ମହଙ୍ଗା ପଡ଼ିଲା ସଟ୍ ଡାଉନ ବେଳେ ବାହାରେ ବୁଲିବା : ଭୁବନେଶ୍ୱରରେ ୪୫,ଭଦ୍ରକ ରେ ୯ ଜଣଙ୍କୁ ବାଧ୍ୟତାମୂଳକ କ୍ୱାରାନଟାଇନ ରେ ପଠାଇଲା ପୋଲିସ୍, ୧୯ଙ୍କ ନାମରେ ମାମଲା

ଭୁବନେଶ୍ୱର, ୪। ୪(ବ୍ୟୁରୋ ): ସମଗ୍ର ବିଶ୍ଵରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରେ ଇତି ମଧ୍ୟରେ ୨୦ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏଣୁ ଗୋଷ୍ଠୀ ସଂକ୍ରମଣକୁ ରୋକିବା ପାଇଁ ସରକାର ତିନୋଟି ସହର ଭୁବନେଶ୍ୱର, କଟକ ଏବଂ ଭଦ୍ରକକୁ ୪୮ ଘଣ୍ଟା ପାଇଁ ସଟ୍ ଡାଉନ ଘୋଷଣା କରିଛନ୍ତି । ଘରେ ରହି ସୁରକ୍ଷିତ ରହିବାକୁ ସରକାରଙ୍କ ନିବେଦନ ସତ୍ତ୍ୱେ କିଛି ଲୋକ ଏହାକୁ ଭାଙ୍ଗୁ ଥିବା ଦେଖିବାକୁ ମିଳିଛି । ଶନିବାର ପୂର୍ବାହ୍ନ ୧୧.୩୦ ସୁଦ୍ଧା ୫୪ ଜଣଙ୍କୁ ବାଧ୍ୟତାମୂଳକ କ୍ୱାରାନଟାଇନ ରେ ପଠାଯାଇଛି l ସେଥିରୁ ଭଦ୍ରକର ୯, ଭୁବନେଶ୍ବରର ୪୫ ଜଣ ରହିଛନ୍ତି । ସେହିଭଳି ୬୮ ଜଣଙ୍କୁ ପୋଲିସ୍ ଅଟକ ରଖି ଥିବା ବେଳେ ୧୯ ଜଣଙ୍କ ନାମରେ ମାମଲା ରୁଜୁ ହୋଇ ଥିବା ସୂଚନା ମିଳିଛି । ତେବେ ଏହି ସଟ୍ ଡାଉନ ରବିବାର ରାତି ୮ ଟା ପର୍ଯ୍ୟନ୍ତ ଜାରି ରହିବ ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri