ମହଙ୍ଗା ପଡ଼ିଲା ସଟ୍ ଡାଉନ ବେଳେ ବାହାରେ ବୁଲିବା : ଭୁବନେଶ୍ୱରରେ ୪୫,ଭଦ୍ରକ ରେ ୯ ଜଣଙ୍କୁ ବାଧ୍ୟତାମୂଳକ କ୍ୱାରାନଟାଇନ ରେ ପଠାଇଲା ପୋଲିସ୍, ୧୯ଙ୍କ ନାମରେ ମାମଲା

ଭୁବନେଶ୍ୱର, ୪। ୪(ବ୍ୟୁରୋ ): ସମଗ୍ର ବିଶ୍ଵରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରେ ଇତି ମଧ୍ୟରେ ୨୦ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏଣୁ ଗୋଷ୍ଠୀ ସଂକ୍ରମଣକୁ ରୋକିବା ପାଇଁ ସରକାର ତିନୋଟି ସହର ଭୁବନେଶ୍ୱର, କଟକ ଏବଂ ଭଦ୍ରକକୁ ୪୮ ଘଣ୍ଟା ପାଇଁ ସଟ୍ ଡାଉନ ଘୋଷଣା କରିଛନ୍ତି । ଘରେ ରହି ସୁରକ୍ଷିତ ରହିବାକୁ ସରକାରଙ୍କ ନିବେଦନ ସତ୍ତ୍ୱେ କିଛି ଲୋକ ଏହାକୁ ଭାଙ୍ଗୁ ଥିବା ଦେଖିବାକୁ ମିଳିଛି । ଶନିବାର ପୂର୍ବାହ୍ନ ୧୧.୩୦ ସୁଦ୍ଧା ୫୪ ଜଣଙ୍କୁ ବାଧ୍ୟତାମୂଳକ କ୍ୱାରାନଟାଇନ ରେ ପଠାଯାଇଛି l ସେଥିରୁ ଭଦ୍ରକର ୯, ଭୁବନେଶ୍ବରର ୪୫ ଜଣ ରହିଛନ୍ତି । ସେହିଭଳି ୬୮ ଜଣଙ୍କୁ ପୋଲିସ୍ ଅଟକ ରଖି ଥିବା ବେଳେ ୧୯ ଜଣଙ୍କ ନାମରେ ମାମଲା ରୁଜୁ ହୋଇ ଥିବା ସୂଚନା ମିଳିଛି । ତେବେ ଏହି ସଟ୍ ଡାଉନ ରବିବାର ରାତି ୮ ଟା ପର୍ଯ୍ୟନ୍ତ ଜାରି ରହିବ ।


Enter your email to get our daily news in your inbox.

All Right Reserved By Dharitri.Com

ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ: ପ୍ରଥମ ଦିନରେ କେହି ପ୍ରାର୍ଥିପତ୍ର କଲେନି ଦାଖଲ

କଟକ,୭ା୫ (କାର୍ତ୍ତିକ ସାହୁ) ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ବିଧିବଦ୍ଧ...

ଭାଜପାର ଷ୍ଟାର ପ୍ରଚାରକ ତାଲିକା: ବାଦ୍‌ ପଡିଲେ ଅପରାଜିତା, ସମ୍ବିତ ପାତ୍ର

ଭୁବନେଶ୍ୱର,୭।୫: ରାଜ୍ୟର ବିଧାନସଭା ଓ ଲୋକ ସଭା ନିର୍ବାଚନ ପାଇଁ ଭାଜପା ଆଜି ତା’ର ସଂଶୋଧିତ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ଭୁବନେଶ୍ୱର...

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri