୍କୁ ବନ୍ଦୀ କରି ରଖିଥିବା ବେଳେ ସୁଯୋଗ ଦେଖି ଯୁବକ ଜଣଙ୍କ ସେଠାରୁ ଫେରାର ହୋଇଯାଇଥିଲେ। ପରିବାର ଲୋକଙ୍କୁ ଏହି ଘଟଣା ବାବଦରେ ଜଣାଇବା ପରେ ଏନେଇ ଥାନାରେ ସେ ଅଭିଯୋଗ କରିଥିଲେ। ପୋଲିସ ପୀଡ଼ିତ ଯୁବକଙ୍କୁ ଚିକିତ୍ସା ପାଇଁ ଟ୍ରମା ସେଣ୍ଟର ପଠାଇବା ସହ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri