Posted inଖେଳ

ମହାକାଳେଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା କଲେ କୋଚ ରବି ଶାସ୍ତ୍ରୀ

ଉଜୈନ,୧୮।୧୧: ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟକୁ ୩ ଦିନ ମଧ୍ୟରେ ହାତେଇବା ପରେ ଏବେ କୋଲକତାରେ ଖେଳାଯିବାକୁ ଥିବା ଐତିହାସିକ ଦିବାରାତ୍ର ଟେଷ୍ଟ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଏହାପୂର୍ବରୁ କୋଚ ରବି ଶାସ୍ତ୍ରୀ ଏବଂ ସପୋର୍ଟ ଷ୍ଟାଫ୍‌ ଉଜୈନର ମହାକାଳେଶ୍ୱର ମନ୍ଦିର ଦର୍ଶନରେ ଯାଇଛନ୍ତି। ସେଠାରେ ପୂଜା ଏବଂ ଯଜ୍ଞ କରିବା ସହ ଭଗବାନ ଶିବଙ୍କ ଆଶୀର୍ବାଦ ନେଇଥିଲେ। ରବି ଶାସ୍ତ୍ରୀଙ୍କ ସହ ବୋଲିଂ କୋଚ ଭବତ ଅରୁଣ, ଫିଲ୍ଡିଂ କୋଚ ଆର ଶ୍ରୀଧର, ଫିଜିଓ ନୀତିନ ପଟେଲ ମଧ୍ୟରେ ମନ୍ଦିର ଯାଇଥିଲେ। ସମସ୍ତେ ମନ୍ଦିର ପୂଜାରୀଙ୍କ ସହ ମିଶି ମନ୍ତ୍ରପାଠ କରିଥିଲେ। ରବି ଶାସ୍ତ୍ରୀ ମନ୍ଦିର ଭିତରର ଏକ ଫଟୋ ନିଜ ସୋସିଆଲ ମିଡିଆରେ ଅପଲୋଡ କରିଛନ୍ତି। ସୂଚନାଯୋଗ୍ୟ, ନଭେମ୍ବର ୨୨ରୁ ଆରମ୍ଭ ହେବାକୁ ଥିବା ଭାରତର ପ୍ରଥମ ଦିବାରାତ୍ର କ୍ରିକେଟ ଟେଷ୍ଟ ମ୍ୟାଚ ପାଇଁ କାଉଣ୍ଟଡାଉନ ରବିବାରଠାରୁ ଆରମ୍ଭ ହୋଇଛି। ହର୍ଷ ଉଲ୍ଲାସର ସହରକୁ ଗୋଲାପୀ କରାଯାଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ବହୁ ପ୍ରତିକ୍ଷୀତ ଇଭେଣ୍ଟର ଅଫିସିଆଲ ମାସ୍କଟ ‘ପିଙ୍କୁ ଟିଙ୍କୁ’ର ଉନ୍ମୋଚନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri